ଗୀତସଂହିତା 25 : 1 (IRVOR)
ଚାଳନା ଓ ସୁରକ୍ଷା ପାଇଁ ପ୍ରାର୍ଥନା
ଗୀତସଂହିତା 25 : 2 (IRVOR)
*ଦାଉଦଙ୍କର ଗୀତ। *ହେ ସଦାପ୍ରଭୁ, ମୁଁ ତୁମ୍ଭ ପ୍ରତି ଆପଣା ମନ ଉଠାଏ। *ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନିଏ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ମୋହର ଶତ୍ରୁମାନେ ମୋ’ ଉପରେ ଉଲ୍ଲାସ ନ କରନ୍ତୁ।
ଗୀତସଂହିତା 25 : 3 (IRVOR)
ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି, ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ; ଯେଉଁମାନେ ଅକାରଣରେ ବିଶ୍ୱାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ।
ଗୀତସଂହିତା 25 : 4 (IRVOR)
ହେ ସଦାପ୍ରଭୁ, ତୁମ୍ଭର ପଥସବୁ ମୋତେ ଦେଖାଅ; ତୁମ୍ଭର ମାର୍ଗସବୁ ମୋତେ ଶିଖାଅ।
ଗୀତସଂହିତା 25 : 5 (IRVOR)
ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋ’ ପରିତ୍ରାଣର ପରମେଶ୍ୱର ଅଟ; ମୁଁ ସାରାଦିନ ତୁମ୍ଭର ଅନୁସରଣ କରେ।
ଗୀତସଂହିତା 25 : 6 (IRVOR)
ହେ ସଦାପ୍ରଭୁ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର। କାରଣ ତାହା ଅନାଦିକାଳୀନ।
ଗୀତସଂହିତା 25 : 7 (IRVOR)
ମୋ’ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୁ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର।
ଗୀତସଂହିତା 25 : 8 (IRVOR)
ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ।
ଗୀତସଂହିତା 25 : 9 (IRVOR)
ସେ ନମ୍ର ଲୋକକୁ ବିଚାର ମାର୍ଗରେ କଢ଼ାଇ ନେବେ ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ।
ଗୀତସଂହିତା 25 : 10 (IRVOR)
ଯେଉଁମାନେ ତାହାଙ୍କ ନିୟମ ଓ ପ୍ରମାଣ-ବାକ୍ୟ ପାଳନ କରନ୍ତି, ସେମାନଙ୍କ ପ୍ରତି ସଦାପ୍ରଭୁଙ୍କର ସମସ୍ତ ପଥ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତାବିଶିଷ୍ଟ।
ଗୀତସଂହିତା 25 : 11 (IRVOR)
ହେ ସଦାପ୍ରଭୁ, ଆପଣା ନାମ ସକାଶୁ ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼।
ଗୀତସଂହିତା 25 : 12 (IRVOR)
ସଦାପ୍ରଭୁଙ୍କୁ ଭୟ କରିବା ଲୋକ କିଏ ? ସେ ତାହାକୁ ତାହାର ଇଷ୍ଟ ପଥରେ ଶିକ୍ଷା ଦେବେ।
ଗୀତସଂହିତା 25 : 13 (IRVOR)
ତାହାର ପ୍ରାଣ କୁଶଳରେ ବାସ କରିବ ଓ ତାହାର ବଂଶ ଦେଶ ଅଧିକାର କରିବେ।
ଗୀତସଂହିତା 25 : 14 (IRVOR)
ସଦାପ୍ରଭୁଙ୍କ ଗୁପ୍ତ ବିଷୟ ତାହାଙ୍କ ଭୟକାରୀମାନଙ୍କଠାରେ ଥାଏ; ଆଉ, ସେ ସେମାନଙ୍କ ପ୍ରତି ଆପଣା ନିୟମ ପ୍ରକାଶ କରିବେ।
ଗୀତସଂହିତା 25 : 15 (IRVOR)
ସଦାବେଳେ ସଦାପ୍ରଭୁଙ୍କ ଆଡ଼େ ମୋହର ଦୃଷ୍ଟି ଥାଏ; କାରଣ ସେ ଜାଲରୁ ମୋହର ଚରଣ ଉଦ୍ଧାର କରିବେ।
ଗୀତସଂହିତା 25 : 16 (IRVOR)
ମୋ’ ପ୍ରତି ଫେର ଓ ମୋ’ ପ୍ରତି ଦୟା କର; କାରଣ ମୁଁ ଅସହାୟ ଓ ଦୁଃଖଗ୍ରସ୍ତ ଅଟେ।
ଗୀତସଂହିତା 25 : 17 (IRVOR)
ମୋ’ ଅନ୍ତଃକରଣର ଯନ୍ତ୍ରଣା ବଢ଼ିଅଛି; ତୁମ୍ଭେ ସମସ୍ତ କଷ୍ଟରୁ ମୋତେ ଉଦ୍ଧାର କର।
ଗୀତସଂହିତା 25 : 18 (IRVOR)
ମୋହର କ୍ଳେଶ ଓ ଦୁଃଖ ପ୍ରତି ଦୃଷ୍ଟିପାତ କର; ପୁଣି, ମୋହର ପାପସବୁ କ୍ଷମା କର।
ଗୀତସଂହିତା 25 : 19 (IRVOR)
ମୋହର ଶତ୍ରୁମାନଙ୍କ ପ୍ରତି ଦୃଷ୍ଟିପାତ କର, କାରଣ ସେମାନେ ଅନେକ; ସେମାନେ ଦାରୁଣ ଘୃଣା ଭାବରେ ମୋତେ ଘୃଣା କରନ୍ତି।
ଗୀତସଂହିତା 25 : 20 (IRVOR)
ମୋ’ ପ୍ରାଣକୁ ରକ୍ଷା କର ଓ ମୋତେ ଉଦ୍ଧାର କର; ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ, କାରଣ ମୁଁ ତୁମ୍ଭଠାରେ ଶରଣ ନେଇଅଛି।
ଗୀତସଂହିତା 25 : 21 (IRVOR)
ସିଦ୍ଧତା ଓ ସରଳତା ମୋତେ ରକ୍ଷା କରୁ, କାରଣ ମୁଁ ତୁମ୍ଭର ଅନୁସରଣ କରେ।
ଗୀତସଂହିତା 25 : 22 (IRVOR)
ହେ ପରମେଶ୍ୱର, ଇସ୍ରାଏଲକୁ ତାହାର ସମସ୍ତ ତାହାର ସମସ୍ତ ସଙ୍କଟରୁ ମୁକ୍ତ କର।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22