ଗୀତସଂହିତା 56 : 1 (IRVOR)
ପରମେଶ୍ୱରଙ୍କ ଉପରେ ନିର୍ଭରଶୀଳତାର ପ୍ରାର୍ଥନା *ପ୍ରଧାନ ବାଦ୍ୟକର ନିମନ୍ତେ ଯୋନତ୍‍-ଏଲମ୍‍ *ରହୋକୀମ୍‍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍‍; ପଲେଷ୍ଟୀୟମାନେ ତାଙ୍କୁ ଗାଥ୍‍ ନଗରରେ ଧରିବା ସମୟରେ ରଚିତ। *ହେ ପରମେଶ୍ୱର, ମୋତେ ଦୟା କର; କାରଣ ମୋହର ଶତ୍ରୁ ମୋତେ ଗ୍ରାସ କରିବାକୁ ଉଦ୍ୟତ; ସେ ସାରାଦିନ ଯୁଦ୍ଧ କରି ମୋ’ ପ୍ରତି ଉପଦ୍ରବ କରଇ।
ଗୀତସଂହିତା 56 : 2 (IRVOR)
ମୋହର ଶତ୍ରୁଗଣ ଦିନସାରା ମୋତେ ଗ୍ରାସ କରିବାକୁ ଉଦ୍ୟତ; କାରଣ ଦର୍ପରେ ମୋ’ ବିରୁଦ୍ଧରେ ଯୁଦ୍ଧକାରୀ ଲୋକ ଅନେକ।
ଗୀତସଂହିତା 56 : 3 (IRVOR)
ମୁଁ ଭୀତ ହେବା ସମୟରେ ତୁମ୍ଭ ଉପରେ ନିର୍ଭର ରଖିବି।
ଗୀତସଂହିତା 56 : 4 (IRVOR)
ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି; ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋର କଅଣ କରି ପାରିବ ?
ଗୀତସଂହିତା 56 : 5 (IRVOR)
ସେମାନେ ସାରାଦିନ ମୋହର କଥାର ବିପରୀତ ଅର୍ଥ କରନ୍ତି; ମୋ’ ବିରୁଦ୍ଧରେ ସେମାନଙ୍କର କଳ୍ପନାସବୁ ଅମଙ୍ଗଳାର୍ଥକ।
ଗୀତସଂହିତା 56 : 6 (IRVOR)
ସେମାନେ ଏକତ୍ରିତ ହୁଅନ୍ତି, ସେମାନେ ଲୁଚି ରହନ୍ତି, ସେମାନେ ମୋହର ପଦଚିହ୍ନ ଲକ୍ଷ୍ୟ କରନ୍ତି, ଏହିରୂପେ ସେମାନେ ମୋ’ ପ୍ରାଣର ଅପେକ୍ଷା କରିଅଛନ୍ତି।
ଗୀତସଂହିତା 56 : 7 (IRVOR)
ସେମାନେ କ’ଣ ଅଧର୍ମ ଦ୍ୱାରା ରକ୍ଷା ପାଇବେ ? ହେ ପରମେଶ୍ୱର, କ୍ରୋଧରେ ଗୋଷ୍ଠୀୟମାନଙ୍କୁ ନିପାତ କର।
ଗୀତସଂହିତା 56 : 8 (IRVOR)
ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ; ତାହାସବୁ କ’ଣ ତୁମ୍ଭ ପୁସ୍ତକରେ ନାହିଁ ?
ଗୀତସଂହିତା 56 : 9 (IRVOR)
ତେବେ ମୁଁ ପ୍ରାର୍ଥନା କରିବା ବେଳେ ମୋ’ ଶତ୍ରୁଗଣ ଫେରିଯିବେ; ମୁଁ ଏହା ଜାଣେ ଯେ, ପରମେଶ୍ୱର ମୋହର ସପକ୍ଷ।
ଗୀତସଂହିତା 56 : 10 (IRVOR)
ପରମେଶ୍ୱରଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି। ସଦାପ୍ରଭୁଙ୍କ ଦ୍ୱାରା ମୁଁ ତାହାଙ୍କ ବାକ୍ୟର ପ୍ରଶଂସା କରିବି।
ଗୀତସଂହିତା 56 : 11 (IRVOR)
ପରମେଶ୍ୱରଙ୍କ ଉପରେ ମୁଁ ନିର୍ଭର ରଖିଅଛି, ମୁଁ ଭୀତ ହେବି ନାହିଁ; ମନୁଷ୍ୟ ମୋହର କ’ଣ କରି ପାରିବ ?
ଗୀତସଂହିତା 56 : 12 (IRVOR)
ହେ ପରମେଶ୍ୱର, ତୁମ୍ଭ ନିକଟରେ ମୋହର ମାନତ ଅଛି; ମୁଁ ତୁମ୍ଭକୁ ଧନ୍ୟବାଦରୂପ ଉପହାର ଦେବି।
ଗୀତସଂହିତା 56 : 13 (IRVOR)
କାରଣ ତୁମ୍ଭେ ମୃତ୍ୟୁୁରୁ ମୋ’ ପ୍ରାଣକୁ ଉଦ୍ଧାର କରିଅଛ; ଯେପରି ମୁଁ ଜୀବିତମାନଙ୍କ ଦୀପ୍ତିରେ ପରମେଶ୍ୱରଙ୍କ ସମ୍ମୁଖରେ ଗମନାଗମନ କରିବି; ଏଥିପାଇଁ ତୁମ୍ଭେ କ’ଣ ପତନରୁ ମୋ’ ଚରଣକୁ ଉଦ୍ଧାର କରିବ ନାହିଁ ?

1 2 3 4 5 6 7 8 9 10 11 12 13