ଗୀତସଂହିତା 24 : 1 (IRVOR)
ମହାନ ରାଜା
ଗୀତସଂହିତା 24 : 2 (IRVOR)
*ଦାଉଦଙ୍କର ଗୀତ। *ପୃଥିବୀ ଓ ତହିଁର ପୂର୍ଣ୍ଣତା, *ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର। *କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି।
ଗୀତସଂହିତା 24 : 3 (IRVOR)
କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ ?
ଗୀତସଂହିତା 24 : 4 (IRVOR)
ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ।
ଗୀତସଂହିତା 24 : 5 (IRVOR)
ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ୱରୂପ ପରମେଶ୍ୱରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ।
ଗୀତସଂହିତା 24 : 6 (IRVOR)
ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। *ସେଲା
ଗୀତସଂହିତା 24 : 7 (IRVOR)
ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ଟେକି ହୁଅ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
ଗୀତସଂହିତା 24 : 8 (IRVOR)
ଗୌରବମୟ ରାଜା କିଏ ? ବଳବାନ ଓ ବୀର ସଦାପ୍ରଭୁ, ସଂଗ୍ରାମରେ ବୀର ସଦାପ୍ରଭୁ।
ଗୀତସଂହିତା 24 : 9 (IRVOR)
ହେ ନଗରଦ୍ୱାରସକଳ, ମସ୍ତକ ଟେକ; ହେ ଚିରସ୍ଥାୟୀ କବାଟସବୁ, ମସ୍ତକ ଟେକ; ତହିଁରେ ଗୌରବମୟ ରାଜା ପ୍ରବେଶ କରିବେ।
ଗୀତସଂହିତା 24 : 10 (IRVOR)
ଏହି ଗୌରବମୟ ରାଜା କିଏ ? ବାହିନୀଗଣର ସଦାପ୍ରଭୁ, ସେ ଗୌରବମୟ ରାଜା ଅଟନ୍ତି। *ସେଲା

1 2 3 4 5 6 7 8 9 10