ଗୀତସଂହିତା 48 : 2 (IRVOR)
*ଗୀତ : କୋରହ-ସନ୍ତାନମାନଙ୍କର ଗୀତ। *ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ, *ତାହାଙ୍କ ପବିତ୍ର ପର୍ବତରେ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ। *ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର।
ଗୀତସଂହିତା 48 : 3 (IRVOR)
ତହିଁର ଅଟ୍ଟାଳିକାସମୂହ ମଧ୍ୟରେ ପରମେଶ୍ୱର ଆଶ୍ରୟ ସ୍ୱରୂପ ବୋଲି ଆପଣାର ପରିଚୟ ଦେଇଅଛନ୍ତି।
ଗୀତସଂହିତା 48 : 4 (IRVOR)
କାରଣ ଦେଖ, ରାଜାଗଣ ସଭାସ୍ଥ ହେଲେ, ସେମାନେ ଏକସଙ୍ଗେ ଗମନ କଲେ।
ଗୀତସଂହିତା 48 : 5 (IRVOR)
ସେମାନେ ତାହା ଦେଖି ଚମତ୍କୃତ ହେଲେ; ସେମାନେ ଉଦ୍ବିଗ୍ନ ହୋଇ ଶୀଘ୍ର ପଳାଇଲେ;
ଗୀତସଂହିତା 48 : 6 (IRVOR)
ସେଠାରେ ସେମାନେ କମ୍ପରେ ଓ ପ୍ରସବକାରିଣୀ ସ୍ତ୍ରୀର ବେଦନା ତୁଲ୍ୟ ବେଦନାରେ ଆକ୍ରାନ୍ତ ହେଲେ।
ଗୀତସଂହିତା 48 : 7 (IRVOR)
ତୁମ୍ଭେ ପୂର୍ବୀୟ ବାୟୁ ଦ୍ୱାରା ତର୍ଶୀଶ ନଗରର ଜାହାଜସବୁ ଭାଙ୍ଗିଥାଅ।
ଗୀତସଂହିତା 48 : 8 (IRVOR)
ଯେପରି ଆମ୍ଭେମାନେ ଶୁଣିଅଛୁ, ସେପରି ସୈନ୍ୟାଧିପତି ସଦାପ୍ରଭୁଙ୍କ ନଗରରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ନଗରରେ ଦେଖିଅଛୁ; ପରମେଶ୍ୱର ଅନନ୍ତକାଳ ତାହା ସୁସ୍ଥିର କରିବେ। *ସେଲା
ଗୀତସଂହିତା 48 : 9 (IRVOR)
ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭ ମନ୍ଦିର ମଧ୍ୟରେ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ବିଷୟ ଧ୍ୟାନ କରିଅଛୁ।
ଗୀତସଂହିତା 48 : 10 (IRVOR)
ହେ ପରମେଶ୍ୱର, ଯେପରି ତୁମ୍ଭର ନାମ, ସେହିପରି ତୁମ୍ଭର ପ୍ରଶଂସା, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅଟେ; ତୁମ୍ଭର ଦକ୍ଷିଣ ହସ୍ତ ଧର୍ମରେ ପରିପୂର୍ଣ୍ଣ।
ଗୀତସଂହିତା 48 : 11 (IRVOR)
ତୁମ୍ଭର ସକଳ ଶାସନ ସକାଶୁ ସିୟୋନ ପର୍ବତ ଆନନ୍ଦିତ ହେଉ, ଯିହୁଦାର କନ୍ୟାଗଣ* କନ୍ୟାଗଣ ଅର୍ଥାତ୍ ନଗରର ଲୋକମାନେ ଉଲ୍ଲାସିତ ହେଉନ୍ତୁ।
ଗୀତସଂହିତା 48 : 12 (IRVOR)
ସିୟୋନକୁ ପ୍ରଦକ୍ଷିଣ କର ଓ ତାହାର ଚତୁର୍ଦ୍ଦିଗରେ ଭ୍ରମଣ କର; ତହିଁର ଦୁର୍ଗସବୁ ଗଣନା କର।
ଗୀତସଂହିତା 48 : 13 (IRVOR)
ଯେପରି ତୁମ୍ଭେମାନେ ଭବିଷ୍ୟତ ବଂଶକୁ ଜଣାଇ ପାରିବ, ଏଥିପାଇଁ ତହିଁର ଦୃଢ଼ ପ୍ରାଚୀରମାନ ନିରୀକ୍ଷଣ କର, ତହିଁର ଅଟ୍ଟାଳିକାସବୁ ବିବେଚନା କର।
ଗୀତସଂହିତା 48 : 14 (IRVOR)
କାରଣ ଏହି ପରମେଶ୍ୱର ଅନନ୍ତକାଳ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ସେ ଆମ୍ଭମାନଙ୍କର ମରଣ ପର୍ଯ୍ୟନ୍ତ ଆମ୍ଭମାନଙ୍କର ପଥଦର୍ଶକ ହେବେ।
❮
❯
1
2
3
4
5
6
7
8
9
10
11
12
13
14