ଗୀତସଂହିତା 4 : 1 (IRVOR)
ସାହାଯ୍ୟାର୍ଥେ ସନ୍ଧ୍ୟାକାଳୀନ ପ୍ରାର୍ଥନା
ଗୀତସଂହିତା 4 : 2 (IRVOR)
*ତାରଯୁକ୍ତ ଯନ୍ତ୍ରରେ ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *ହେ ମୋହର ଧର୍ମ ସ୍ୱରୂପ ପରମେଶ୍ୱର, ମୁଁ ଡାକିଲେ *ମୋତେ ଉତ୍ତର ଦିଅ; ସଙ୍କଟରେ ଥିବା ସମୟରେ ତୁମ୍ଭେ ମୋତେ ପ୍ରଶସ୍ତ ସ୍ଥାନ ଦେଇଅଛ; ମୋତେ ଦୟା କର ଓ ମୋହର ପ୍ରାର୍ଥନା ଶୁଣ। *ହେ ମନୁଷ୍ୟ-ସନ୍ତାନଗଣ, କେତେ କାଳ ମୋହର ଗୌରବ ଅପମାନରେ ପରିଣତ ହେବ ? କେତେ କାଳ ତୁମ୍ଭେମାନେ ଅସାରତାକୁ ସ୍ନେହ କରିବ ଓ ମିଥ୍ୟାର ଅନ୍ୱେଷଣ କରିବ ? *ସେଲା
ଗୀତସଂହିତା 4 : 3 (IRVOR)
ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍‍ଭକ୍ତ ଲୋକକୁ ପୃଥକ୍‍ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ।
ଗୀତସଂହିତା 4 : 4 (IRVOR)
ଭୀତ ହୁଅ ଓ ପାପ କର ନାହିଁ; ତୁମ୍ଭେମାନେ ଶଯ୍ୟା ଉପରେ ମନେ ମନେ କଥା କହି ନୀରବ ହୁଅ। *ସେଲା
ଗୀତସଂହିତା 4 : 5 (IRVOR)
ଧର୍ମବଳି ଉତ୍ସର୍ଗ କର ଓ ସଦାପ୍ରଭୁଙ୍କଠାରେ ବିଶ୍ୱାସ କର।
ଗୀତସଂହିତା 4 : 6 (IRVOR)
ଅନେକେ କହନ୍ତି, “କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ ?” ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର।
ଗୀତସଂହିତା 4 : 7 (IRVOR)
ତୁମ୍ଭେ ମୋ’ ଅନ୍ତଃକରଣରେ ଆନନ୍ଦ ଦେଇଅଛ, ତାହା ସେମାନଙ୍କ ଶସ୍ୟ ଓ ଦ୍ରାକ୍ଷାରସ ବୃଦ୍ଧିକାଳର ଆନନ୍ଦ ଅପେକ୍ଷା ଅଧିକ।
ଗୀତସଂହିତା 4 : 8 (IRVOR)
ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୁ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।

1 2 3 4 5 6 7 8