ଗୀତସଂହିତା 53 : 2 (IRVOR)
*ପ୍ରଧାନ ବାଦ୍ୟକର ନିମନ୍ତେ ମହଲତ୍ ସ୍ୱରରେ ଦାଉଦଙ୍କର ମସ୍କୀଲ୍। *ପରମେଶ୍ୱର ନାହାନ୍ତି ବୋଲି ମୂର୍ଖ ଆପଣା ମନେ *ମନେ କହିଅଛି। *ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ ଅଧର୍ମ କରିଅଛନ୍ତି, କେହି ସତ୍କର୍ମ କରେ ନାହିଁ। *ବିବେଚକ କେହି ଅଛି କି ନାହିଁ, ପରମେଶ୍ୱରଙ୍କର ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ପରମେଶ୍ୱର ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କଲେ।
ଗୀତସଂହିତା 53 : 3 (IRVOR)
ସେମାନଙ୍କର ପ୍ରତ୍ୟେକେ ବିପଥରେ ଯାଇଅଛନ୍ତି; ସେମାନେ ସମସ୍ତେ ଅଶୁଚି ହୋଇଅଛନ୍ତି; ସେମାନଙ୍କର କେହି ସୁକର୍ମ କରେ ନାହିଁ, ନା, ଜଣେ ହେଁ ନାହିଁ।
ଗୀତସଂହିତା 53 : 4 (IRVOR)
ଅଧର୍ମାଚାରୀମାନଙ୍କର କି କିଛି ଜ୍ଞାନ ନାହିଁ ? ସେମାନେ ଖାଦ୍ୟ ଗ୍ରାସ କଲା ପରି ମୋ’ ଲୋକମାନଙ୍କୁ ଗ୍ରାସ କରନ୍ତି, ପୁଣି, ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରନ୍ତି ନାହିଁ।
ଗୀତସଂହିତା 53 : 5 (IRVOR)
ଭୟ ନ ଥିବା ସ୍ଥାନରେ ସେମାନେ ବଡ଼ ଭୟ ପାଇଥିଲେ; କାରଣ ପରମେଶ୍ୱର ତୁମ୍ଭ ବିରୁଦ୍ଧରେ ଅଧର୍ମାଚାରୀର* ଅଧର୍ମାଚାରୀର କିମ୍ବା ଛାଉଣିକାରୀର ଅସ୍ଥିସବୁ ଛିନ୍ନଭିନ୍ନ କରି ପକାଇଅଛନ୍ତି; ପରମେଶ୍ୱର ସେମାନଙ୍କୁ ଅଗ୍ରାହ୍ୟ କରିବାରୁ ତୁମ୍ଭେ ସେମାନଙ୍କୁ ଲଜ୍ଜା ଦେଇଅଛ।
ଗୀତସଂହିତା 53 : 6 (IRVOR)
ଆଃ, ଯଦି ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହୁଅନ୍ତା ! ଯେତେବେଳେ ପରମେଶ୍ୱର ଆପଣା ଲୋକମାନଙ୍କୁ ବନ୍ଦୀତ୍ୱରୁ ଫେରାଇ ଆଣିବେ, ସେତେବେଳେ ଯାକୁବ ଉଲ୍ଲସିତ ଓ ଇସ୍ରାଏଲ ଆନନ୍ଦିତ ହେବେ।
❮
❯
1
2
3
4
5
6