ଗୀତସଂହିତା 61 : 1 (IRVOR)
{ସୁରକ୍ଷା ପାଇଁ ପ୍ରାର୍ଥନା} [PS] ହେ ପରମେଶ୍ୱର, ମୋହର କାକୂକ୍ତି ଶୁଣ; [QBR] ମୋ’ ପ୍ରାର୍ଥନାରେ ମନୋଯୋଗ କର। [QBR]
ଗୀତସଂହିତା 61 : 2 (IRVOR)
ମୋ’ ମନ ଉଦ୍‍ବିଗ୍ନ ହେବା ବେଳେ ମୁଁ ପୃଥିବୀର ପ୍ରାନ୍ତରୁ ତୁମ୍ଭକୁ ଡାକିବି; [QBR] ମୋ’ଠାରୁ ଉଚ୍ଚତର ଶୈଳକୁ ମୋତେ ନେଇଯାଅ। [QBR]
ଗୀତସଂହିତା 61 : 3 (IRVOR)
କାରଣ ତୁମ୍ଭେ ମୋ’ ନିମନ୍ତେ ଆଶ୍ରୟ ଓ [QBR] ଶତ୍ରୁଠାରୁ ଦୃଢ଼ ଦୁର୍ଗ ସ୍ୱରୂପ ହୋଇଅଛ। [QBR]
ଗୀତସଂହିତା 61 : 4 (IRVOR)
ମୁଁ ସଦାକାଳ ତୁମ୍ଭ ତମ୍ବୁରେ ବାସ କରିବି; [QBR] ମୁଁ ତୁମ୍ଭ ପକ୍ଷର ଉହାଡ଼ରେ ଆଶ୍ରୟ ନେବି। [QBR]
ଗୀତସଂହିତା 61 : 5 (IRVOR)
କାରଣ ହେ ପରମେଶ୍ୱର, ତୁମ୍ଭେ ମୋହର ମାନତସବୁ ଶୁଣିଅଛ; [QBR] ତୁମ୍ଭେ ଆପଣା ନାମର ଭୟକାରୀମାନଙ୍କ ଅଧିକାର ଆମ୍ଭକୁ ଦେଇଅଛ। [QBR]
ଗୀତସଂହିତା 61 : 6 (IRVOR)
ତୁମ୍ଭେ ରାଜାଙ୍କ ଆୟୁ ବୃଦ୍ଧି କରିବ; [QBR] ତାଙ୍କ ବର୍ଷ ଅନେକ ପୁରୁଷାନୁକ୍ରମ ତୁଲ୍ୟ ହେବ। [QBR]
ଗୀତସଂହିତା 61 : 7 (IRVOR)
ସେ ସଦାକାଳ ପରମେଶ୍ୱରଙ୍କ ସମ୍ମୁଖରେ ବାସ କରିବେ; [QBR] ତାଙ୍କ ରକ୍ଷା ନିମନ୍ତେ ସ୍ନେହପୂର୍ଣ୍ଣ କରୁଣା ଓ ସତ୍ୟତା ପ୍ରସ୍ତୁତ କର। [QBR]
ଗୀତସଂହିତା 61 : 8 (IRVOR)
ତହୁଁ ମୁଁ ସଦାକାଳ ତୁମ୍ଭ ନାମ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି [QBR] ଓ ଦିନକୁ ଦିନ ଆପଣା ମାନତ ପୂର୍ଣ୍ଣ କରିବି। [PE]

1 2 3 4 5 6 7 8

BG:

Opacity:

Color:


Size:


Font: