ଗୀତସଂହିତା 29 : 1 (IRVOR)
ସଦାପ୍ରଭୁଙ୍କ ରବର ପରାକ୍ରମ
ଗୀତସଂହିତା 29 : 2 (IRVOR)
*ଦାଉଦଙ୍କର ଗୀତ। *ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର, *ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର। *ସଦାପ୍ରଭୁଙ୍କ ନାମର ଗୌରବ କୀର୍ତ୍ତନ କର; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କୁ ପ୍ରଣାମ କର।
ଗୀତସଂହିତା 29 : 3 (IRVOR)
ଜଳରାଶି ଉପରେ ସଦାପ୍ରଭୁଙ୍କର ରବ ଅଛି; ଗୌରବମୟ ପରମେଶ୍ୱର ବଜ୍ରନାଦ କରନ୍ତି, ସଦାପ୍ରଭୁ ଅପାର ଜଳରାଶି ଉପରେ ବିଦ୍ୟମାନ।
ଗୀତସଂହିତା 29 : 4 (IRVOR)
ସଦାପ୍ରଭୁଙ୍କ ରବ ଶକ୍ତିବିଶିଷ୍ଟ; ସଦାପ୍ରଭୁଙ୍କ ରବ ପ୍ରତାପପୂର୍ଣ୍ଣ।
ଗୀତସଂହିତା 29 : 5 (IRVOR)
ସଦାପ୍ରଭୁଙ୍କ ରବ ଏରସ ବୃକ୍ଷମାନ ଭାଙ୍ଗି ପକାଏ; ହଁ, ସଦାପ୍ରଭୁ ଲିବାନୋନର ଏରସ ବୃକ୍ଷସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାନ୍ତି।
ଗୀତସଂହିତା 29 : 6 (IRVOR)
ମଧ୍ୟ ସେ ସେମାନଙ୍କୁ ଗୋବତ୍ସ ପରି; ଲିବାନୋନ ଓ ସିରିୟୋନକୁ ଅରଣା ଛୁଆ ପରି ନଚାନ୍ତି।
ଗୀତସଂହିତା 29 : 7 (IRVOR)
ସଦାପ୍ରଭୁଙ୍କ ରବ ଅଗ୍ନିଶିଖା ବିଭକ୍ତ କରେ।
ଗୀତସଂହିତା 29 : 8 (IRVOR)
ସଦାପ୍ରଭୁଙ୍କ ରବ ପ୍ରାନ୍ତରକୁ କମ୍ପିତ କରେ; ସଦାପ୍ରଭୁ କାଦେଶର ପ୍ରାନ୍ତରକୁ କମ୍ପିତ କରନ୍ତି।
ଗୀତସଂହିତା 29 : 9 (IRVOR)
ସଦାପ୍ରଭୁଙ୍କ ରବ ହରିଣୀମାନଙ୍କୁ ପ୍ରସବ କରାଏ ଓ ବନସମୂହକୁ ବିବସ୍ତ୍ର କରେ; ପୁଣି, ତାହାଙ୍କ ମନ୍ଦିରରେ ସମସ୍ତ ବିଷୟ ଗୌରବ, ଗୌରବ ବୋଲି କହନ୍ତି।
ଗୀତସଂହିତା 29 : 10 (IRVOR)
ସଦାପ୍ରଭୁ ଜଳପ୍ଲାବନରେ ରାଜା ତୁଲ୍ୟ ଉପବିଷ୍ଟ ହେଲେ; ହଁ, ସଦାପ୍ରଭୁ ଅନନ୍ତକାଳ ରାଜା ତୁଲ୍ୟ ଉପବିଷ୍ଟ ଅଟନ୍ତି।
ଗୀତସଂହିତା 29 : 11 (IRVOR)
ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ; ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ।

1 2 3 4 5 6 7 8 9 10 11