ଗୀତସଂହିତା 35 : 1 (IRVOR)
ସହାୟତା ପାଇଁ ପ୍ରାର୍ଥନା
ଗୀତସଂହିତା 35 : 2 (IRVOR)
*ଦାଉଦଙ୍କର ଗୀତ। *ସଦାପ୍ରଭୁ, ଯେଉଁମାନେ ମୋ’ ସଙ୍ଗେ ବିବାଦ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ବିବାଦ କର। *ଯେଉଁମାନେ ମୋ’ ସଙ୍ଗେ ଯୁଦ୍ଧ କରନ୍ତି, ତୁମ୍ଭେ ସେମାନଙ୍କ ସଙ୍ଗେ ଯୁଦ୍ଧ କର। *ଢାଲ ଓ ଫଳକ ଧାରଣ କର ଓ ମୋର ସାହାଯ୍ୟ ନିମନ୍ତେ ଠିଆ ହୁଅ।
ଗୀତସଂହିତା 35 : 3 (IRVOR)
ମଧ୍ୟ ବର୍ଚ୍ଛା ଧରି ମୋ’ ପଛେ ଗୋଡ଼ାଇବା ଲୋକମାନଙ୍କ ପଥ ରୁଦ୍ଧ କର; ମୋ’ ପ୍ରାଣକୁ କୁହ, “ଆମ୍ଭେ ତୁମ୍ଭର ପରିତ୍ରାଣ।”
ଗୀତସଂହିତା 35 : 4 (IRVOR)
ମୋ’ ପ୍ରାଣର ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ଅପମାନିତ ହେଉନ୍ତୁ; ମୋହର ଅନିଷ୍ଟ ଚିନ୍ତକମାନେ ବିମୁଖ ଓ ବିବ୍ରତ ହେଉନ୍ତୁ।
ଗୀତସଂହିତା 35 : 5 (IRVOR)
ସେମାନେ ବାୟୁ ଆଗେ ତୁଷ ପରି ହେଉନ୍ତୁ ଓ ସଦାପ୍ରଭୁଙ୍କ ଦୂତ ସେମାନଙ୍କୁ ଘଉଡ଼ାଇ ଦେଉନ୍ତୁ।
ଗୀତସଂହିତା 35 : 6 (IRVOR)
ସେମାନଙ୍କ ପଥ ଅନ୍ଧକାରମୟ ଓ ଖସଡ଼ା ହେଉ, ପୁଣି, ସଦାପ୍ରଭୁଙ୍କ ଦୂତ ସେମାନଙ୍କ ପଛେ ଗୋଡ଼ାଉନ୍ତୁ।
ଗୀତସଂହିତା 35 : 7 (IRVOR)
ଯେହେତୁ ସେମାନେ ଅକାରଣରେ ମୋ’ ପାଇଁ ଗର୍ତ୍ତ ମଧ୍ୟରେ ଜାଲ ଲୁଚାଇ ଅଛନ୍ତି, ସେମାନେ ଅକାରଣରେ ମୋ’ ପାଇଁ ଖାତ ଖୋଳି ଅଛନ୍ତି।
ଗୀତସଂହିତା 35 : 8 (IRVOR)
ଅଜ୍ଞାତସାରରେ ତାହାକୁ ସର୍ବନାଶ ଘଟୁ ଓ ତାହାର ଗୁପ୍ତ ଜାଲ ତାହାକୁ ହିଁ ଧରୁ; ସର୍ବନାଶ ସହିତ ସେ ତହିଁ ମଧ୍ୟରେ ପଡ଼ୁ।
ଗୀତସଂହିତା 35 : 9 (IRVOR)
ଆଉ, ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବ ଓ ତାହାଙ୍କ ପରିତ୍ରାଣରେ ଉଲ୍ଲାସ କରିବ।
ଗୀତସଂହିତା 35 : 10 (IRVOR)
ମୋହର ଅସ୍ଥିସକଳ କହିବ, “ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କିଏ ଅଛି ? ତୁମ୍ଭେ ଦୁଃଖୀକୁ ତାହା ଅପେକ୍ଷା ବଳବାନ ଲୋକଠାରୁ, ମଧ୍ୟ ଦୁଃଖୀ ଓ ଦୀନହୀନକୁ ତାହାର ଲୁଟକାରୀଠାରୁ ଉଦ୍ଧାର କରିଥାଅ।”
ଗୀତସଂହିତା 35 : 11 (IRVOR)
ଅନ୍ୟାୟ ସାକ୍ଷୀମାନେ ଉଠୁଅଛନ୍ତି; ସେମାନେ ଆମ୍ଭର ଅଜ୍ଞାତ ବିଷୟ ଆମ୍ଭକୁ ପଚାରୁ ଅଛନ୍ତି।
ଗୀତସଂହିତା 35 : 12 (IRVOR)
ସେମାନେ ହିତର ପରିବର୍ତ୍ତେ ମୋହର ଅହିତ କରନ୍ତି, ତହିଁରେ ମୋହର ପ୍ରାଣ ଅନାଥ ହୁଏ।
ଗୀତସଂହିତା 35 : 13 (IRVOR)
ମାତ୍ର ସେମାନେ ପୀଡ଼ିତ ଥିବା ବେଳେ ଚଟ ମୋହର ପରିଧେୟ ବସ୍ତ୍ର ହେଲା; ମୁଁ ଉପବାସ କରି ଆପଣା ପ୍ରାଣକୁ କ୍ଳେଶ ଦେଲି ପୁଣି, ମୋହର ପ୍ରାର୍ଥନାର ଉତ୍ତର ମୋତେ ମିଳିଲା ନାହିଁ।
ଗୀତସଂହିତା 35 : 14 (IRVOR)
ସେମାନେ ମୋହର ବନ୍ଧୁ ଓ ଭ୍ରାତା ଥିଲା ପରି ମୁଁ ବ୍ୟବହାର କଲି; ମୁଁ ମାତୃଶୋକାତୁର ଲୋକ ତୁଲ୍ୟ ଶୋକରେ ଅବନତ ହେଲି।
ଗୀତସଂହିତା 35 : 15 (IRVOR)
ମାତ୍ର ମୋହର ପାଦ ଖସିଯିବା ବେଳେ ସେମାନେ ଆନନ୍ଦ କରି ଏକତ୍ରିତ ହେଲେ; ଅଧମ ଲୋକମାନେ ମୋ’ ଅଜ୍ଞାତସାରରେ ମୋ’ ପ୍ରତିକୂଳରେ ଏକତ୍ରିତ ହେଲେ; ସେମାନେ ମୋତେ ବିଦୀର୍ଣ୍ଣ କଲେ ଓ କ୍ଷାନ୍ତ ନୋହିଲେ;
ଗୀତସଂହିତା 35 : 16 (IRVOR)
ଭୋଜରେ ପାଷାଣ୍ଡ ଉପହାସକମାନଙ୍କ ପରି ସେମାନେ ମୋ’ ଉପରେ ଦନ୍ତ ଘର୍ଷଣ କଲେ।
ଗୀତସଂହିତା 35 : 17 (IRVOR)
ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ଅନାଇ ଥିବ ? ସେମାନଙ୍କ ଧ୍ୱଂସନରୁ ମୋହର ପ୍ରାଣକୁ, ସିଂହମାନଙ୍କଠାରୁ ମୋହର ଏକମାତ୍ର ଆତ୍ମାକୁ ରକ୍ଷା କର।
ଗୀତସଂହିତା 35 : 18 (IRVOR)
ମୁଁ ମହାସମାଜ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି। ମୁଁ ମହାଜନତା ମଧ୍ୟରେ ତୁମ୍ଭର ପ୍ରଶଂସା କରିବି।
ଗୀତସଂହିତା 35 : 19 (IRVOR)
ମୋ’ ଉପରେ ମୋ’ ଶତ୍ରୁମାନଙ୍କୁ ଅନ୍ୟାୟରେ ଆନନ୍ଦ କରିବାକୁ ଦିଅ ନାହିଁ। କିଅବା ଯେଉଁମାନେ ଅକାରଣରେ ମୋତେ ଘୃଣା କରନ୍ତି, ସେମାନଙ୍କୁ ପରିହାସ କରିବାକୁ ଦିଅ ନାହିଁ।
ଗୀତସଂହିତା 35 : 20 (IRVOR)
ସେମାନେ ଶାନ୍ତିର କଥା କହନ୍ତି ନାହିଁ; ମାତ୍ର ଦେଶସ୍ଥ ଶାନ୍ତ ଲୋକଙ୍କ ବିରୁଦ୍ଧରେ ଛଳକଥା କଳ୍ପନା କରନ୍ତି।
ଗୀତସଂହିତା 35 : 21 (IRVOR)
ହଁ, ସେମାନେ ମୋ’ ବିରୁଦ୍ଧରେ କଥା କହିଲେ; ସେମାନେ କହିଲେ, “ହଁ, ହଁ, ଆମ୍ଭମାନଙ୍କ ଚକ୍ଷୁ ତାହା ଦେଖିଅଛି।”
ଗୀତସଂହିତା 35 : 22 (IRVOR)
ହେ ସଦାପ୍ରଭୁ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; ହେ ପ୍ରଭୁ, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।
ଗୀତସଂହିତା 35 : 23 (IRVOR)
ହେ ମୋହର ପରମେଶ୍ୱର, ହେ ମୋହର ପ୍ରଭୁ, ଜାଗି ଉଠ, ମୋହର ବିଚାର ଓ ବିବାଦ ନିଷ୍ପତ୍ତି କରିବା ପାଇଁ ଜାଗ୍ରତ ହୁଅ।
ଗୀତସଂହିତା 35 : 24 (IRVOR)
ହେ ସଦାପ୍ରଭୁ, ମୋହର ପରମେଶ୍ୱର, ତୁମ୍ଭର ଧର୍ମ ପ୍ରମାଣେ ମୋହର ବିଚାର କର ଓ ସେମାନଙ୍କୁ ମୋ’ ଉପରେ ଆନନ୍ଦ କରିବାକୁ ଦିଅ ନାହିଁ।
ଗୀତସଂହିତା 35 : 25 (IRVOR)
“ହଁ, ସେପରି ହେଉ ବୋଲି ଆମ୍ଭମାନଙ୍କ ଇଚ୍ଛା,” ଏହା ସେମାନେ ଆପଣା ଆପଣା ମନରେ ନ କହନ୍ତୁ; “ଆମ୍ଭେମାନେ ତାହାକୁ ଗ୍ରାସ କରିଅଛୁ” ବୋଲି ସେମାନେ ନ କହନ୍ତୁ।
ଗୀତସଂହିତା 35 : 26 (IRVOR)
ଯେଉଁମାନେ ମୋ’ ବିପଦରେ ଆନନ୍ଦ କରନ୍ତି, ସେମାନେ ଏକତ୍ର ଲଜ୍ଜିତ ଓ ବିବ୍ରତ ହେଉନ୍ତୁ; ଯେଉଁମାନେ ମୋ’ ବିରୁଦ୍ଧରେ ଦର୍ପ କରନ୍ତି, ସେମାନେ ଲଜ୍ଜା ଓ ଅପମାନ ପରିଧାନ କରନ୍ତୁ।
ଗୀତସଂହିତା 35 : 27 (IRVOR)
ଯେଉଁମାନେ ମୋ’ ଧର୍ମରେ ସନ୍ତୁଷ୍ଟ, ସେମାନେ ଆନନ୍ଦଧ୍ୱନି କରି ଆହ୍ଲାଦିତ ହେଉନ୍ତୁ; ଆପଣା ଦାସର ସମୃଦ୍ଧିରେ ସନ୍ତୁଷ୍ଟ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ ବୋଲି ସେମାନେ ନିରନ୍ତର କହନ୍ତୁ।
ଗୀତସଂହିତା 35 : 28 (IRVOR)
ପୁଣି, ମୋହର ଜିହ୍ୱା ଦିନସାରା ତୁମ୍ଭ ଧର୍ମଗୁଣ ଓ ତୁମ୍ଭ ପ୍ରଶଂସାର କଥା କହିବ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28