ଗୀତସଂହିତା 58 : 1 (IRVOR)
ଦୁଷ୍ଟମାନଙ୍କ ଶାସ୍ତି ନିମନ୍ତେ ପ୍ରାର୍ଥନା *ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଦାଉଦଙ୍କର ଗୀତ; ମିକ୍ତାମ୍‍। *ପ୍ରକୃତରେ କି ତୁମ୍ଭେମାନେ ନୀରବ ହୋଇ ଧର୍ମନୀତି କହୁଅଛ ? *ହେ ମନୁଷ୍ୟ-ସନ୍ତାନଗଣ, ତୁମ୍ଭେମାନେ କି ନ୍ୟାୟରେ ବିଚାର କରୁଅଛ ?
ଗୀତସଂହିତା 58 : 2 (IRVOR)
ବରଞ୍ଚ ତୁମ୍ଭେମାନେ ହୃଦୟରେ ଦୁଷ୍ଟତା ସାଧନ କରୁଅଛ; ତୁମ୍ଭେମାନେ ଦେଶରେ ସ୍ୱହସ୍ତର ଦୌରାତ୍ମ୍ୟ ତୌଲୁଅଛ।
ଗୀତସଂହିତା 58 : 3 (IRVOR)
ଦୁଷ୍ଟମାନେ ଗର୍ଭରୁ ବିପଥଗାମୀ; ସେମାନେ ଜନ୍ମଠାରୁ ମିଥ୍ୟା କହି କହି ବିପଥରେ ଗମନ କରନ୍ତି।
ଗୀତସଂହିତା 58 : 4 (IRVOR)
ସେମାନଙ୍କର ବିଷ ସର୍ପର ବିଷ ତୁଲ୍ୟ; ସେମାନେ କର୍ଣ୍ଣରୋଧକାରିଣୀ ବଧିରା କାଳସର୍ପିଣୀ ତୁଲ୍ୟ;
ଗୀତସଂହିତା 58 : 5 (IRVOR)
ସାପୁଡ଼ିଆମାନେ ଯେତେ ନିପୁଣ ଭାବରେ ମନ୍ତ୍ର ପଢ଼ିଲେ ହେଁ, ସେ ସେମାନଙ୍କ ସ୍ୱର ଶୁଣେ ନାହିଁ।
ଗୀତସଂହିତା 58 : 6 (IRVOR)
ହେ ପରମେଶ୍ୱର, ସେମାନଙ୍କ ମୁଖରେ ସେମାନଙ୍କ ଦନ୍ତ ଭାଙ୍ଗି ପକାଅ; ହେ ସଦାପ୍ରଭୁ, ଯୁବା ସିଂହମାନଙ୍କର କଳଦନ୍ତ ଭାଙ୍ଗି ପକାଅ।
ଗୀତସଂହିତା 58 : 7 (IRVOR)
ସେମାନେ ବହନ୍ତା ଜଳ ପରି ତରଳି ଯାଉନ୍ତୁ; ସେ ଆପଣା ତୀର ଲକ୍ଷ୍ୟ କରିବା ବେଳେ ତାହାସବୁ ଛିନ୍ନ ତୀର ତୁଲ୍ୟ ହେଉ।
ଗୀତସଂହିତା 58 : 8 (IRVOR)
ଯେଉଁ ଶାମୁକା ଯାଉ ଯାଉ ତରଳିଯାଏ ଓ ସ୍ତ୍ରୀର ଯେଉଁ ଅକାଳଜାତ ସନ୍ତାନ ସୂର୍ଯ୍ୟ ଦେଖି ନାହିଁ, ତାହାରି ପରି ସେମାନେ ହେଉନ୍ତୁ।
ଗୀତସଂହିତା 58 : 9 (IRVOR)
ତୁମ୍ଭମାନଙ୍କ ହାଣ୍ଡି କଣ୍ଟକ ସ୍ପର୍ଶ ନ କରିବା ପୂର୍ବରୁ ସେ କଞ୍ଚା ଓ ପୋଡ଼ା ସମସ୍ତ ଘୂର୍ଣ୍ଣିବାୟୁରେ ଉଡ଼ାଇ ନେବେ।
ଗୀତସଂହିତା 58 : 10 (IRVOR)
ଧାର୍ମିକ ଲୋକ ପ୍ରତିଫଳ ଦେଖି ଆନନ୍ଦ କରିବ; ସେ ଦୁଷ୍ଟମାନଙ୍କ ରକ୍ତରେ ଆପଣା ପାଦ ଧୋଇବ।
ଗୀତସଂହିତା 58 : 11 (IRVOR)
ତହିଁରେ ଲୋକମାନେ କହିବେ, ନିଶ୍ଚୟ ଧାର୍ମିକ ଲୋକ ପାଇଁ ପୁରସ୍କାର ଅଛି; ନିଶ୍ଚୟ ପୃଥିବୀରେ ବିଚାରକର୍ତ୍ତା ଏକ ପରମେଶ୍ୱର ଅଛନ୍ତି।

1 2 3 4 5 6 7 8 9 10 11