ଗୀତସଂହିତା 45 : 1 (IRVOR)
ରାଜାଙ୍କ ବିବାହ ଉଦ୍ଦେଶ୍ୟରେ ରଚିତ ଗୀତ *ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍ ସ୍ୱରରେ କୋରହ-ସନ୍ତାନଗଣର ଗୀତ। ମସ୍କୀଲ୍। ପ୍ରେମ ଗୀତ। *ମୋହର ହୃଦୟ ଉତ୍ତମ ବିଷୟରେ ଉଚ୍ଛୁଳି ଉଠୁଅଛି; ମୁଁ ରାଜାଙ୍କ ବିଷୟରେ ଆପଣା ରଚିତ କଥା କହେ; ମୋ’ ଜିହ୍ୱା ଶୀଘ୍ର ଲେଖକର ଲେଖନୀ ସ୍ୱରୂପ।
ଗୀତସଂହିତା 45 : 2 (IRVOR)
ତୁମ୍ଭେ ମନୁଷ୍ୟ-ସନ୍ତାନଗଣ ଅପେକ୍ଷା ଅଧିକ ସୁନ୍ଦର; ତୁମ୍ଭ ଓଷ୍ଠାଧରରେ ଅନୁଗ୍ରହ ଢଳା ଯାଇଅଛି; ଏହେତୁ ପରମେଶ୍ୱର ତୁମ୍ଭକୁ ଅନନ୍ତକାଳ ଆଶୀର୍ବାଦ କରିଅଛନ୍ତି।
ଗୀତସଂହିତା 45 : 3 (IRVOR)
ହେ ବୀର, ତୁମ୍ଭ କଟିଦେଶରେ ଆପଣା ଖଡ୍ଗ, ଆପଣା ମହିମା ଓ ପ୍ରଭାବ ବାନ୍ଧ।
ଗୀତସଂହିତା 45 : 4 (IRVOR)
ପୁଣି, ସତ୍ୟତା ଓ ନମ୍ରତା ଓ ଧର୍ମ ସକାଶେ ଆପଣା ପ୍ରଭାବରେ ରଥାରୋହଣ କରି କୃତାର୍ଥ ହୁଅ; ତହିଁରେ ତୁମ୍ଭର ଦକ୍ଷିଣ ହସ୍ତ ତୁମ୍ଭକୁ ଭୟାନକ କାର୍ଯ୍ୟ ଶିଖାଇବ।
ଗୀତସଂହିତା 45 : 5 (IRVOR)
ତୁମ୍ଭର ତୀରସବୁ ତୀକ୍ଷ୍ଣ; ଜନବୃନ୍ଦ ତୁମ୍ଭ ତଳେ ପଡ଼ନ୍ତି; ତାହାସବୁ ରାଜାଙ୍କ ଶତ୍ରୁଗଣର ହୃଦୟରେ ବିଦ୍ଧ ହୁଏ।
ଗୀତସଂହିତା 45 : 6 (IRVOR)
ହେ ପରମେଶ୍ୱର, ତୁମ୍ଭର ସିଂହାସନ ଅନନ୍ତକାଳସ୍ଥାୟୀ; ତୁମ୍ଭର ରାଜଦଣ୍ଡ ନ୍ୟାୟଦଣ୍ଡ ଅଟେ।
ଗୀତସଂହିତା 45 : 7 (IRVOR)
ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।
ଗୀତସଂହିତା 45 : 8 (IRVOR)
ତୁମ୍ଭର ସକଳ ବସ୍ତ୍ର ଗନ୍ଧରସ, ଅଗୁରୁ ଓ ଦାରୁଚିନିରେ ସୁବାସମୟ; ହସ୍ତୀଦନ୍ତନିର୍ମିତ ଅଟ୍ଟାଳିକାସମୂହରୁ ତାରଯୁକ୍ତ ବାଦ୍ୟଯନ୍ତ୍ରସବୁ ତୁମ୍ଭକୁ ଆନନ୍ଦିତ କରିଅଛି।
ଗୀତସଂହିତା 45 : 9 (IRVOR)
ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀମାନେ ଅଛନ୍ତି; ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି।
ଗୀତସଂହିତା 45 : 10 (IRVOR)
ଆଗୋ କନ୍ୟେ, ଶୁଣ, ବିବେଚନା କର ଓ ଆପଣା କର୍ଣ୍ଣ ଡେର; ତୁମ୍ଭ ନିଜ ଲୋକଙ୍କୁ ଓ ପିତୃଗୃହକୁ ପାସୋର;
ଗୀତସଂହିତା 45 : 11 (IRVOR)
ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ* ସୌନ୍ଦର୍ଯ୍ୟ ବାଞ୍ଛା କରିବେ ଅର୍ଥାତ୍ ଶୟନ କରିବେ । କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର।
ଗୀତସଂହିତା 45 : 12 (IRVOR)
ପୁଣି, ସୋରର କନ୍ୟା ଭେଟୀ ନେଇ ସେଠାରେ ଉପସ୍ଥିତ ହେବ; ଲୋକଙ୍କ ମଧ୍ୟରେ ଧନୀମାନେ ହିଁ ତୁମ୍ଭ ଅନୁଗ୍ରହର ବିନତୀ କରିବେ।
ଗୀତସଂହିତା 45 : 13 (IRVOR)
ଅନ୍ତଃପୁରରେ ରାଜକୁମାରୀ ସର୍ବତୋଭାବେ ସୁଶୋଭିତା; ତାଙ୍କର ବସ୍ତ୍ର ସୁବର୍ଣ୍ଣସୂତ୍ର ନିର୍ମିତ।
ଗୀତସଂହିତା 45 : 14 (IRVOR)
ସେ ସୂଚୀଶିଳ୍ପିତ-ବସ୍ତ୍ରରେ ରାଜାଙ୍କ ନିକଟକୁ ଅଣାଯିବେ; ତାଙ୍କର ପଶ୍ଚାଦ୍ବର୍ତ୍ତିନୀ ସହଚରୀ କୁମାରୀଗଣ ତୁମ୍ଭ ନିକଟକୁ ଅଣାଯିବେ।
ଗୀତସଂହିତା 45 : 15 (IRVOR)
ସେମାନେ ଆନନ୍ଦ ଓ ଉଲ୍ଲାସରେ ଅଣାଯିବେ; ସେମାନେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ;
ଗୀତସଂହିତା 45 : 16 (IRVOR)
ତୁମ୍ଭ ପିତୃଗଣ ପରିବର୍ତ୍ତରେ ତୁମ୍ଭ ସନ୍ତାନଗଣ ରହିବେ, ତୁମ୍ଭେ ସେମାନଙ୍କୁ ସମୁଦାୟ ପୃଥିବୀରେ ଅଧିପତି କରିବ।
ଗୀତସଂହିତା 45 : 17 (IRVOR)
ମୁଁ ସକଳ ପିଢ଼ିରେ ତୁମ୍ଭ ନାମ ସ୍ମରଣ କରାଇବି; ଏହେତୁ ଗୋଷ୍ଠୀସମୂହ ଅନନ୍ତକାଳ ତୁମ୍ଭର ପ୍ରଶଂସା କରିବେ।
❮
❯
1
2
3
4
5
6
7
8
9
10
11
12
13
14
15
16
17