ଗୀତସଂହିତା 21 : 1 (IRVOR)
{ଜୟ ଗାନ} [PS] ହେ ସଦାପ୍ରଭୁ, ରାଜା ତୁମ୍ଭ ବଳରେ ଆନନ୍ଦ କରିବେ ଓ [QBR] ତୁମ୍ଭ ପରିତ୍ରାଣରେ [* ପରିତ୍ରାଣରେ ଅର୍ଥାତ୍ ଜୟରେ] ସେ କେଡ଼େ ମହାନନ୍ଦ କରିବେ ! [QBR]
ଗୀତସଂହିତା 21 : 2 (IRVOR)
ତୁମ୍ଭେ ତାଙ୍କୁ ତାଙ୍କ ମନର ବାଞ୍ଛା ପ୍ରଦାନ କରିଅଛ, [QBR] ଓ ତାଙ୍କ ମୁଖର ନିବେଦନ ଅସ୍ୱୀକାର କରି ନାହଁ। [QBR] [ସେଲା] [QBR]
ଗୀତସଂହିତା 21 : 3 (IRVOR)
କାରଣ ତୁମ୍ଭେ ନାନା ମଙ୍ଗଳ ଆଶୀର୍ବାଦ ଘେନି ତାଙ୍କର ସମ୍ମୁଖବର୍ତ୍ତୀ ହେଉଅଛ; [QBR] ତୁମ୍ଭେ ତାଙ୍କ ମସ୍ତକରେ ଶୁଦ୍ଧ ସୁବର୍ଣ୍ଣ ମୁକୁଟ ଦେଉଅଛ। [QBR]
ଗୀତସଂହିତା 21 : 4 (IRVOR)
ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ, [QBR] ତୁମ୍ଭେ ତାହା ତାଙ୍କୁ ଦେଲ; [QBR] ଆହୁରି, ଅନନ୍ତକାଳସ୍ଥାୟୀ ଦୀର୍ଘାୟୁ ଦାନ କଲ। [QBR]
ଗୀତସଂହିତା 21 : 5 (IRVOR)
ତୁମ୍ଭ କୃତ ପରିତ୍ରାଣରେ ତାଙ୍କର ମହାଗୌରବ ହୋଇଅଛି; [QBR] ତୁମ୍ଭେ ତାଙ୍କ ଉପରେ ସମ୍ଭ୍ରମ ଓ ପ୍ରତାପ ଅର୍ପଣ କରୁଅଛ; [QBR]
ଗୀତସଂହିତା 21 : 6 (IRVOR)
କାରଣ ତୁମ୍ଭେ ତାଙ୍କୁ ସଦାକାଳ ଆଶୀର୍ବାଦଯୁକ୍ତ କରୁଅଛ; [QBR] ତୁମ୍ଭେ ଆପଣା ଶ୍ରୀଛାମୁର ଆନନ୍ଦରେ ତାଙ୍କୁ ଉଲ୍ଲସିତ କରୁଅଛ। [QBR]
ଗୀତସଂହିତା 21 : 7 (IRVOR)
କାରଣ ରାଜା ସଦାପ୍ରଭୁଙ୍କଠାରେ ନିର୍ଭର କରନ୍ତି, [QBR] ପୁଣି, ସର୍ବୋପରିସ୍ଥଙ୍କ ସ୍ନେହପୂର୍ଣ୍ଣ କରୁଣା ହେତୁରୁ ସେ ବିଚଳିତ ନୋହିବେ। [QBR]
ଗୀତସଂହିତା 21 : 8 (IRVOR)
ତୁମ୍ଭ ହସ୍ତ ତୁମ୍ଭ ଶତ୍ରୁ ସମସ୍ତଙ୍କୁ ଧରିବ; [QBR] ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭର ଘୃଣାକାରୀମାନଙ୍କୁ ଧରିବ। [QBR]
ଗୀତସଂହିତା 21 : 9 (IRVOR)
ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ୱଳିତ ଭାଟୀ ତୁଲ୍ୟ କରିବ। [QBR] ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁ ଗ୍ରାସ କରିବେ, [QBR] ପୁଣି, ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ। [QBR]
ଗୀତସଂହିତା 21 : 10 (IRVOR)
ତୁମ୍ଭେ ପୃଥିବୀରୁ ସେମାନଙ୍କର ଫଳ ଓ [QBR] ଲୋକମାନଙ୍କ ମଧ୍ୟରୁ ସେମାନଙ୍କର ବଂଶ ଲୋପ କରିବ। [QBR]
ଗୀତସଂହିତା 21 : 11 (IRVOR)
କାରଣ ସେମାନେ ତୁମ୍ଭ ବିରୁଦ୍ଧରେ ଅନିଷ୍ଟ ଚିନ୍ତା କଲେ; [QBR] ସେମାନେ ଏକ କୌଶଳ କଳ୍ପନା କଲେ, ତାହା ସେମାନେ ସିଦ୍ଧ କରି ପାରନ୍ତି ନାହିଁ। [QBR]
ଗୀତସଂହିତା 21 : 12 (IRVOR)
ତୁମ୍ଭେ ସେମାନଙ୍କର ପୃଷ୍ଠ ଫେରାଇବ, [QBR] ତୁମ୍ଭେ ସେମାନଙ୍କ ମୁଖ ବିରୁଦ୍ଧରେ ଆପଣା ଧନୁର୍ଗୁଣ ସଜ୍ଜିତ କରିବ। [QBR]
ଗୀତସଂହିତା 21 : 13 (IRVOR)
ହେ ସଦାପ୍ରଭୁ, ନିଜ ବଳରେ ଉନ୍ନତ ହୁଅ; [QBR] ତହିଁରେ ଆମ୍ଭେମାନେ ତୁମ୍ଭ ପରାକ୍ରମର ଗାନ ଓ ପ୍ରଶଂସା କରିବା। [PE]

1 2 3 4 5 6 7 8 9 10 11 12 13

BG:

Opacity:

Color:


Size:


Font: