ଗୀତସଂହିତା 46 : 1 (IRVOR)
ସହବର୍ତ୍ତୀ ପରମେଶ୍ୱର
ଗୀତସଂହିତା 46 : 2 (IRVOR)
*ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ; ଅଲ୍‍ମୋତ୍‍ ସ୍ୱରର ଗୀତ। *ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଓ ବଳ, *ଦୁର୍ଦ୍ଦଶାକାଳରେ ଅତି ନିକଟବର୍ତ୍ତୀ ସହାୟ। *ଏଥିପାଇଁ ପୃଥିବୀ ପରିବର୍ତ୍ତିତ ହେଲେ ହେଁ ଓ ପର୍ବତଗଣ ସମୁଦ୍ର ମଧ୍ୟରେ ବିଚଳିତ ହେଲେ ହେଁ;
ଗୀତସଂହିତା 46 : 3 (IRVOR)
ତହିଁର ଜଳରାଶି ଗର୍ଜ୍ଜନ କରି ପ୍ରବଳ ହେଲେ ହେଁ, ତହିଁର ପ୍ଳାବନରେ ପର୍ବତଗଣ କମ୍ପିତ ହେଲେ ହେଁ ଆମ୍ଭେମାନେ ଭୟ କରିବା ନାହିଁ। *ସେଲା
ଗୀତସଂହିତା 46 : 4 (IRVOR)
ନଦୀ ଗୋଟିଏ ଅଛି, ତହିଁର ସ୍ରୋତସମୂହ ପରମେଶ୍ୱରଙ୍କ ନଗରକୁ, ସର୍ବୋପରିସ୍ଥଙ୍କ ଆବାସର ପବିତ୍ର ସ୍ଥାନକୁ ଆନନ୍ଦିତ କରେ।
ଗୀତସଂହିତା 46 : 5 (IRVOR)
ପରମେଶ୍ୱର ସେହି ନଗରର ମଧ୍ୟବର୍ତ୍ତୀ; ତାହା ବିଚଳିତ ହେବ ନାହିଁ। ପରମେଶ୍ୱର ଅତି ପ୍ରଭାତରେ ତାହାର ସାହାଯ୍ୟ କରିବେ।
ଗୀତସଂହିତା 46 : 6 (IRVOR)
ଗୋଷ୍ଠୀସବୁ ଗର୍ଜ୍ଜନ କଲେ, ରାଜ୍ୟସବୁ ବିଚଳିତ ହେଲେ; ସେ ଆପଣା ରବ ଉଚ୍ଚାରଣ କଲେ, ପୃଥିବୀ ତରଳି ଗଲା।
ଗୀତସଂହିତା 46 : 7 (IRVOR)
ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ, ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି।
ଗୀତସଂହିତା 46 : 8 (IRVOR)
ଆସ, ସଦାପ୍ରଭୁଙ୍କର କାର୍ଯ୍ୟସବୁ ଦେଖ, ସେ ପୃଥିବୀରେ କିପ୍ରକାର ଉଜାଡ଼ କରିଅଛନ୍ତି !
ଗୀତସଂହିତା 46 : 9 (IRVOR)
ସେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଯୁଦ୍ଧ ନିବୃତ୍ତ କରନ୍ତି; ସେ ଧନୁ ଭାଙ୍ଗି ପକାନ୍ତି ଓ ବର୍ଚ୍ଛା କାଟି ଖଣ୍ଡ ଖଣ୍ଡ କରନ୍ତି; ସେ ରଥ* ରଥ କିମ୍ବା ଢାଲ ସବୁ ଅଗ୍ନିରେ ପୋଡ଼ି ପକାନ୍ତି।
ଗୀତସଂହିତା 46 : 10 (IRVOR)
କ୍ଷାନ୍ତ ହୁଅ, ଆମ୍ଭେ ପରମେଶ୍ୱର ଅଟୁ, ଏହା ଜାଣ; ଆମ୍ଭେ ଦେଶୀୟମାନଙ୍କ ମଧ୍ୟରେ ଉନ୍ନତ ହେବୁ, ଆମ୍ଭେ ପୃଥିବୀରେ ଉନ୍ନତ ହେବୁ।
ଗୀତସଂହିତା 46 : 11 (IRVOR)
ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କର ସହବର୍ତ୍ତୀ; ଯାକୁବର ପରମେଶ୍ୱର ଆମ୍ଭମାନଙ୍କର ଆଶ୍ରୟ ଅଟନ୍ତି। *ସେଲା

1 2 3 4 5 6 7 8 9 10 11