ଗୀତସଂହିତା 3 : 2 (IRVOR)
*ଦାଉଦଙ୍କର ଆପଣା ପୁତ୍ର ଅବଶାଲୋମ ନିକଟରୁ ପଳାୟନକାଳୀନ ଗୀତ। *ହେ ସଦାପ୍ରଭୁ, ମୋହର ବିପକ୍ଷମାନେ କିପରି *ବଢ଼ିଅଛନ୍ତି। *ମୋ’ ବିରୁଦ୍ଧରେ ଉତ୍ଥିତ ଲୋକ ଅନେକ। *ଅନେକେ ମୋ’ ପ୍ରାଣ ବିଷୟରେ କହନ୍ତି, “ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ* ପରିତ୍ରାଣ କିମ୍ବା ସାହାଯ୍ୟ ନାହିଁ।” *ସେଲା
ଗୀତସଂହିତା 3 : 3 (IRVOR)
ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ ଚତୁର୍ଦ୍ଦିଗରେ ଢାଲ ସ୍ୱରୂପ; ମୋହର ଗୌରବ ଓ ମୋ’ ମସ୍ତକ ଉଠାଇବା କର୍ତ୍ତା ଅଟ।
ଗୀତସଂହିତା 3 : 4 (IRVOR)
ମୁଁ ଆପଣା ରବରେ ସଦାପ୍ରଭୁଙ୍କୁ ଡାକେ, ପୁଣି, ସେ ଆପଣା ପବିତ୍ର ପର୍ବତରୁ ମୋତେ ଉତ୍ତର ଦିଅନ୍ତି। *ସେଲା
ଗୀତସଂହିତା 3 : 5 (IRVOR)
ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି।
ଗୀତସଂହିତା 3 : 6 (IRVOR)
ମୁଁ ଆପଣା ପ୍ରତିକୂଳରେ ପରିବେଷ୍ଟିତ ଅୟୁତ ଅୟୁତ ଲୋକଙ୍କୁ ଭୟ କରିବି ନାହିଁ।
ଗୀତସଂହିତା 3 : 7 (IRVOR)
ହେ ସଦାପ୍ରଭୁ, ଉଠ; ହେ ମୋହର ପରମେଶ୍ୱର, ମୋତେ ପରିତ୍ରାଣ କର। କାରଣ ତୁମ୍ଭେ ମୋହର ଶତ୍ରୁ ସମସ୍ତଙ୍କ କଳହାଡ଼ରେ ଆଘାତ କରିଅଛ; ତୁମ୍ଭେ ଦୁଷ୍ଟମାନଙ୍କ ଦନ୍ତ ଭାଙ୍ଗି ପକାଇଅଛ।
ଗୀତସଂହିତା 3 : 8 (IRVOR)
ପରିତ୍ରାଣ† ପରିତ୍ରାଣ କିମ୍ବା ବିଜୟ ସଦାପ୍ରଭୁଙ୍କର ଅଧିକାର; ତୁମ୍ଭ ଲୋକମାନଙ୍କ ଉପରେ ତୁମ୍ଭର ଆଶୀର୍ବାଦ ବର୍ତ୍ତୁ। *ସେଲା
❮
❯
1
2
3
4
5
6
7
8