ଗୀତସଂହିତା 6 : 1 (IRVOR)
ସଙ୍କଟ ସମୟରେ ସହାୟତା ପାଇଁ ପ୍ରାର୍ଥନା
ଗୀତସଂହିତା 6 : 2 (IRVOR)
*ପ୍ରଧାନ ବାଦ୍ୟକର ନିମନ୍ତେ, ତାରଯୁକ୍ତ ଯନ୍ତ୍ରରେ ଶିମିନୀତ୍‍ ସ୍ୱରରେ ଦାଉଦଙ୍କର ଗୀତ। *ହେ ସଦାପ୍ରଭୁ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, *କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ। *ହେ ସଦାପ୍ରଭୁ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; ହେ ସଦାପ୍ରଭୁ, ମୋତେ ସୁସ୍ଥ କର; କାରଣ ମୋ’ର ଅସ୍ଥିସବୁ ବ୍ୟାକୁଳ ହେଉଅଛି।
ଗୀତସଂହିତା 6 : 3 (IRVOR)
ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି; ପୁଣି, ତୁମ୍ଭେ, ହେ ସଦାପ୍ରଭୁ, ଆଉ କେତେ କାଳ ?
ଗୀତସଂହିତା 6 : 4 (IRVOR)
ହେ ସଦାପ୍ରଭୁ, ଫେର, ମୋ’ ପ୍ରାଣକୁ ଉଦ୍ଧାର କର; ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର।
ଗୀତସଂହିତା 6 : 5 (IRVOR)
କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ ?
ଗୀତସଂହିତା 6 : 6 (IRVOR)
ମୁଁ ଆପଣା କାତରୋକ୍ତିରେ କ୍ଳାନ୍ତ ହୋଇଅଛି; ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ।
ଗୀତସଂହିତା 6 : 7 (IRVOR)
ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ।
ଗୀତସଂହିତା 6 : 8 (IRVOR)
ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; କାରଣ ସଦାପ୍ରଭୁ ମୋ’ ରୋଦନର ରବ ଶୁଣିଅଛନ୍ତି।
ଗୀତସଂହିତା 6 : 9 (IRVOR)
ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି; ସଦାପ୍ରଭୁ ମୋହର ପ୍ରାର୍ଥନା ଗ୍ରହଣ କରିବେ।
ଗୀତସଂହିତା 6 : 10 (IRVOR)
ମୋହର ଶତ୍ରୁ ସମସ୍ତେ ଲଜ୍ଜିତ ଓ ଅତ୍ୟନ୍ତ ବ୍ୟାକୁଳ ହେବେ; ସେମାନେ ଫେରିଯିବେ, ସେମାନେ ହଠାତ୍‍ ଲଜ୍ଜିତ ହେବେ।

1 2 3 4 5 6 7 8 9 10