ଗୀତସଂହିତା 6 : 1 (IRVOR)
{ସଙ୍କଟ ସମୟରେ ସହାୟତା ପାଇଁ ପ୍ରାର୍ଥନା} [PS] ହେ ସଦାପ୍ରଭୁ, ତୁମ୍ଭ କ୍ରୋଧରେ ମୋତେ ଅନୁଯୋଗ କର ନାହିଁ, [QBR] କିଅବା ତୁମ୍ଭ ପ୍ରଚଣ୍ଡ ବିରକ୍ତିରେ ମୋତେ ଶାସନ କର ନାହିଁ। [QBR]
ଗୀତସଂହିତା 6 : 2 (IRVOR)
ହେ ସଦାପ୍ରଭୁ, ମୋତେ ଦୟା କର; କାରଣ ମୁଁ ଶୁଷ୍କ ହୋଇ ଯାଇଅଛି; [QBR] ହେ ସଦାପ୍ରଭୁ, ମୋତେ ସୁସ୍ଥ କର; କାରଣ ମୋ’ର ଅସ୍ଥିସବୁ ବ୍ୟାକୁଳ ହେଉଅଛି। [QBR]
ଗୀତସଂହିତା 6 : 3 (IRVOR)
ମୋହର ପ୍ରାଣ ମଧ୍ୟ ଅତ୍ୟନ୍ତ ବ୍ୟାକୁଳ ହେଉଅଛି; [QBR] ପୁଣି, ତୁମ୍ଭେ, ହେ ସଦାପ୍ରଭୁ, ଆଉ କେତେ କାଳ ? [QBR]
ଗୀତସଂହିତା 6 : 4 (IRVOR)
ହେ ସଦାପ୍ରଭୁ, ଫେର, ମୋ’ ପ୍ରାଣକୁ ଉଦ୍ଧାର କର; [QBR] ଆପଣା ସ୍ନେହପୂର୍ଣ୍ଣ କରୁଣା ସକାଶୁ ମୋତେ ପରିତ୍ରାଣ କର। [QBR]
ଗୀତସଂହିତା 6 : 5 (IRVOR)
କାରଣ ମରଣାବସ୍ଥାରେ ତୁମ୍ଭ ବିଷୟକ କୌଣସି ସ୍ମରଣ ନ ଥାଏ; [QBR] ପାତାଳରେ କିଏ ତୁମ୍ଭକୁ ଧନ୍ୟବାଦ ଦେବ ? [QBR]
ଗୀତସଂହିତା 6 : 6 (IRVOR)
ମୁଁ ଆପଣା କାତରୋକ୍ତିରେ କ୍ଳାନ୍ତ ହୋଇଅଛି; [QBR] ପ୍ରତି ରାତ୍ରି ମୁଁ ଆପଣା ଶଯ୍ୟା ଭସାଏ, [QBR] ମୁଁ ଲୋତକରେ ଆପଣା ବିଛଣା ତିନ୍ତାଏ। [QBR]
ଗୀତସଂହିତା 6 : 7 (IRVOR)
ଦୁଃଖ ସକାଶୁ ମୋର ଚକ୍ଷୁ କ୍ଷୀଣ ହୋଇଯାଏ; [QBR] ମୋହର ସକଳ ବିପକ୍ଷଙ୍କ ସକାଶୁ ତାହା ଜୀର୍ଣ୍ଣ ହୋଇଯାଏ। [QBR]
ଗୀତସଂହିତା 6 : 8 (IRVOR)
ହେ ଅଧର୍ମାଚାରୀ ସମସ୍ତେ, ମୋହର ନିକଟରୁ ଦୂର ହୁଅ; [QBR] କାରଣ ସଦାପ୍ରଭୁ ମୋ’ ରୋଦନର ରବ ଶୁଣିଅଛନ୍ତି। [QBR]
ଗୀତସଂହିତା 6 : 9 (IRVOR)
ସଦାପ୍ରଭୁ ମୋହର ନିବେଦନ ଶୁଣିଅଛନ୍ତି; [QBR] ସଦାପ୍ରଭୁ ମୋହର ପ୍ରାର୍ଥନା ଗ୍ରହଣ କରିବେ। [QBR]
ଗୀତସଂହିତା 6 : 10 (IRVOR)
ମୋହର ଶତ୍ରୁ ସମସ୍ତେ ଲଜ୍ଜିତ ଓ ଅତ୍ୟନ୍ତ ବ୍ୟାକୁଳ ହେବେ; [QBR] ସେମାନେ ଫେରିଯିବେ, ସେମାନେ ହଠାତ୍‍ ଲଜ୍ଜିତ ହେବେ। [PE]

1 2 3 4 5 6 7 8 9 10

BG:

Opacity:

Color:


Size:


Font: