ଗୀତସଂହିତା 42 : 1 (IRVOR)
ଦ୍ୱିତୀୟ ଖଣ୍ଡ
42:1—72:20
ନିର୍ବାସିତର ପ୍ରାର୍ଥନା (1)
ଗୀତସଂହିତା 42 : 2 (IRVOR)
*ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ମସ୍କୀଲ୍‍ (ପ୍ରବୋଧନ)। *ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି *ହେ ପରମେଶ୍ୱର, ମୋ’ ପ୍ରାଣ ତୁମ୍ଭ ପାଇଁ ଧକାଏ। *ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ ନିମନ୍ତେ ମୋ’ ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି ?
ଗୀତସଂହିତା 42 : 3 (IRVOR)
ମୋହର ଲୋତକ ଦିବାରାତ୍ର ମୋହର ଭକ୍ଷ୍ୟ ହୋଇଅଛି, କାରଣ ଲୋକମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି ?”
ଗୀତସଂହିତା 42 : 4 (IRVOR)
ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।
ଗୀତସଂହିତା 42 : 5 (IRVOR)
ହେ ମୋହର ପ୍ରାଣ, ତୁ କାହିଁକି ଶୋକାକୁଳ ହେଉଅଛୁ ? ତୁ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛୁ ? ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ତାହାଙ୍କ ପ୍ରସନ୍ନତାର ସାହାଯ୍ୟ ସକାଶୁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି।
ଗୀତସଂହିତା 42 : 6 (IRVOR)
ହେ ମୋହର ପରମେଶ୍ୱର, ମୋହର ପ୍ରାଣ ମୋ’ ଅନ୍ତରରେ ଶୋକାକୁଳ ହେଉଅଛି; ଏଥିପାଇଁ ମୁଁ ଯର୍ଦ୍ଦନ ଦେଶରୁ, ପୁଣି, ହର୍ମୋଣ ଓ ମିତ୍‍ସୀୟର ପର୍ବତରୁ ତୁମ୍ଭକୁ ସ୍ମରଣ କରୁଅଛି।
ଗୀତସଂହିତା 42 : 7 (IRVOR)
ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋ’ ଉପରେ ଯାଇଅଛି।
ଗୀତସଂହିତା 42 : 8 (IRVOR)
ତଥାପି ସଦାପ୍ରଭୁ ଦିନବେଳେ ଆପଣା ସ୍ନେହପୂର୍ଣ୍ଣ କରୁଣା ଆଜ୍ଞା କରିବେ, ପୁଣି, ରାତ୍ରିକାଳେ ତାହାଙ୍କ ଗୁଣଗାନ ଓ ଆମ୍ଭ ଜୀବନଦାତା ପରମେଶ୍ୱରଙ୍କ ପ୍ରତି ପ୍ରାର୍ଥନା ମୋହର ସଙ୍ଗୀ ହେବ।
ଗୀତସଂହିତା 42 : 9 (IRVOR)
ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି, “ତୁମ୍ଭେ କାହିଁକି ମୋତେ ପାସୋରିଅଛ ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି ?”
ଗୀତସଂହିତା 42 : 10 (IRVOR)
ମୋ’ ଅସ୍ଥିରେ ଖଡ୍ଗ ପରି ମୋ’ ବିପକ୍ଷଗଣ ମୋତେ ତିରସ୍କାର କରନ୍ତି; କାରଣ ସେମାନେ ନିତ୍ୟ ମୋତେ କହନ୍ତି, “ତୁମ୍ଭର ପରମେଶ୍ୱର କାହାନ୍ତି ?”
ଗୀତସଂହିତା 42 : 11 (IRVOR)
ହେ ମୋହର ପ୍ରାଣ, ତୁମ୍ଭେ କାହିଁକି ଶୋକାକୁଳ ହେଉଅଛ ? ପୁଣି, ତୁମ୍ଭେ କାହିଁକି ମୋ’ ଅନ୍ତରରେ ଅସ୍ଥିର ହେଉଅଛ ? ତୁମ୍ଭେ ପରମେଶ୍ୱରଙ୍କଠାରେ ଭରସା ରଖ; କାରଣ ମୁଁ ପୁନର୍ବାର ତାହାଙ୍କର ପ୍ରଶଂସା କରିବି, ସେ ମୋ’ ମୁଖର ପ୍ରସନ୍ନତା ଓ ମୋହର ପରମେଶ୍ୱର ଅଟନ୍ତି।

1 2 3 4 5 6 7 8 9 10 11