ଗୀତସଂହିତା 51 : 1 (IRVOR)
କ୍ଷମା ପାଇଁ ପ୍ରାର୍ଥନା *ପ୍ରଧାନ ବାଦ୍ୟକାର ନିମନ୍ତେ ଦାଉଦଙ୍କର ଗୀତ। ଦାଉଦ ବତ୍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍ବକ୍ତା ଆସିବା ସମୟରେ ରଚିତ। *ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋ’ ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର।
ଗୀତସଂହିତା 51 : 2 (IRVOR)
ମୋ’ ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋ’ ପାପରୁ ମୋତେ ଶୁଚି କର।
ଗୀତସଂହିତା 51 : 3 (IRVOR)
କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି ଓ ମୋ’ ପାପ ସର୍ବଦା ମୋ’ ସମ୍ମୁଖରେ ଅଛି।
ଗୀତସଂହିତା 51 : 4 (IRVOR)
ମୁଁ ତୁମ୍ଭ ବିରୁଦ୍ଧରେ, କେବଳ ତୁମ୍ଭ ବିରୁଦ୍ଧରେ ପାପ କରିଅଛି, ଆଉ, ତୁମ୍ଭ ଦୃଷ୍ଟିରେ ଯାହା ମନ୍ଦ, ତାହା ହିଁ କରିଅଛି; ତେଣୁ ତୁମ୍ଭେ କଥା କହିବା ବେଳେ ଧାର୍ମିକ ଓ ବିଚାର କରିବା ବେଳେ ନିର୍ଦ୍ଦୋଷ ହେବ।
ଗୀତସଂହିତା 51 : 5 (IRVOR)
ଦେଖ, ଅପରାଧରେ ମୁଁ ନିର୍ମିତ ହେଲି ଓ ପାପରେ ମୋ’ ମାତା ମୋତେ ଗର୍ଭରେ ଧାରଣ କଲା।
ଗୀତସଂହିତା 51 : 6 (IRVOR)
ଦେଖ, ତୁମ୍ଭେ ଅନ୍ତରରେ ସତ୍ୟତା ଚାହୁଁଅଛ; ପୁଣି, ତୁମ୍ଭେ ଗୂଢ଼ ସ୍ଥାନରେ ମୋତେ ଜ୍ଞାନ ଶିକ୍ଷା ଦେବ।
ଗୀତସଂହିତା 51 : 7 (IRVOR)
ଏସୋବ ଦେଇ ମୋତେ ନିର୍ମଳ କର,* ଏସୋବ ଦେଇ ମୋତେ ନିର୍ମଳ କର, ଅର୍ଥାତ୍ ମୋ’ର ପାପରୁ ମୋତେ ନିର୍ମଳ କର ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି।
ଗୀତସଂହିତା 51 : 8 (IRVOR)
ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; ତହିଁରେ ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ।
ଗୀତସଂହିତା 51 : 9 (IRVOR)
ମୋ’ ପାପସମୂହ ପ୍ରତି ଆପଣା ମୁଖ ଆଚ୍ଛାଦନ କର ଓ ମୋ’ ଅପରାଧସବୁ ମାର୍ଜନା କର।
ଗୀତସଂହିତା 51 : 10 (IRVOR)
ହେ ପରମେଶ୍ୱର, ମୋ’ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋ’ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର।
ଗୀତସଂହିତା 51 : 11 (IRVOR)
ତୁମ୍ଭ ଛାମୁରୁ ମୋତେ ଦୂର କର ନାହିଁ ଓ ତୁମ୍ଭ ପବିତ୍ର ଆତ୍ମା ମୋ’ଠାରୁ ନିଅ ନାହିଁ।
ଗୀତସଂହିତା 51 : 12 (IRVOR)
ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ ଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ।
ଗୀତସଂହିତା 51 : 13 (IRVOR)
ତହିଁରେ ମୁଁ ଅପରାଧୀମାନଙ୍କୁ ତୁମ୍ଭର ପଥ ଶିଖାଇବି ଓ ପାପୀମାନେ ତୁମ୍ଭ ପ୍ରତି ଫେରିବେ।
ଗୀତସଂହିତା 51 : 14 (IRVOR)
ହେ ପରମେଶ୍ୱର, ମୋ’ ତ୍ରାଣର ପରମେଶ୍ୱର, ତୁମ୍ଭେ ମୋତେ ରକ୍ତପାତ ଦୋଷରୁ ଉଦ୍ଧାର କର; ତହିଁରେ ମୋହର ଜିହ୍ୱା ତୁମ୍ଭ ଧର୍ମ ବିଷୟ ଉଚ୍ଚସ୍ୱରରେ ଗାନ କରିବ।
ଗୀତସଂହିତା 51 : 15 (IRVOR)
ହେ ପ୍ରଭୁ, ମୋ’ ଓଷ୍ଠାଧର ଫିଟାଅ, ତହିଁରେ ମୋ’ ମୁଖ ତୁମ୍ଭର ପ୍ରଶଂସା ପ୍ରକାଶ କରିବ।
ଗୀତସଂହିତା 51 : 16 (IRVOR)
କାରଣ ତୁମ୍ଭେ ବଳିଦାନରେ ସନ୍ତୁଷ୍ଟ ନୁହଁ; ହେଲେ ମୁଁ ତାହା ଦିଅନ୍ତି; ହୋମବଳିରେ ତୁମ୍ଭର କିଛି ସନ୍ତୋଷ ନାହିଁ।
ଗୀତସଂହିତା 51 : 17 (IRVOR)
ଭଗ୍ନ-ଆତ୍ମା ପରମେଶ୍ୱରଙ୍କର ଗ୍ରାହ୍ୟ ବଳି, ହେ ପରମେଶ୍ୱର, ତୁମ୍ଭେ ଭଗ୍ନ ଓ ଚୂର୍ଣ୍ଣ ଅନ୍ତଃକରଣ ତୁଚ୍ଛ କରିବ ନାହିଁ।
ଗୀତସଂହିତା 51 : 18 (IRVOR)
ତୁମ୍ଭେ ଆପଣା ଅନୁଗ୍ରହରେ ସିୟୋନର ମଙ୍ଗଳ କର; ତୁମ୍ଭେ ଯିରୂଶାଲମର ପ୍ରାଚୀରସବୁ ନିର୍ମାଣ କର।
ଗୀତସଂହିତା 51 : 19 (IRVOR)
ତେବେ ତୁମ୍ଭେ ଧର୍ମବଳି, ହୋମବଳି ଓ ପୂର୍ଣ୍ଣ ଆହୁତିରେ ସନ୍ତୁଷ୍ଟ ହେବ; ତହୁଁ ଲୋକମାନେ ତୁମ୍ଭ ବେଦି ଉପରେ ବୃଷମାନ ଉତ୍ସର୍ଗ କରିବେ।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19