ଗୀତସଂହିତା 60 : 1 (IRVOR)
ରକ୍ଷା ନିମନ୍ତେ ପ୍ରାର୍ଥନା *ପ୍ରଧାନ ବାଦ୍ୟକର ନିମନ୍ତେ ଶୂଷନ୍-ଏଦୁତ୍ ସ୍ୱରରେ ଶିକ୍ଷାର୍ଥକ ଦାଉଦଙ୍କର ମିକ୍ତାମ୍; ଅରାମନହରୟିମ୍ ଓ ଅରାମ-ସୋବା ସଙ୍ଗରେ ଯୁଦ୍ଧ କରିବା ବେଳେ ଓ ଯୋୟାବ ଫେରି ଲବଣ ଉପତ୍ୟକାରେ ଇଦୋମୀୟ ବାର ହଜାର ଲୋକଙ୍କୁ ବଧ କରିବା ସମୟରେ ରଚିତ। *ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ଦୂର କରିଅଛ, ତୁମ୍ଭେ ଆମ୍ଭମାନଙ୍କୁ ଭାଙ୍ଗି ପକାଇଅଛ; ତୁମ୍ଭେ କ୍ରୁଦ୍ଧ ହୋଇଅଛ; ଆମ୍ଭମାନଙ୍କୁ ପୁନଃସ୍ଥାପନ କର।
ଗୀତସଂହିତା 60 : 2 (IRVOR)
ତୁମ୍ଭେ ଦେଶକୁ କମ୍ପିତ କରିଅଛ; ତୁମ୍ଭେ ତାହାକୁ ବିଦୀର୍ଣ୍ଣ କରିଅଛ; ତହିଁର ଭଗ୍ନସ୍ଥାନର ପ୍ରତିକାର କର; କାରଣ ତାହା ଟଳ ଟଳ ହେଉଅଛି।
ଗୀତସଂହିତା 60 : 3 (IRVOR)
ତୁମ୍ଭେ ଆପଣା ଲୋକମାନଙ୍କୁ କଠିନ ବିଷୟ ଦେଖାଇଅଛ; ତୁମ୍ଭେ ଆମ୍ଭମାନଙ୍କୁ ଟଳମଳକାରିଣୀ ମଦିରା ପାନ କରାଇଅଛ।
ଗୀତସଂହିତା 60 : 4 (IRVOR)
ସତ୍ୟତା ପକ୍ଷରେ ପ୍ରକାଶ କରିବା ନିମନ୍ତେ ତୁମ୍ଭେ ଆପଣା ଭୟକାରୀମାନଙ୍କୁ ଏକ ପତାକା ଦେଇଅଛ। *ସେଲା
ଗୀତସଂହିତା 60 : 5 (IRVOR)
ଯେପରି ତୁମ୍ଭ ପ୍ରିୟତମ ଉଦ୍ଧାର ପାଇବ, ଏଥିପାଇଁ ତୁମ୍ଭେ ଆପଣା ଦକ୍ଷିଣ ହସ୍ତରେ ପରିତ୍ରାଣ କର ଓ ଆମ୍ଭମାନଙ୍କୁ ଉତ୍ତର ଦିଅ।
ଗୀତସଂହିତା 60 : 6 (IRVOR)
ପରମେଶ୍ୱର ଆପଣା ପବିତ୍ର ସ୍ଥାନରେ* ପବିତ୍ର ସ୍ଥାନରେ କିମ୍ବା ପବିତ୍ରତାରେ କହିଅଛନ୍ତି; “ଆମ୍ଭେ ଉଲ୍ଲାସ କରିବା; ଆମ୍ଭେ ଶିଖିମକୁ ବିଭାଗ କରିବା ଓ ସୁକ୍କୋତ ଉପତ୍ୟକାକୁ ମାପିବା।
ଗୀତସଂହିତା 60 : 7 (IRVOR)
ଗିଲୀୟଦ ଆମ୍ଭର ଓ ମନଃଶି ଆମ୍ଭର; ମଧ୍ୟ ଇଫ୍ରୟିମ ଆମ୍ଭ ମସ୍ତକର ଆଶ୍ରୟ; ଯିହୁଦା ଆମ୍ଭର ରାଜଦଣ୍ଡ।
ଗୀତସଂହିତା 60 : 8 (IRVOR)
ମୋୟାବ ଆମ୍ଭର ପ୍ରକ୍ଷାଳନ-ପାତ୍ର; ଆମ୍ଭେ ଇଦୋମ ଉପରେ ଆପଣା ପାଦୁକା ପକାଇବା; ହେ ପଲେଷ୍ଟୀୟା, ତୁମ୍ଭେ ଆମ୍ଭ ସକାଶୁ ଉଚ୍ଚ ଧ୍ୱନି କର।
ଗୀତସଂହିତା 60 : 9 (IRVOR)
କିଏ ମୋତେ ଦୃଢ଼ ନଗରକୁ ଆଣିବ ? କିଏ ମୋତେ ଇଦୋମ ଦେଶ ପର୍ଯ୍ୟନ୍ତ କଢ଼ାଇ ନେବ ?”
ଗୀତସଂହିତା 60 : 10 (IRVOR)
ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ ? ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ।
ଗୀତସଂହିତା 60 : 11 (IRVOR)
ବିପକ୍ଷ ପ୍ରତିକୂଳରେ ଆମ୍ଭମାନଙ୍କୁ ସାହାଯ୍ୟ ଦାନ କର; କାରଣ ମନୁଷ୍ୟର ସାହାଯ୍ୟ ବୃଥା।
ଗୀତସଂହିତା 60 : 12 (IRVOR)
ପରମେଶ୍ୱରଙ୍କ ଦ୍ୱାରା ଆମ୍ଭେମାନେ ବୀରର କର୍ମ କରିବା; ଯେହେତୁ ସେ ଆମ୍ଭମାନଙ୍କ ବିପକ୍ଷଗଣକୁ ଦଳି ପକାଇବେ।
❮
❯
1
2
3
4
5
6
7
8
9
10
11
12