ଗୀତସଂହିତା 17 : 2 (IRVOR)
*ଦାଉଦଙ୍କର ପ୍ରାର୍ଥନା। *ହେ ସଦାପ୍ରଭୁ, ନ୍ୟାୟବାଦ ଶୁଣ, ମୋ’ କାକୂକ୍ତିରେ ମନୋଯୋଗ କର; *ନିଷ୍କପଟ ଓଷ୍ଠରୁ ନିର୍ଗତ ମୋ’ ପ୍ରାର୍ଥନାରେ କର୍ଣ୍ଣପାତ କର। *ତୁମ୍ଭ ଛାମୁରୁ ମୋ’ ବିଚାରର ନିଷ୍ପତ୍ତି ଆସୁ; ତୁମ୍ଭର ଚକ୍ଷୁ ନ୍ୟାଯ୍ୟ ବିଷୟ ନିରୀକ୍ଷଣ କରୁ।
ଗୀତସଂହିତା 17 : 3 (IRVOR)
ତୁମ୍ଭେ ମୋହର ଅନ୍ତଃକରଣ ପରୀକ୍ଷା କରିଅଛ; ତୁମ୍ଭେ ରାତ୍ରିକାଳରେ ମୋର ତତ୍ତ୍ୱାନୁସନ୍ଧାନ କରିଅଛ; ତୁମ୍ଭେ ମୋତେ ପରଖ କରି କିଛି ପାଇ ନାହଁ; ମୋହର ମୁଖ ଅପରାଧ ନ କରିବ ବୋଲି ମୁଁ ସ୍ଥିର କରିଅଛି।
ଗୀତସଂହିତା 17 : 4 (IRVOR)
ମନୁଷ୍ୟର କାର୍ଯ୍ୟ ବୁଝି ମୁଁ ତୁମ୍ଭ ଓଷ୍ଠାଧରର ବାକ୍ୟ ଦ୍ୱାରା ଦୁର୍ଜ୍ଜନର ପଥରୁ ଆପଣାକୁ ରକ୍ଷା କରିଅଛି।
ଗୀତସଂହିତା 17 : 5 (IRVOR)
ମୋହର ପାଦ ତୁମ୍ଭର ମାର୍ଗ ଦୃଢ଼ କରି ଧରିଅଛି, ମୋହର ଚରଣ ଖସିଯାଇ ନାହିଁ।
ଗୀତସଂହିତା 17 : 6 (IRVOR)
ମୁଁ ତୁମ୍ଭଙ୍କୁ ଡାକିଅଛି, କାରଣ ହେ ପରମେଶ୍ୱର, ତୁମ୍ଭେ ମୋତେ ଉତ୍ତର ଦେବ; ମୋ’ ପ୍ରତି କର୍ଣ୍ଣ ଡେର ଓ ମୋ’ର କଥା ଶୁଣ।
ଗୀତସଂହିତା 17 : 7 (IRVOR)
ଆହେ ସ୍ୱଶରଣାଗତମାନଙ୍କୁ ସେମାନଙ୍କ ବିରୁଦ୍ଧରେ ଉତ୍ଥିତ ଲୋକଗଣଠାରୁ ସ୍ୱଦକ୍ଷିଣ ହସ୍ତରେ ତ୍ରାଣକାରକ, ତୁମ୍ଭେ ଆପଣା ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କର।
ଗୀତସଂହିତା 17 : 8 (IRVOR)
ମୋହର ଲୁଟକାରୀ ଦୁଷ୍ଟଗଣଠାରୁ, ମୋହର ଚତୁର୍ଦ୍ଦିଗରେ ବେଷ୍ଟିତ ମୋହର ପ୍ରାଣନାଶକ ଶତ୍ରୁଗଣଠାରୁ,
ଗୀତସଂହିତା 17 : 9 (IRVOR)
ଚକ୍ଷୁର ତାରା ପରି ମୋତେ ରଖ, ଆପଣା ପକ୍ଷର ଛାୟା ତଳେ ମୋତେ ଲୁଚାଅ।
ଗୀତସଂହିତା 17 : 10 (IRVOR)
ସେମାନେ ଆପଣା ମେଦରେ ଆଚ୍ଛନ୍ନ ଅଟନ୍ତି; ସେମାନେ ମୁଖରେ ଅହଙ୍କାର କଥା କହନ୍ତି।
ଗୀତସଂହିତା 17 : 11 (IRVOR)
ଏବେ ସେମାନେ ଆମ୍ଭମାନଙ୍କ ଗମନ ସମୟରେ ଆମ୍ଭମାନଙ୍କୁ ଘେରନ୍ତି; ସେମାନେ ଆମ୍ଭମାନଙ୍କୁ ଭୂମିସାତ୍ କରିବାକୁ ଚାହିଁ ରହିଥା’ନ୍ତି।
ଗୀତସଂହିତା 17 : 12 (IRVOR)
ସେ ଶିକାର ଗ୍ରାସ କରିବାକୁ ଉଦ୍ୟତ ସିଂହ ତୁଲ୍ୟ ଓ ଗୁପ୍ତ ସ୍ଥାନରେ ଛକି ରହିବା ଯୁବା ସିଂହ ସଦୃଶ ଅଟେ।
ଗୀତସଂହିତା 17 : 13 (IRVOR)
ହେ ସଦାପ୍ରଭୁ, ଉଠ, ତାହାର ସମ୍ମୁଖବର୍ତ୍ତୀ ହୁଅ, ତାହାକୁ ନୁଆଁଇ ପକାଅ; ତୁମ୍ଭେ ଆପଣା ଖଡ୍ଗ ଦ୍ୱାରା ଦୁଷ୍ଟମାନଙ୍କଠାରୁ ମୋ’ ପ୍ରାଣକୁ ଉଦ୍ଧାର କର;
ଗୀତସଂହିତା 17 : 14 (IRVOR)
ହେ ସଦାପ୍ରଭୁ, ଆପଣା ହସ୍ତ ଦ୍ୱାରା ଲୋକମାନଙ୍କଠାରୁ, ଯେଉଁମାନଙ୍କର ଅଂଶ ଇହଜୀବନରେ ଅଛି ଓ ଯେଉଁମାନଙ୍କ ଉଦର ତୁମ୍ଭେ ନିଜ ଧନରେ ପୂର୍ଣ୍ଣ କରୁଅଛ, ଏପରି ସାଂସାରିକ ଲୋକମାନଙ୍କଠାରୁ ମୋତେ ଉଦ୍ଧାର କର; ସେମାନେ ସନ୍ତାନସନ୍ତତିରେ ପରିତୃପ୍ତ ଓ ଆପଣା ଆପଣା ଶିଶୁଗଣ ନିମନ୍ତେ ଆପଣାମାନଙ୍କ ଅବଶିଷ୍ଟ ସମ୍ପତ୍ତି ଛାଡ଼ିଯା’ନ୍ତି।
ଗୀତସଂହିତା 17 : 15 (IRVOR)
ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି।
❮
❯
1
2
3
4
5
6
7
8
9
10
11
12
13
14
15