ଗୀତସଂହିତା 26 : 1 (IRVOR)
ଉତ୍ତମ ବ୍ୟକ୍ତିର ପ୍ରାର୍ଥନା
ଗୀତସଂହିତା 26 : 2 (IRVOR)
*ଦାଉଦଙ୍କର ଗୀତ। *ହେ ସଦାପ୍ରଭୁ, ମୋହର ବିଚାର କର, କାରଣ ମୁଁ ନିଜ ସିଦ୍ଧତାରେ ଆଚରଣ କରିଅଛି; *ମଧ୍ୟ ମୁଁ ଅଟଳ ଭାବରେ ସଦାପ୍ରଭୁଙ୍କର ଶରଣ ନେଇଅଛି। *ହେ ସଦାପ୍ରଭୁ, ମୋତେ ପରୀକ୍ଷା କରି ପ୍ରମାଣ ନିଅ; ମୋର ମର୍ମ ଓ ଚିତ୍ତ ପରିଷ୍କାର କର।
ଗୀତସଂହିତା 26 : 3 (IRVOR)
କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋ’ ଦୃଷ୍ଟି-ଗୋଚରରେ ଅଛି; ମୁଁ ତୁମ୍ଭ ସତ୍ୟତାରେ ଆଚରଣ କରିଅଛି।
ଗୀତସଂହିତା 26 : 4 (IRVOR)
ମୁଁ ଅସାର ଲୋକଙ୍କ ସଙ୍ଗେ ବସି ନାହିଁ; କିଅବା ମୁଁ କପଟୀମାନଙ୍କ ସଙ୍ଗେ ଗମନ କରିବି ନାହିଁ।
ଗୀତସଂହିତା 26 : 5 (IRVOR)
ମୁଁ ଦୁଷ୍କର୍ମକାରୀମାନଙ୍କ ସମାଜକୁ ଘୃଣା କରେ, ପୁଣି, ଦୁଷ୍ଟମାନଙ୍କ ସଙ୍ଗେ ବସିବି ନାହିଁ।
ଗୀତସଂହିତା 26 : 6 (IRVOR)
ହେ ସଦାପ୍ରଭୁ, ଯେପରି ମୁଁ ଧନ୍ୟବାଦ-ସ୍ୱର ଶୁଣାଇବି ଓ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରିବି,
ଗୀତସଂହିତା 26 : 7 (IRVOR)
ଏଥିପାଇଁ ମୁଁ ନିର୍ଦ୍ଦୋଷତାରେ ଆପଣା ହସ୍ତ ପ୍ରକ୍ଷାଳନ କରି ତୁମ୍ଭର ଯଜ୍ଞବେଦି ପ୍ରଦକ୍ଷିଣ କରିବି।
ଗୀତସଂହିତା 26 : 8 (IRVOR)
ହେ ସଦାପ୍ରଭୁ, ମୁଁ ତୁମ୍ଭର ନିବାସ-ଗୃହକୁ ଓ ତୁମ୍ଭ ଗୌରବର ବାସସ୍ଥାନକୁ ସ୍ନେହ କରେ।
ଗୀତସଂହିତା 26 : 9 (IRVOR)
ପାପୀମାନଙ୍କ ସଙ୍ଗେ ମୋ’ ପ୍ରାଣକୁ କିଅବା ରକ୍ତପାତକାରୀ ମନୁଷ୍ୟମାନଙ୍କ ସଙ୍ଗେ ମୋ’ ଜୀବନକୁ ସଂଗ୍ରହ କର ନାହିଁ।
ଗୀତସଂହିତା 26 : 10 (IRVOR)
ସେମାନଙ୍କ ହସ୍ତରେ ଅନିଷ୍ଟ ଥାଏ, ପୁଣି, ସେମାନଙ୍କ ଦକ୍ଷିଣ ହସ୍ତ ଲାଞ୍ଚରେ ପରିପୂର୍ଣ୍ଣ।
ଗୀତସଂହିତା 26 : 11 (IRVOR)
ମାତ୍ର ମୁଁ ନିଜ ସିଦ୍ଧତାରେ ଆଚରଣ କରିବି; ମୋତେ ମୁକ୍ତ କର ଓ ମୋ’ ପ୍ରତି ସଦୟ ହୁଅ।
ଗୀତସଂହିତା 26 : 12 (IRVOR)
ମୋ’ ଚରଣ ସମଭୂମିରେ ଠିଆ ହେଉଅଛି; ମୁଁ ମଣ୍ଡଳୀଗଣ ମଧ୍ୟରେ ସଦାପ୍ରଭୁଙ୍କର ଧନ୍ୟବାଦ କରିବି।

1 2 3 4 5 6 7 8 9 10 11 12