ଗୀତସଂହିତା 31 : 1 (IRVOR)
ସଦାପ୍ରଭୁଙ୍କଠାରେ ନିର୍ଭରଶୀଳତାର ନିବେଦନ
ଗୀତସଂହିତା 31 : 2 (IRVOR)
*ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଶରଣ ନେଇଅଛି; *ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ; ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କର। *ମୋ’ ପ୍ରତି ଆପଣା କର୍ଣ୍ଣ ଡେର; ଶୀଘ୍ର ମୋତେ ଉଦ୍ଧାର କର; ତୁମ୍ଭେ ମୋ’ ପ୍ରତି ଦୃଢ଼ ଶୈଳ, ମୋହର ପରିତ୍ରାଣାର୍ଥକ ଦୁର୍ଗରୂପ ଗୃହ ହୁଅ।
ଗୀତସଂହିତା 31 : 3 (IRVOR)
କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ; ଏଥିପାଇଁ ନିଜ ନାମ ସକାଶୁ ମୋତେ ପଥ ଦେଖାଇ କଢ଼ାଇ ନିଅ।
ଗୀତସଂହିତା 31 : 4 (IRVOR)
ସେମାନେ ଗୋପନରେ ମୋ’ ପାଇଁ ଯେଉଁ ଜାଲ ପାତିଅଛନ୍ତି, ତହିଁରୁ ମୋତେ ଉଦ୍ଧାର କର; କାରଣ ତୁମ୍ଭେ ମୋହର ଦୃଢ଼ ଦୁର୍ଗ।
ଗୀତସଂହିତା 31 : 5 (IRVOR)
ମୁଁ ତୁମ୍ଭ ହସ୍ତରେ ଆପଣା ଆତ୍ମା ସମର୍ପଣ କରେ; ହେ ସଦାପ୍ରଭୁ, ସତ୍ୟମୟ ପରମେଶ୍ୱର, ତୁମ୍ଭେ ମୋତେ ମୁକ୍ତ କରିଅଛ।
ଗୀତସଂହିତା 31 : 6 (IRVOR)
ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନଙ୍କୁ ମୁଁ ଘୃଣା କରେ; ମାତ୍ର ମୁଁ ସଦାପ୍ରଭୁଙ୍କଠାରେ ନିର୍ଭର ରଖେ।
ଗୀତସଂହିତା 31 : 7 (IRVOR)
ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି; କାରଣ ତୁମ୍ଭେ ମୋହର କ୍ଳେଶ ଦେଖିଅଛ; ତୁମ୍ଭେ ଦୁର୍ଦ୍ଦଶା ସମୟରେ ମୋ’ ପ୍ରାଣର ତତ୍ତ୍ୱ ନେଇଅଛ।
ଗୀତସଂହିତା 31 : 8 (IRVOR)
ପୁଣି, ଶତ୍ରୁ ହସ୍ତରେ ତୁମ୍ଭେ ମୋତେ ବନ୍ଦ କରି ନାହଁ; ତୁମ୍ଭେ ପ୍ରଶସ୍ତ ସ୍ଥାନରେ ମୋର ଚରଣ ସ୍ଥାପନ କରିଅଛ।
ଗୀତସଂହିତା 31 : 9 (IRVOR)
ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର, କାରଣ ମୁଁ ବିପଦଗ୍ରସ୍ତ; ଦୁଃଖରେ ମୋହର ଚକ୍ଷୁ, ମୋହର ପ୍ରାଣ ଓ ମୋହର ଶରୀର କ୍ଷୀଣ ହେଉଅଛି।
ଗୀତସଂହିତା 31 : 10 (IRVOR)
କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ ମୋହର ବର୍ଷ ବହି ଯାଉଅଛି; ମୋ’ ଅପରାଧ* ଅପରାଧ କିମ୍ବା ଦୁଖଃ ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ ମୋର ଅସ୍ଥିସବୁ କ୍ଷୟ ପାଉଅଛି।
ଗୀତସଂହିତା 31 : 11 (IRVOR)
ମୁଁ ଆପଣା ସମସ୍ତ ବିପକ୍ଷଙ୍କ ସକାଶୁ ଆପଣା ପ୍ରତିବାସୀମାନଙ୍କର ଅତ୍ୟନ୍ତ ନିନ୍ଦାସ୍ପଦ ଓ ଆପଣା ପରିଚିତମାନଙ୍କର ଭୟସ୍ଥଳ ହୋଇଅଛି, ମୋତେ ବାହାରେ ଦେଖିଲା ଲୋକମାନେ ମୋ’ ନିକଟରୁ ପଳାଇଲେ।
ଗୀତସଂହିତା 31 : 12 (IRVOR)
ମୁଁ ମୃତ ଲୋକ ତୁଲ୍ୟ ମନରୁ ବିସ୍ମୃତ ହୋଇଅଛି; ମୁଁ ଭଗ୍ନ ପାତ୍ର ସଦୃଶ।
ଗୀତସଂହିତା 31 : 13 (IRVOR)
କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋ’ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋ’ ପ୍ରାଣ ନେବା ପାଇଁ ସଂକଳ୍ପ କଲେ।
ଗୀତସଂହିତା 31 : 14 (IRVOR)
ମାତ୍ର ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଶରଣ ନିଏ; ମୁଁ କହେ, “ତୁମ୍ଭେ ମୋହର ପରମେଶ୍ୱର।”
ଗୀତସଂହିତା 31 : 15 (IRVOR)
ମୋହର ସମୟ ସବୁ ତୁମ୍ଭର ହସ୍ତଗତ; ମୋ’ ଶତ୍ରୁଗଣ ହସ୍ତରୁ ଓ ମୋ’ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର।
ଗୀତସଂହିତା 31 : 16 (IRVOR)
ଆପଣା ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର; ଆପଣା ସ୍ନେହପୂର୍ଣ୍ଣ କରୁଣାରେ ମୋତେ ପରିତ୍ରାଣ କର।
ଗୀତସଂହିତା 31 : 17 (IRVOR)
ହେ ସଦାପ୍ରଭୁ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ଡାକ ପକାଇଅଛି; ଦୁଷ୍ଟମାନେ ଲଜ୍ଜିତ ହେଉନ୍ତୁ, ସେମାନେ ପାତାଳରେ ନୀରବ ହେଉନ୍ତୁ।
ଗୀତସଂହିତା 31 : 18 (IRVOR)
ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି।
ଗୀତସଂହିତା 31 : 19 (IRVOR)
ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍ !
ଗୀତସଂହିତା 31 : 20 (IRVOR)
ତୁମ୍ଭେ ମନୁଷ୍ୟର ସବୁ କୁମନ୍ତ୍ରଣାରୁ ସେମାନଙ୍କୁ ଆପଣା ଶ୍ରୀଛାମୁର ଅନ୍ତରାଳରେ ଲୁଚାଇବ; ତୁମ୍ଭେ ଜିହ୍ୱାସମୂହର ବିରୋଧରୁ ସେମାନଙ୍କୁ ଆପଣା ଆବାସରେ ଗୋପନ କରି ରଖିବ।
ଗୀତସଂହିତା 31 : 21 (IRVOR)
ସଦାପ୍ରଭୁ ଧନ୍ୟ ହେଉନ୍ତୁ; କାରଣ ସେ ଦୃଢ଼ ନଗରରେ ମୋ’ ପ୍ରତି ଆପଣାର ଆଶ୍ଚର୍ଯ୍ୟ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରିଅଛନ୍ତି।
ଗୀତସଂହିତା 31 : 22 (IRVOR)
ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି ଆପଣା ଅଧୈର୍ଯ୍ୟରେ କହିଥିଲି; ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋ’ ନିବେଦନର ରବ ଶୁଣିଲ।
ଗୀତସଂହିତା 31 : 23 (IRVOR)
ହେ ସଦାପ୍ରଭୁଙ୍କ ସଦ୍ଭକ୍ତ ସମସ୍ତେ, ତାହାଙ୍କୁ ପ୍ରେମ କର; ସଦାପ୍ରଭୁ ବିଶ୍ୱସ୍ତ ଲୋକମାନଙ୍କୁ ରକ୍ଷା କରନ୍ତି ଓ ଗର୍ବାଚାରୀମାନଙ୍କୁ ବହୁଳ ରୂପେ ପ୍ରତିଫଳ ଦିଅନ୍ତି।
ଗୀତସଂହିତା 31 : 24 (IRVOR)
ହେ ସଦାପ୍ରଭୁଙ୍କଠାରେ ଭରସାକାରୀ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ ତୁମ୍ଭମାନଙ୍କ ଅନ୍ତଃକରଣ ସାହସିକ ହେଉ।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24