ଗୀତସଂହିତା 44 : 1 (IRVOR)
ସୁରକ୍ଷା ପାଇଁ ପ୍ରାର୍ଥନା
ଗୀତସଂହିତା 44 : 2 (IRVOR)
*ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। ମସ୍କିଲ୍। *ହେ ପରମେଶ୍ୱର, ତୁମ୍ଭେ ପୂର୍ବକାଳରେ ଆମ୍ଭମାନଙ୍କ *ପିତୃପୁରୁଷଙ୍କ ସମୟରେ ଯେଉଁ କର୍ମ କରିଥିଲ, ତାହା ଆମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛୁ ଓ ସେମାନେ ତାହା ଆମ୍ଭମାନଙ୍କୁ ଜଣାଇ ଅଛନ୍ତି। *ତୁମ୍ଭେ ଅନ୍ୟ ଗୋଷ୍ଠୀୟମାନଙ୍କୁ ସ୍ୱହସ୍ତରେ ତଡ଼ି ଦେଇ ସେମାନଙ୍କୁ ରୋପଣ କରିଥିଲ; ତୁମ୍ଭେ ଜନବୃନ୍ଦକୁ ନାଶ କରି ସେମାନଙ୍କୁ ବିସ୍ତାରିତ କରିଥିଲ।
ଗୀତସଂହିତା 44 : 3 (IRVOR)
କାରଣ ସେମାନେ ନିଜ ଖଡ୍ଗ ଦ୍ୱାରା ଦେଶାଧିକାର ପ୍ରାପ୍ତ ହେଲେ ନାହିଁ, କିଅବା ସେମାନଙ୍କ ନିଜ ବାହୁ ସେମାନଙ୍କୁ ଉଦ୍ଧାର କଲା ନାହିଁ; ମାତ୍ର ସେମାନଙ୍କ ପ୍ରତି ତୁମ୍ଭର ଅନୁଗ୍ରହ ଥିବାରୁ ତୁମ୍ଭର ଦକ୍ଷିଣ ହସ୍ତ, ତୁମ୍ଭର ବାହୁ ଓ ତୁମ୍ଭ ମୁଖର ପ୍ରସନ୍ନତା ତାହା କରିଥିଲା।
ଗୀତସଂହିତା 44 : 4 (IRVOR)
ହେ ପରମେଶ୍ୱର, ତୁମ୍ଭେ ମୋହର ରାଜା ଅଟ; ପୁଣି ତୁମ୍ଭେ ଯାକୁବ ପକ୍ଷରେ ମୁକ୍ତିର ଆଜ୍ଞା ଦିଅ।
ଗୀତସଂହିତା 44 : 5 (IRVOR)
ତୁମ୍ଭ ଦ୍ୱାରା ଆମ୍ଭେମାନେ ବିପକ୍ଷଗଣକୁ ତଳେ ପକାଇବା; ତୁମ୍ଭ ନାମ ଦ୍ୱାରା ଆମ୍ଭେମାନେ ଆପଣା ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କୁ ଦଳି ପକାଇବା।
ଗୀତସଂହିତା 44 : 6 (IRVOR)
ଯେହେତୁ ମୁଁ ଆପଣା ଧନୁରେ ନିର୍ଭର କରିବି ନାହିଁ, କିଅବା ମୋ’ ଖଡ୍ଗ ମୋତେ ଉଦ୍ଧାର କରିବ ନାହିଁ।
ଗୀତସଂହିତା 44 : 7 (IRVOR)
ମାତ୍ର ତୁମ୍ଭେ ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ ଓ ଆମ୍ଭମାନଙ୍କ ଘୃଣାକାରୀମାନଙ୍କୁ ଲଜ୍ଜିତ କରିଅଛ।
ଗୀତସଂହିତା 44 : 8 (IRVOR)
ଆମ୍ଭେମାନେ ସାରାଦିନ ପରମେଶ୍ୱରଙ୍କଠାରେ ଦର୍ପ କରିଅଛୁ ଓ ଅନନ୍ତକାଳ ତୁମ୍ଭ ନାମର ଧନ୍ୟବାଦ କରିବା। *ସେଲା
ଗୀତସଂହିତା 44 : 9 (IRVOR)
ମାତ୍ର ଏବେ ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ ଓ ଆମ୍ଭମାନଙ୍କୁ ଅପମାନଗ୍ରସ୍ତ କରିଅଛ; ପୁଣି, ଆମ୍ଭମାନଙ୍କ ସୈନ୍ୟ ସଙ୍ଗରେ ଗମନ କରୁ ନାହଁ।
ଗୀତସଂହିତା 44 : 10 (IRVOR)
ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ ଦେଉଅଛ ଓ ଆମ୍ଭମାନଙ୍କ ଘୃଣାକାରୀଗଣ ଆପଣାମାନଙ୍କ ନିମନ୍ତେ ଆମ୍ଭମାନଙ୍କୁ ଲୁଣ୍ଠନ କରୁଅଛନ୍ତି।
ଗୀତସଂହିତା 44 : 11 (IRVOR)
ଖାଦ୍ୟ ନିମନ୍ତେ ନିରୂପିତ ମେଷଗଣ ତୁଲ୍ୟ ତୁମ୍ଭେ ଆମ୍ଭମାନଙ୍କୁ ସମର୍ପଣ କରିଅଛ ଓ ନାନା ଗୋଷ୍ଠୀ ମଧ୍ୟରେ ଆମ୍ଭମାନଙ୍କୁ ଛିନ୍ନଭିନ୍ନ କରିଅଛ।
ଗୀତସଂହିତା 44 : 12 (IRVOR)
ତୁମ୍ଭେ ଆପଣା ଲୋକମାନଙ୍କୁ ବିନାମୂଲ୍ୟରେ ବିକ୍ରୟ କରୁଅଛ ଓ ସେମାନଙ୍କ ମୂଲ୍ୟ ଦ୍ୱାରା ଆପଣା ଧନ ବୃଦ୍ଧି କରି ନାହଁ।
ଗୀତସଂହିତା 44 : 13 (IRVOR)
ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ତିରସ୍କାରର ବିଷୟ ଓ ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ଲୋକମାନଙ୍କର ହାସ୍ୟାସ୍ପଦ ଓ ଉପହାସର ପାତ୍ର କରୁଅଛ।
ଗୀତସଂହିତା 44 : 14 (IRVOR)
ତୁମ୍ଭେ ଆମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧ୍ୟରେ ଗଳ୍ପର ବିଷୟ ଓ ଜନବୃନ୍ଦ ମଧ୍ୟରେ ମୁଣ୍ଡହଲାର କାରଣ କରିଅଛ।
ଗୀତସଂହିତା 44 : 15 (IRVOR)
ତିରସ୍କାରକାରୀର ଓ ନିନ୍ଦକର ସ୍ୱର ସକାଶୁ, ପୁଣି, ଶତ୍ରୁ ଓ ପ୍ରତିହିଂସକ ସକାଶୁ,
ଗୀତସଂହିତା 44 : 16 (IRVOR)
ସାରାଦିନ ମୋ’ ଅପମାନ ମୋ’ ସମ୍ମୁଖରେ ଥାଏ ଓ ମୋ’ ମୁଖର ଲଜ୍ଜା ମୋତେ ଢାଙ୍କିଅଛି।
ଗୀତସଂହିତା 44 : 17 (IRVOR)
ଆମ୍ଭମାନଙ୍କ ପ୍ରତି ଏସବୁ ଘଟିଅଛି; ତଥାପି ଆମ୍ଭେମାନେ ତୁମ୍ଭକୁ ପାସୋରି ନାହୁଁ, କିଅବା ତୁମ୍ଭ ନିୟମ ବିଷୟରେ ଅସତ୍ୟ ବ୍ୟବହାର କରି ନାହୁଁ।
ଗୀତସଂହିତା 44 : 18 (IRVOR)
ତୁମ୍ଭେ ଆମ୍ଭମାନଙ୍କୁ ଶୃଗାଳମାନଙ୍କ ସ୍ଥାନରେ ଚୂର୍ଣ୍ଣ ଓ ମୃତ୍ୟୁୁଛାୟାରେ ଆଚ୍ଛନ୍ନ କରିଅଛ ବୋଲି
ଗୀତସଂହିତା 44 : 19 (IRVOR)
ଆମ୍ଭମାନଙ୍କ ଅନ୍ତଃକରଣ ବିମୁଖ ହୋଇ ନାହିଁ, କିଅବା ଆମ୍ଭମାନଙ୍କ ପାଦଗତି ତୁମ୍ଭ ପଥରୁ ଭ୍ରଷ୍ଟ ହୋଇ ନାହିଁ।
ଗୀତସଂହିତା 44 : 20 (IRVOR)
ଯଦି ଆମ୍ଭେମାନେ ଆପଣା ପରମେଶ୍ୱରଙ୍କ ନାମ ପାସୋରିଥାଉ, ଅବା କୌଣସି ଅନ୍ୟ ଦେବତା ଆଡ଼େ ହସ୍ତ ପ୍ରସାରିଥାଉ;
ଗୀତସଂହିତା 44 : 21 (IRVOR)
ତେବେ ପରମେଶ୍ୱର କି ତାହା ଅନୁସନ୍ଧାନ କରିବେ ନାହିଁ ? କାରଣ ସେ ଅନ୍ତଃକରଣର ଗୁପ୍ତ ବିଷୟସବୁ ଜାଣନ୍ତି।
ଗୀତସଂହିତା 44 : 22 (IRVOR)
ହଁ, ତୁମ୍ଭ ସକାଶୁ ଆମ୍ଭେମାନେ ଦିନସାରା ହତ ହେଉଅଛୁ; ଆମ୍ଭେମାନେ ହତ୍ୟା ନିମନ୍ତେ ଆନୀତ ମେଷତୁଲ୍ୟ ଗଣିତ ହେଉଅଛୁ।
ଗୀତସଂହିତା 44 : 23 (IRVOR)
ଜାଗ, ହେ ପ୍ରଭୁ, ତୁମ୍ଭେ କାହିଁକି ନିଦ୍ରିତ ହେଉଅଛ ? ଉଠ, ଆମ୍ଭମାନଙ୍କୁ ସଦାକାଳ ଦୂର କର ନାହିଁ।
ଗୀତସଂହିତା 44 : 24 (IRVOR)
ତୁମ୍ଭେ କାହିଁକି ଆପଣା ମୁଖ ଲୁଚାଉଅଛ, ପୁଣି, ଆମ୍ଭମାନଙ୍କ କ୍ଳେଶ ଓ ଦୌରାତ୍ମଭୋଗ ବିସ୍ମୃତ ହେଉଅଛ ?
ଗୀତସଂହିତା 44 : 25 (IRVOR)
କାରଣ ଆମ୍ଭମାନଙ୍କ ପ୍ରାଣ ଧୂଳିରେ ଅବନତ; ଆମ୍ଭମାନଙ୍କ ଉଦର ଭୂମିରେ ଲାଗୁଅଛି।
ଗୀତସଂହିତା 44 : 26 (IRVOR)
ଆମ୍ଭମାନଙ୍କ ସାହାଯ୍ୟ ନିମନ୍ତେ ଉଠ ଓ ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ଆମ୍ଭମାନଙ୍କୁ ମୁକ୍ତ କର।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26