ଗୀତସଂହିତା 27 : 1 (IRVOR)
ସ୍ତୁତି ବନ୍ଦନା *ଦାଉଦଙ୍କର ଗୀତ। *ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; *ମୁଁ କାହାକୁ ଭୟ କରିବି ? ସଦାପ୍ରଭୁ ମୋ’ ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି ?
ଗୀତସଂହିତା 27 : 2 (IRVOR)
ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ।
ଗୀତସଂହିତା 27 : 3 (IRVOR)
ସୈନ୍ୟଦଳ ମୋ’ ବିରୁଦ୍ଧରେ ଛାଉଣି କଲେ ହେଁ ମୋହର ଅନ୍ତଃକରଣ ଭୟ କରିବ ନାହିଁ; ଯଦି ଯୁଦ୍ଧ ମୋ’ ବିରୁଦ୍ଧରେ ଉଠେ, ତେବେ ମଧ୍ୟ ମୁଁ ସାହସିକ ହେବି।
ଗୀତସଂହିତା 27 : 4 (IRVOR)
ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।
ଗୀତସଂହିତା 27 : 5 (IRVOR)
କାରଣ ବିପଦ ଦିନରେ ସେ ଆପଣା ଆବାସରେ ମୋତେ ଗୋପନ କରି ରଖିବେ; ସେ ଆପଣା ତମ୍ବୁର ଅନ୍ତରାଳରେ ମୋତେ ଲୁଚାଇବେ; ସେ ମୋତେ ଶୈଳ ଉପରକୁ ଉଠାଇବେ।
ଗୀତସଂହିତା 27 : 6 (IRVOR)
ଏଣୁ ଏବେ ମୋ’ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ବୁରେ ଜୟଧ୍ୱନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
ଗୀତସଂହିତା 27 : 7 (IRVOR)
ହେ ସଦାପ୍ରଭୁ, ମୁଁ ଆପଣା ରବରେ ଡାକିବା ବେଳେ ଶୁଣ; ମୋ’ ପ୍ରତି ଦୟା କର ଓ ମୋତେ ଉତ୍ତର ଦିଅ।
ଗୀତସଂହିତା 27 : 8 (IRVOR)
ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,” ମୋ’ ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୁ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।”
ଗୀତସଂହିତା 27 : 9 (IRVOR)
ମୋ’ଠାରୁ ଆପଣା ମୁଖ ଲୁଚାଅ ନାହିଁ; କ୍ରୋଧରେ ଆପଣା ଦାସକୁ ଦୂର କର ନାହିଁ; ତୁମ୍ଭେ ମୋହର ସହାୟ ହୋଇଅଛ; ହେ ମୋ’ ପରିତ୍ରାଣର ପରମେଶ୍ୱର, ମୋତେ ଦୂର କର ନାହିଁ, କିଅବା ପରିତ୍ୟାଗ କର ନାହିଁ।
ଗୀତସଂହିତା 27 : 10 (IRVOR)
କାରଣ ମୋହର ପିତା ଓ ମୋହର ମାତା ମୋତେ ପରିତ୍ୟାଗ କରିଅଛନ୍ତି, ମାତ୍ର ସଦାପ୍ରଭୁ ମୋତେ ଉଠାଇ ନେବେ।
ଗୀତସଂହିତା 27 : 11 (IRVOR)
ହେ ସଦାପ୍ରଭୁ, ମୋହର ଶତ୍ରୁଗଣ ସକାଶୁ ମୋତେ ତୁମ୍ଭର ମାର୍ଗ ଶିଖାଅ; ଓ ସରଳ ପଥରେ ମୋତେ କଢ଼ାଇ ନିଅ।
ଗୀତସଂହିତା 27 : 12 (IRVOR)
ମୋ’ ବିପକ୍ଷଗଣର ବାଞ୍ଛାରେ ମୋତେ ସମର୍ପଣ କର ନାହିଁ; କାରଣ ମିଥ୍ୟାସାକ୍ଷୀମାନେ ଓ ନିଷ୍ଠୁରତାରୂପ ନିଶ୍ୱାସ ମାରିବା ଲୋକେ ମୋ’ ବିରୁଦ୍ଧରେ ଉଠିଅଛନ୍ତି।
ଗୀତସଂହିତା 27 : 13 (IRVOR)
ମୁଁ ଜୀବିତମାନଙ୍କ ଦେଶରେ ସଦାପ୍ରଭୁଙ୍କର ମଙ୍ଗଳ ଭାବ ଦେଖିବାକୁ ବିଶ୍ୱାସ କରି ନ ଥିଲେ, ମୂର୍ଚ୍ଛିତ ହୋଇଥା’ନ୍ତି।
ଗୀତସଂହିତା 27 : 14 (IRVOR)
ସଦାପ୍ରଭୁଙ୍କର ସାହାଯ୍ୟ ନିମନ୍ତେ ଅପେକ୍ଷା କର; ବଳବାନ ହୁଅ ଓ ତୁମ୍ଭର ଅନ୍ତଃକରଣ ସାହସିକ ହେଉ; ହଁ, ତୁମ୍ଭେ ସଦାପ୍ରଭୁଙ୍କର ଅନୁସରଣ କର।

1 2 3 4 5 6 7 8 9 10 11 12 13 14