ଗୀତସଂହିତା 36 : 2 (IRVOR)
*ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ। *ଦୁଷ୍ଟର ଅପରାଧ ମୋ’ ହୃଦୟ ମଧ୍ୟରେ କହେ, *ପରମେଶ୍ୱର ବିଷୟକ ଭୟ ତାହାର ଚକ୍ଷୁର ଅଗୋଚର। *କାରଣ ତାହାର ଅଧର୍ମ ପ୍ରକାଶିତ ଓ ଘୃଣିତ ହେବ ନାହିଁ ବୋଲି ସେ ଆପଣା ଦୃଷ୍ଟିରେ ଆପଣାକୁ ଭୁଲାଏ।
ଗୀତସଂହିତା 36 : 3 (IRVOR)
ତାହାର ମୁଖର ବାକ୍ୟ ଅଧର୍ମ ଓ ପ୍ରବଞ୍ଚନା ମାତ୍ର; ସେ ସୁବିବେଚନା ଓ ସୁକର୍ମ ତ୍ୟାଗ କରିଅଛି।
ଗୀତସଂହିତା 36 : 4 (IRVOR)
ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ।
ଗୀତସଂହିତା 36 : 5 (IRVOR)
ଈଶ୍ୱର ମଙ୍ଗଳମୟ ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ; ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ।
ଗୀତସଂହିତା 36 : 6 (IRVOR)
ତୁମ୍ଭର ଧର୍ମ ପରମେଶ୍ୱରଙ୍କ ପର୍ବତଗଣ ତୁଲ୍ୟ; ତୁମ୍ଭର ଶାସନସବୁ ମହାବାରିଧି ସ୍ୱରୂପ; ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ୟ ଓ ପଶୁକୁ ରକ୍ଷା କରୁଅଛ।
ଗୀତସଂହିତା 36 : 7 (IRVOR)
ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି।
ଗୀତସଂହିତା 36 : 8 (IRVOR)
ସେମାନେ ତୁମ୍ଭ ଗୃହର ପୁଷ୍ଟିକର ଦ୍ରବ୍ୟରେ ବହୁଳ ରୂପେ ପରିତୃପ୍ତ ହେବେ; ପୁଣି, ତୁମ୍ଭେ ସେମାନଙ୍କୁ ଆପଣା ଆନନ୍ଦ-ନଦୀର ଜଳ ପାନ କରାଇବ।
ଗୀତସଂହିତା 36 : 9 (IRVOR)
କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା।
ଗୀତସଂହିତା 36 : 10 (IRVOR)
ଆହେ, ତୁମ୍ଭଙ୍କୁ ଜାଣିବା ଲୋକମାନଙ୍କ ପ୍ରତି ଆପଣା ସ୍ନେହପୂର୍ଣ୍ଣ କରୁଣା ଓ ସରଳାନ୍ତଃକରଣ ଲୋକମାନଙ୍କ ପ୍ରତି ଆପଣା ଧାର୍ମିକତା ଚିରସ୍ଥାୟୀ କର।
ଗୀତସଂହିତା 36 : 11 (IRVOR)
ଅହଂକାରୀର ଚରଣ ମୋ’ ବିରୁଦ୍ଧରେ ନ ଆସୁ ଓ ଦୁଷ୍ଟର ହସ୍ତ ମୋତେ ଘଉଡ଼ାଇ ନ ଦେଉ।
ଗୀତସଂହିତା 36 : 12 (IRVOR)
ହେଇ, ଅଧର୍ମାଚାରୀମାନେ ପତିତ ହେଲେ; ସେମାନେ ଅଧଃପତିତ ହେଲେ, ଆଉ ଉଠିବାକୁ ସମର୍ଥ ହେବେ ନାହିଁ।
❮
❯
1
2
3
4
5
6
7
8
9
10
11
12