ଗୀତସଂହିତା 41 : 1 (IRVOR)
ପୀଡ଼ିତର ପ୍ରାର୍ଥନା
ଗୀତସଂହିତା 41 : 2 (IRVOR)
*ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *ଯେଉଁ ଜନ ଦୀନହୀନଙ୍କୁ ତତ୍ତ୍ୱାବଧାନ କରେ, *ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ। *ସଦାପ୍ରଭୁ ତାହାକୁ ରକ୍ଷା କରି ଜୀବିତ ରଖିବେ ଓ ସେ ପୃଥିବୀରେ ଆଶୀର୍ବାଦପ୍ରାପ୍ତ ହେବ; ପୁଣି, ସଦାପ୍ରଭୁ ତାହାକୁ ତାହାର ଶତ୍ରୁଗଣର ଇଚ୍ଛାରେ ସମର୍ପଣ କରିବେ ନାହିଁ।
ଗୀତସଂହିତା 41 : 3 (IRVOR)
ସେ ବ୍ୟାଧିଶଯ୍ୟାଗତ ହେଲେ, ସଦାପ୍ରଭୁ ତାହାକୁ ଧରି ରଖିବେ; ତୁମ୍ଭେ ପୀଡ଼ା ସମୟରେ ତାହାର ସମସ୍ତ ଶଯ୍ୟା ପରିବର୍ତ୍ତନ କର।
ଗୀତସଂହିତା 41 : 4 (IRVOR)
ମୁଁ କହିଲି, “ହେ ସଦାପ୍ରଭୁ, ମୋ’ ପ୍ରତି ଦୟା କର; ମୋ’ ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି।”
ଗୀତସଂହିତା 41 : 5 (IRVOR)
ମୋହର ଶତ୍ରୁଗଣ ମୋ’ ବିରୁଦ୍ଧରେ ହିଂସାର କଥା କହି ବୁଲନ୍ତି, ସେ କେବେ ମରିବ ଓ ତାହାର ନାମ ଲୁପ୍ତ ହେବ ?
ଗୀତସଂହିତା 41 : 6 (IRVOR)
ପୁଣି ସେ ଯଦି ମୋତେ ଦେଖିବାକୁ ଆସେ, ସେ କହେ; ତାହାର ହୃଦୟ ଆପଣା ପାଇଁ ଅଧର୍ମ ସଞ୍ଚୟ କରେ; ସେ ବାହାରେ ଯାଇ ତାହା କହି ବୁଲେ।
ଗୀତସଂହିତା 41 : 7 (IRVOR)
ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋ’ ବିରୁଦ୍ଧରେ ଫୁସ୍‍ଫୁସ୍‍ କରନ୍ତି; ସେମାନେ ମୋ’ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି।
ଗୀତସଂହିତା 41 : 8 (IRVOR)
ସେମାନେ କହନ୍ତି, “କୌଣସି ମନ୍ଦ ବ୍ୟାଧି ତାହାଠାରେ ଲାଗି ରହିଅଛି; ଏବେ ସେ ପଡ଼ିଅଛି, ଆଉ ଉଠିବ ନାହିଁ।”
ଗୀତସଂହିତା 41 : 9 (IRVOR)
ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।
ଗୀତସଂହିତା 41 : 10 (IRVOR)
ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରତି ଦୟା କରି ମୋତେ ଉଠାଅ, ତହିଁରେ ମୁଁ ସେମାନଙ୍କୁ ପ୍ରତିଫଳ ଦେବି।
ଗୀତସଂହିତା 41 : 11 (IRVOR)
ମୋହର ଶତ୍ରୁ ମୋ’ ଉପରେ ଜୟଧ୍ୱନି କରୁ ନାହିଁ, ଏଥିସକାଶୁ ମୁଁ ଜାଣେ ଯେ, ତୁମ୍ଭେ ମୋ’ଠାରେ ସନ୍ତୁଷ୍ଟ ଅଛ।
ଗୀତସଂହିତା 41 : 12 (IRVOR)
ତୁମ୍ଭେ ମୋ’ ସରଳତାରେ ମୋତେ ଧରି ରଖୁଅଛ।
ଗୀତସଂହିତା 41 : 13 (IRVOR)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଅନାଦିକାଳରୁ ଅନନ୍ତକାଳ ଧନ୍ୟ ହେଉନ୍ତୁ। ଆମେନ୍‍, ଆମେନ୍‍।

1 2 3 4 5 6 7 8 9 10 11 12 13