ଗୀତସଂହିତା 59 : 1 (IRVOR)
ନିରାପତ୍ତା ପାଇଁ ପ୍ରାର୍ଥନା *ପ୍ରଧାନ ବାଦ୍ୟକର ନିମନ୍ତେ ଅଲ୍-ତଶ୍ହେତ୍ ସ୍ୱରରେ ଦାଉଦଙ୍କର ଗୀତ। ମିକ୍ତାମ୍; ଶାଉଲ ଲୋକ ପଠାନ୍ତେ, ସେମାନେ ଦାଉଦଙ୍କୁ ବଧ କରିବା ପାଇଁ ତାଙ୍କର ଗୃହ ଜଗି ବସିବା ସମୟରେ ରଚିତ। *ହେ ମୋହର ପରମେଶ୍ୱର, ମୋ’ ଶତ୍ରୁଗଣଠାରୁ ମୋତେ ଉଦ୍ଧାର କର; ମୋ’ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କଠାରୁ ମୋତେ ଉଚ୍ଚରେ ସ୍ଥାପନ କର।
ଗୀତସଂହିତା 59 : 2 (IRVOR)
ଅଧର୍ମାଚାରୀମାନଙ୍କଠାରୁ ମୋତେ ଉଦ୍ଧାର କର, ରକ୍ତପିପାସୁ ଲୋକମାନଙ୍କଠାରୁ ମୋତେ ରକ୍ଷା କର।
ଗୀତସଂହିତା 59 : 3 (IRVOR)
କାରଣ ଦେଖ, ସେମାନେ ମୋ’ ପ୍ରାଣ ପାଇଁ ଛକି ବସନ୍ତି; ବଳବାନମାନେ ମୋ’ ବିରୁଦ୍ଧରେ ଏକତ୍ରିତ ହୁଅନ୍ତି; ହେ ସଦାପ୍ରଭୁ, ମୋହର ଅପରାଧ କିଅବା ମୋ’ ପାପ ସକାଶୁ ନୁହେଁ।
ଗୀତସଂହିତା 59 : 4 (IRVOR)
ମୋହର ବିନା ଦୋଷରେ ସେମାନେ ଦଉଡ଼ି ପ୍ରସ୍ତୁତ ହୁଅନ୍ତି; ତୁମ୍ଭେ ମୋହର ସାହାଯ୍ୟ ପାଇଁ ଜାଗ ଓ ଦୃଷ୍ଟିପାତ କର।
ଗୀତସଂହିତା 59 : 5 (IRVOR)
ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ହିଁ ଅନ୍ୟ ଦେଶୀୟ ସମସ୍ତଙ୍କୁ ପ୍ରତିଫଳ ଦେବା ପାଇଁ ଉଠ; କୌଣସି ଦୁଷ୍ଟ ଅଧର୍ମକାରୀମାନଙ୍କୁ ଦୟା କର ନାହିଁ। *ସେଲା
ଗୀତସଂହିତା 59 : 6 (IRVOR)
ସେମାନେ ସନ୍ଧ୍ୟାକାଳେ ଫେରି ଆସି କୁକ୍କୁର ପରି ଶବ୍ଦ କରନ୍ତି ଓ ନଗର ଚାରିଆଡ଼େ ଭ୍ରମଣ କରନ୍ତି।
ଗୀତସଂହିତା 59 : 7 (IRVOR)
ଦେଖ, ସେମାନେ ଆପଣା ଆପଣା ମୁଖରୁ ଉଦ୍ଗାର କରନ୍ତି; ସେମାନଙ୍କ ଓଷ୍ଠାଧରରେ ଖଡ୍ଗ ଥାଏ; କାରଣ ସେମାନେ କହନ୍ତି, କିଏ ଆମ୍ଭମାନଙ୍କୁ ଶୁଣିବ ?
ଗୀତସଂହିତା 59 : 8 (IRVOR)
ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ପ୍ରତି ହସିବ; ତୁମ୍ଭେ ଅନ୍ୟ ଦେଶୀୟ ସମସ୍ତଙ୍କୁ ବିଦ୍ରୂପ କରିବ।
ଗୀତସଂହିତା 59 : 9 (IRVOR)
ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭର ଅନୁସରଣ କରିବି; କାରଣ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ ଅଟନ୍ତି।
ଗୀତସଂହିତା 59 : 10 (IRVOR)
ମୋହର ଦୟାବାନ ପରମେଶ୍ୱର ମୋହର ସମ୍ମୁଖବର୍ତ୍ତୀ ହେବେ; ପରମେଶ୍ୱର ମୋ’ ଶତ୍ରୁମାନଙ୍କ ଉପରେ ମୋ’ ବାଞ୍ଛା ସଫଳ ହେବାର ମୋତେ ଦେଖାଇବେ।
ଗୀତସଂହିତା 59 : 11 (IRVOR)
ସେମାନଙ୍କୁ ବଧ କର ନାହିଁ, କେଜାଣି ମୋ’ ଲୋକମାନେ ପାସୋରି ଯିବେ; ହେ ଆମ୍ଭମାନଙ୍କ ଢାଲ ସ୍ୱରୂପ ପ୍ରଭୁ, ତୁମ୍ଭ ପରାକ୍ରମରେ ସେମାନଙ୍କୁ ଛିନ୍ନଭିନ୍ନ କରି ଅଧୋନତ କର।
ଗୀତସଂହିତା 59 : 12 (IRVOR)
ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି, ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ।
ଗୀତସଂହିତା 59 : 13 (IRVOR)
ଯେପରି ସେମାନେ ଆଉ ନ ଥିବେ, ଏଥିପାଇଁ ସେମାନଙ୍କୁ କୋପରେ ସଂହାର କର, ସେମାନଙ୍କୁ ସଂହାର କର; ପୁଣି, ପରମେଶ୍ୱର ଯେ ଯାକୁବ* ଯାକୁବ ଅର୍ଥାତ୍ ଇସ୍ରାଏଲ ମଧ୍ୟରେ, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ କର୍ତ୍ତୃତ୍ୱ କରନ୍ତି, ଏହା ସେମାନେ ଜ୍ଞାତ ହେଉନ୍ତୁ। *ସେଲା
ଗୀତସଂହିତା 59 : 14 (IRVOR)
ଆଉ, ସେମାନେ ସନ୍ଧ୍ୟାବେଳେ ଫେରି ଆସି କୁକ୍କୁର ପରି ଶବ୍ଦ କରନ୍ତୁ ଓ ନଗର ଚତୁର୍ଦ୍ଦିଗରେ ଭ୍ରମଣ କରନ୍ତୁ।
ଗୀତସଂହିତା 59 : 15 (IRVOR)
ସେମାନେ ଖାଦ୍ୟ ନିମନ୍ତେ ଏଣେତେଣେ ଭ୍ରମଣ କରିବେ। ପୁଣି, ସେମାନେ ତୃପ୍ତ ନୋହିଲେ ସାରାରାତ୍ରି ରହିବେ।[† ସାରାରାତ୍ରି ରହିବେ। କିମ୍ବା ଅସନ୍ତୋଷ ହେବେ ]
ଗୀତସଂହିତା 59 : 16 (IRVOR)
ମାତ୍ର ମୁଁ ତୁମ୍ଭ ପରାକ୍ରମ ବିଷୟ ଗାନ କରିବି ଓ ପ୍ରଭାତରେ ତୁମ୍ଭ ଦୟା ବିଷୟ ଉଚ୍ଚସ୍ୱରରେ ଗାନ କରିବି; କାରଣ ତୁମ୍ଭେ ମୋହର ଉଚ୍ଚ ଦୁର୍ଗ ଓ ବିପଦ ଦିନରେ ଆଶ୍ରୟ ସ୍ୱରୂପ ହୋଇଅଛ।
ଗୀତସଂହିତା 59 : 17 (IRVOR)
ହେ ମୋହର ବଳ ସ୍ୱରୂପ, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି; ଯେଣୁ ପରମେଶ୍ୱର ମୋହର ଉଚ୍ଚ ଦୁର୍ଗ, ମୋହର ଦୟାବାନ ପରମେଶ୍ୱର।
❮
❯
1
2
3
4
5
6
7
8
9
10
11
12
13
14
15
16
17