ଗୀତସଂହିତା 52 : 1 (IRVOR)
ପରମେଶ୍ୱରଙ୍କ ବିଚାର ଓ ଅନୁଗ୍ରହ *ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ମସ୍କୀଲ୍‍; ଦାଉଦ ଅହୀମେଲକର ଗୃହକୁ ଆସିଅଛନ୍ତି ବୋଲି ଇଦୋମୀୟ ଦୋୟେଗ୍‍ ଶାଉଲଙ୍କୁ ସମ୍ବାଦ ଦେବା ବେଳେ ରଚିତ। *ହେ ବୀର, ତୁମ୍ଭେ ଅନିଷ୍ଟ କର୍ମରେ କାହିଁକି ଦର୍ପ କରୁଅଛ ?
ଗୀତସଂହିତା 52 : 2 (IRVOR)
ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି।
ଗୀତସଂହିତା 52 : 3 (IRVOR)
ତୁମ୍ଭେ ସୁକର୍ମ ଅପେକ୍ଷା କୁକର୍ମକୁ ଓ ଧର୍ମ କଥା ଅପେକ୍ଷା ମିଥ୍ୟା କଥାକୁ ଅଧିକ ଭଲ ପାଉଅଛ। *ସେଲା
ଗୀତସଂହିତା 52 : 4 (IRVOR)
ହେ ପ୍ରବଞ୍ଚନାପୂର୍ଣ୍ଣ ଜିହ୍ୱେ, ତୁମ୍ଭେ ଯାବତୀୟ ବିନାଶକ କଥା ଭଲ ପାଉଅଛ।
ଗୀତସଂହିତା 52 : 5 (IRVOR)
ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। *ସେଲା
ଗୀତସଂହିତା 52 : 6 (IRVOR)
ଧାର୍ମିକମାନେ ମଧ୍ୟ ତାହା ଦେଖି ଭୟ କରିବେ ଓ ତାହା ପ୍ରତି ଉପହାସ କରି କହିବେ,
ଗୀତସଂହିତା 52 : 7 (IRVOR)
ଦେଖ, ଏହି ଲୋକ ପରମେଶ୍ୱରଙ୍କୁ ଆପଣାର ବଳ ସ୍ୱରୂପ କଲା ନାହିଁ; ମାତ୍ର ଆପଣା ଧନର ବାହୁଲ୍ୟରେ ନିର୍ଭର କଲା। ପୁଣି, ଆପଣା ଦୁଷ୍ଟତାରେ ଆପଣାକୁ ବଳବାନ କଲା।
ଗୀତସଂହିତା 52 : 8 (IRVOR)
ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତ ବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି।
ଗୀତସଂହିତା 52 : 9 (IRVOR)
ତୁମ୍ଭେ ଏହି କାର୍ଯ୍ୟ ସାଧନ କରିବା ସକାଶୁ ମୁଁ ସଦାକାଳ ତୁମ୍ଭକୁ ଧନ୍ୟବାଦ ଦେବି; ମୁଁ ତୁମ୍ଭ ସଦ୍‍ଭକ୍ତମାନଙ୍କ ସାକ୍ଷାତରେ ତୁମ୍ଭ ନାମର ଅନୁସରଣ କରିବି, ଯେହେତୁ ତାହା ଉତ୍ତମ।

1 2 3 4 5 6 7 8 9