ଗୀତସଂହିତା 49 : 1 (IRVOR)
ଧନ ଉପରେ ଆସ୍ଥା ମୂର୍ଖତା *ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ଗୀତ। *ହେ ଗୋଷ୍ଠୀସକଳ, ଏହା ଶୁଣ, ହେ ଜଗନ୍ନିବାସୀଗଣ,
ଗୀତସଂହିତା 49 : 2 (IRVOR)
ନୀଚ ଓ ଉଚ୍ଚ, ଧନୀ ଓ ଦରିଦ୍ର ସମସ୍ତେ, ଏକତ୍ର କର୍ଣ୍ଣପାତ କର।
ଗୀତସଂହିତା 49 : 3 (IRVOR)
ମୋହର ମୁଖ ଜ୍ଞାନର କଥା କହିବ ଓ ମୋ’ ଅନ୍ତଃକରଣର ଧ୍ୟାନ ବୁଦ୍ଧି ବିଷୟକ ହେବ।
ଗୀତସଂହିତା 49 : 4 (IRVOR)
ମୁଁ ଦୃଷ୍ଟାନ୍ତରେ କର୍ଣ୍ଣପାତ କରିବି; ମୁଁ ବୀଣାଯନ୍ତ୍ରରେ ଆପଣା ଗୁପ୍ତ ବିଷୟ ବ୍ୟାଖ୍ୟା କରିବି।
ଗୀତସଂହିତା 49 : 5 (IRVOR)
ଯେତେବେଳେ ଅଧର୍ମ ମୋ’ ଗୋଇଠି ପାଖରେ ମୋତେ ଘେରେ, ଏପରି ବିପଦ ସମୟରେ କାହିଁକି ଭୟ କରିବି ?
ଗୀତସଂହିତା 49 : 6 (IRVOR)
ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;
ଗୀତସଂହିତା 49 : 7 (IRVOR)
ସେମାନଙ୍କ ମଧ୍ୟରୁ କେହି ଆପଣା ଭାଇ ନିତ୍ୟଜୀବୀ ହେବା ପାଇଁ, କ୍ଷୟ ନ ଦେଖିବା ପାଇଁ କୌଣସିମତେ ତାହାକୁ ମୁକ୍ତ କରି ନ ପାରେ।
ଗୀତସଂହିତା 49 : 8 (IRVOR)
କିଅବା ତାହା ପାଇଁ ପରମେଶ୍ୱରଙ୍କୁ କୌଣସି ପ୍ରାୟଶ୍ଚିତ୍ତ ଦେଇ ନ ପାରେ;
ଗୀତସଂହିତା 49 : 9 (IRVOR)
କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ।
ଗୀତସଂହିତା 49 : 10 (IRVOR)
ଯେଣୁ ସେ ଦେଖେ ଯେ, ଜ୍ଞାନୀ ଲୋକମାନେ ମରନ୍ତି, ମୂର୍ଖ ଓ ପଶୁବତ୍‍ ଲୋକେ ଏକତ୍ର ବିନଷ୍ଟ ହୁଅନ୍ତି, ପୁଣି, ଆପଣାମାନଙ୍କ ସମ୍ପତ୍ତି ଅନ୍ୟମାନଙ୍କ ନିମନ୍ତେ ଛାଡ଼ିଯା’ନ୍ତି।
ଗୀତସଂହିତା 49 : 11 (IRVOR)
ସେମାନଙ୍କ କବରସ୍ଥାନ ଯେ ଚିରକାଳ ଓ ସେମାନଙ୍କ ବାସସ୍ଥାନ ଯେ ପୁରୁଷାନୁକ୍ରମେ ରହିବ, ଏହା ସେମାନଙ୍କର ଆନ୍ତରିକ ବିଚାର; ସେମାନେ ଆପଣା ଆପଣା ନାମାନୁସାରେ ଆପଣା ଆପଣା ଭୂମିର ନାମ ରଖନ୍ତି।
ଗୀତସଂହିତା 49 : 12 (IRVOR)
ମାତ୍ର ମନୁଷ୍ୟ ଐଶ୍ୱର୍ଯ୍ୟରେ ସ୍ଥିର ରହେ ନାହିଁ; ସେ ବିନାଶ୍ୟ ପଶୁ ତୁଲ୍ୟ।
ଗୀତସଂହିତା 49 : 13 (IRVOR)
ସେମାନଙ୍କର ଏହି ଗତି ସେମାନଙ୍କ ମୂର୍ଖତା ଅଟେ; ତଥାପି ସେମାନଙ୍କ ଉତ୍ତାରେ ଲୋକମାନେ ସେମାନଙ୍କ କଥା ପସନ୍ଦ କରନ୍ତି। *ସେଲା
ଗୀତସଂହିତା 49 : 14 (IRVOR)
ସେମାନେ ମେଷପଲ ତୁଲ୍ୟ ପାତାଳ ପାଇଁ ନିଯୁକ୍ତ; ମୃତ୍ୟୁୁ ସେମାନଙ୍କର ପାଳକ ହେବ; ଆଉ, ସରଳ ଲୋକେ ପ୍ରଭାତରେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ; ଆଉ, ସେମାନଙ୍କ ଶୋଭା ବିନଷ୍ଟ ହେବା ପାଇଁ ପାତାଳର ହେବ ଓ ତହିଁ ନିମନ୍ତେ ଆଉ ବାସସ୍ଥାନ ନ ଥିବ।
ଗୀତସଂହିତା 49 : 15 (IRVOR)
ମାତ୍ର ପରମେଶ୍ୱର ପାତାଳର ପରାକ୍ରମରୁ ମୋହର ପ୍ରାଣ ମୁକ୍ତ କରିବେ; କାରଣ ସେ ମୋତେ ଗ୍ରହଣ କରିବେ। *ସେଲା
ଗୀତସଂହିତା 49 : 16 (IRVOR)
କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ* ଐଶ୍ୱର୍ଯ୍ୟ କିମ୍ବା ଧନ ଓ ସମ୍ପତ୍ତି ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ;
ଗୀତସଂହିତା 49 : 17 (IRVOR)
କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍‍ଗମନ କରିବ ନାହିଁ।
ଗୀତସଂହିତା 49 : 18 (IRVOR)
ଯଦ୍ୟପି ସେ ଜୀବଦ୍ଦଶାରେ ଆପଣା ପ୍ରାଣର ଧନ୍ୟବାଦ କଲା, ଆଉ, ତୁମ୍ଭେ ଆପଣାର ଭଲ କଲେ, ଲୋକେ ତୁମ୍ଭର ପ୍ରଶଂସା କରନ୍ତି;
ଗୀତସଂହିତା 49 : 19 (IRVOR)
ତଥାପି ସେ ଆପଣା ପୂର୍ବପୁରୁଷଗଣ ନିକଟକୁ ଯିବ; ସେମାନେ କଦାଚ ଦୀପ୍ତି ଦେଖିବେ ନାହିଁ।
ଗୀତସଂହିତା 49 : 20 (IRVOR)
ଯେଉଁ ମନୁଷ୍ୟ ଐଶ୍ୱର୍ଯ୍ୟଶାଳୀ ହୋଇ ବିବେଚନା ନ କରେ, ସେ ବିନାଶ୍ୟ ପଶୁ ତୁଲ୍ୟ।

1 2 3 4 5 6 7 8 9 10 11 12 13 14 15 16 17 18 19 20