ଗୀତସଂହିତା 39 : 1 (IRVOR)
ଅନ୍ତିମକାଳର ପରିଚୟ ଦିଅ
ଗୀତସଂହିତା 39 : 2 (IRVOR)
*ପ୍ରଧାନ ବାଦ୍ୟକର ନିମନ୍ତେ, ଯିଦୂଥୂନ୍‍ ପାଇଁ ଦାଉଦଙ୍କର ଗୀତ। *ମୁଁ କହିଲି, “ମୁଁ ଜିହ୍ୱାରେ ପାପ ନ କରିବା ପାଇଁ *ଆପଣା ପଥ ବିଷୟରେ ସାବଧାନ ହେବି; ଦୁଷ୍ଟ ମୋ’ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି।” *ମୁଁ ମୌନ ହୋଇ ନୀରବ ଥିଲି, ସତ କଥାରୁ ହିଁ ନିବୃତ୍ତ ରହିଲି; ତହିଁରେ ମୋହର ଦୁଃଖ ପ୍ରବଳ ହେଲା;
ଗୀତସଂହିତା 39 : 3 (IRVOR)
ମୁଁ ମୋହର ଅନ୍ତରରେ ଅତିଶୟ ଚିନ୍ତିତ ହେଲି; ମୁଁ ଯେମିତି ମୋହର ସମସ୍ୟା ବିଷୟରେ ଭାବିଲି, ମୁଁ ଅଧିକ ଚିନ୍ତିତ ହେଲି; ତେବେ ମୁଁ ଆପଣା ଜିହ୍ୱାରେ କଥା କହିଲି;
ଗୀତସଂହିତା 39 : 4 (IRVOR)
“ହେ ସଦାପ୍ରଭୁ, ମୋହର ଅନ୍ତିମକାଳ ଓ ମୋ’ ଦିନର ପରିମାଣ କଅଣ, ମୋତେ ଜଣାଅ; ମୁଁ କିପରି କ୍ଷଣକାଳସ୍ଥାୟୀ, ଏହା ଜାଣିବାକୁ ଦିଅ।
ଗୀତସଂହିତା 39 : 5 (IRVOR)
ଦେଖ, ତୁମ୍ଭେ ମୋହର ଦିନ କେତେକ ମୁଷ୍ଟି ପରିମିତ କରିଅଛ; ମୋହର ଆୟୁ ତୁମ୍ଭ ଦୃଷ୍ଟିରେ ଅବସ୍ତୁ ତୁଲ୍ୟ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଆପଣା ସର୍ବୋତ୍ତମ ଅବସ୍ଥାରେ ହିଁ ନିତାନ୍ତ ଅସାର। *ସେଲା
ଗୀତସଂହିତା 39 : 6 (IRVOR)
ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ।
ଗୀତସଂହିତା 39 : 7 (IRVOR)
ହେ ପ୍ରଭୁ, ଏବେ ମୁଁ କାହିଁର ଅପେକ୍ଷା କରିବି ? ମୋହର ପ୍ରତ୍ୟାଶା ତୁମ୍ଭଠାରେ ଅଛି।
ଗୀତସଂହିତା 39 : 8 (IRVOR)
ମୋହର ସକଳ ଅଧର୍ମରୁ ମୋତେ ଉଦ୍ଧାର କର; ମୋତେ ମୂର୍ଖ ଲୋକର ନିନ୍ଦାପାତ୍ର କର ନାହିଁ।
ଗୀତସଂହିତା 39 : 9 (IRVOR)
ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ।
ଗୀତସଂହିତା 39 : 10 (IRVOR)
ମୋ’ଠାରୁ ତୁମ୍ଭ ଆଘାତ ଦୂର କର; ତୁମ୍ଭ କରାଘାତରେ ମୁଁ କ୍ଷୀଣ ହେଲି।
ଗୀତସଂହିତା 39 : 11 (IRVOR)
ତୁମ୍ଭେ ମନୁଷ୍ୟକୁ ଅପରାଧ ସକାଶୁ ଅନୁଯୋଗ ଦ୍ୱାରା ଶାସ୍ତି ଦେଲା ବେଳେ କୀଟ ପରି ତାହାର ସୌନ୍ଦର୍ଯ୍ୟ ବିନାଶ କରିଥାଅ; ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଅସାର। *ସେଲା
ଗୀତସଂହିତା 39 : 12 (IRVOR)
ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ ଓ ମୋ’ ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; ମୋ’ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ।
ଗୀତସଂହିତା 39 : 13 (IRVOR)
ମୁଁ ଏଠାରୁ ପ୍ରସ୍ଥାନ କରିବାର ଓ ଆଉ ନ ଥିବାର ପୂର୍ବେ ଯେପରି ପ୍ରଫୁଲ୍ଲ ହେବି, ଏଥିପାଇଁ ମୋ’ଠାରୁ ଦୃଷ୍ଟି ଫେରାଅ।”

1 2 3 4 5 6 7 8 9 10 11 12 13