ଗୀତସଂହିତା 47 : 1 (IRVOR)
ସର୍ବୋପରିସ୍ଥ ଅଧିପତି
ଗୀତସଂହିତା 47 : 2 (IRVOR)
*ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। *ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର। *କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା।
ଗୀତସଂହିତା 47 : 3 (IRVOR)
ସେ ଗୋଷ୍ଠୀସମୂହକୁ ଆମ୍ଭମାନଙ୍କର ବଶୀଭୂତ କରିବେ ଓ ଦେଶୀୟଗଣକୁ ଆମ୍ଭମାନଙ୍କର ପଦତଳସ୍ଥ କରିବେ।
ଗୀତସଂହିତା 47 : 4 (IRVOR)
ସେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କ ଅଧିକାର ମନୋନୀତ କରିବେ, ତାହା ହିଁ ତାହାଙ୍କ ପ୍ରିୟ ପାତ୍ର ଯାକୁବର ଗୌରବ ସ୍ୱରୂପ। *ସେଲା
ଗୀତସଂହିତା 47 : 5 (IRVOR)
ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେ ଊର୍ଦ୍ଧ୍ୱକୁ ବିଜେ କରିଅଛନ୍ତି।
ଗୀତସଂହିତା 47 : 6 (IRVOR)
ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର; ଆମ୍ଭମାନଙ୍କ ରାଜାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର, ପ୍ରଶଂସାଗାନ କର।
ଗୀତସଂହିତା 47 : 7 (IRVOR)
କାରଣ ପରମେଶ୍ୱର ସମୁଦାୟ ପୃଥିବୀର ରାଜା ଅଟନ୍ତି; ତୁମ୍ଭେମାନେ ପ୍ରବୋଧଜନକ ପ୍ରଶଂସାଗାନ କର।
ଗୀତସଂହିତା 47 : 8 (IRVOR)
ପରମେଶ୍ୱର ଗୋଷ୍ଠୀବର୍ଗ ଉପରେ ରାଜତ୍ୱ କରନ୍ତି; ପରମେଶ୍ୱର ଆପଣା ପବିତ୍ର ସିଂହାସନରେ ଉପବିଷ୍ଟ।
ଗୀତସଂହିତା 47 : 9 (IRVOR)
ଅବ୍ରହାମର ପରମେଶ୍ୱରଙ୍କ ଲୋକ ହେବା ନିମନ୍ତେ ଗୋଷ୍ଠୀୟମାନଙ୍କର ଅଧିପତିଗଣ ଏକତ୍ରିତ ହୋଇଅଛନ୍ତି। କାରଣ ପୃଥିବୀର ଢାଲସବୁ ପରମେଶ୍ୱରଙ୍କର; ସେ ଅତିଶୟ ଉନ୍ନତ ଅଟନ୍ତି।

1 2 3 4 5 6 7 8 9