ଗୀତସଂହିତା 50 : 1 (IRVOR)
ସତ୍ୟ ଉପାସନା
ଗୀତସଂହିତା 50 : 2 (IRVOR)
*ଆସଫର ଗୀତ। *ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର *କଥା କହିଅଛନ୍ତି ଓ ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସେ ପୃଥିବୀକୁ ଆହ୍ୱାନ କରିଅଛନ୍ତି। *ସୌନ୍ଦର୍ଯ୍ୟର ସିଦ୍ଧି ସ୍ୱରୂପ ସିୟୋନଠାରୁ ପରମେଶ୍ୱର ପ୍ରକାଶିତ ହୋଇଅଛନ୍ତି।
ଗୀତସଂହିତା 50 : 3 (IRVOR)
ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ।
ଗୀତସଂହିତା 50 : 4 (IRVOR)
ସେ ଆପଣା ଲୋକଙ୍କୁ ବିଚାର କରିବା ନିମନ୍ତେ ଉପରିସ୍ଥ ସ୍ୱର୍ଗକୁ ଓ ପୃଥିବୀକୁ ଡାକିବେ;
ଗୀତସଂହିତା 50 : 5 (IRVOR)
“ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍‍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର।”
ଗୀତସଂହିତା 50 : 6 (IRVOR)
ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। *ସେଲା
ଗୀତସଂହିତା 50 : 7 (IRVOR)
“ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର,
ଗୀତସଂହିତା 50 : 8 (IRVOR)
ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି।
ଗୀତସଂହିତା 50 : 9 (IRVOR)
ଆମ୍ଭେ ତୁମ୍ଭ ଗୃହରୁ କୌଣସି ବୃଷ କିମ୍ଵା ତୁମ୍ଭ ଖୁଆଡ଼ରୁ ଛାଗର ବଳିଦାନ ନେବା ନାହିଁ।
ଗୀତସଂହିତା 50 : 10 (IRVOR)
କାରଣ ବନସ୍ଥ ପ୍ରତ୍ୟେକ ଜନ୍ତୁ ଓ ସହସ୍ର ସହସ୍ର ପର୍ବତସ୍ଥ ପଶୁ ଆମ୍ଭର।
ଗୀତସଂହିତା 50 : 11 (IRVOR)
ଆମ୍ଭେ ପର୍ବତମାନର ସମସ୍ତ ପକ୍ଷୀକୁ ଜାଣୁ ଓ ବିଲର ପଶୁସବୁ ଆମ୍ଭର।
ଗୀତସଂହିତା 50 : 12 (IRVOR)
ଆମ୍ଭେ କ୍ଷୁଧିତ ହେଲେ, ତୁମ୍ଭକୁ ଜଣାଇବା ନାହିଁ; କାରଣ ଜଗତ ଓ ତହିଁର ପୂର୍ଣ୍ଣତା ଆମ୍ଭର।
ଗୀତସଂହିତା 50 : 13 (IRVOR)
ଆମ୍ଭେ କ’ଣ ବୃଷମାଂସ ଭୋଜନ କରିବା, ଅବା ଛାଗରକ୍ତ ପାନ କରିବା ?
ଗୀତସଂହିତା 50 : 14 (IRVOR)
ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର;
ଗୀତସଂହିତା 50 : 15 (IRVOR)
ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”
ଗୀତସଂହିତା 50 : 16 (IRVOR)
ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, “ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର ?
ଗୀତସଂହିତା 50 : 17 (IRVOR)
କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ।
ଗୀତସଂହିତା 50 : 18 (IRVOR)
ଚୋରକୁ ଦେଖିଲେ, ତୁମ୍ଭେ ତାହା ସଙ୍ଗେ ସମ୍ମତ ହୋଇଅଛ ଓ ବ୍ୟଭିଚାରୀମାନଙ୍କର ସହଭାଗୀ ହୋଇଅଛ।
ଗୀତସଂହିତା 50 : 19 (IRVOR)
ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ ଓ ତୁମ୍ଭର ଜିହ୍ୱା ପ୍ରବଞ୍ଚନା କଳ୍ପନା କରେ।
ଗୀତସଂହିତା 50 : 20 (IRVOR)
ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ; ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ।
ଗୀତସଂହିତା 50 : 21 (IRVOR)
ତୁମ୍ଭେ ଏହିସବୁ କରି ଆସିଅଛ ଓ ଆମ୍ଭେ ନୀରବ ହୋଇ ରହିଅଛୁ; ତହିଁରେ ଆମ୍ଭେ ସର୍ବତୋଭାବେ ତୁମ୍ଭ ପରି ବୋଲି ତୁମ୍ଭେ ଅନୁମାନ କରିଅଛ; ମାତ୍ର ଆମ୍ଭେ ତୁମ୍ଭକୁ ଅନୁଯୋଗ କରିବା ଓ ତାହାସବୁ ତୁମ୍ଭ ସାକ୍ଷାତରେ ସଜାଇ ରଖିବା।
ଗୀତସଂହିତା 50 : 22 (IRVOR)
ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି, ଉଦ୍ଧାର କରିବାକୁ କେହି ନ ଥିବ।
ଗୀତସଂହିତା 50 : 23 (IRVOR)
ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।”

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23