ଗୀତସଂହିତା 62 : 1 (IRVOR)
ପରମେଶ୍ୱରଙ୍କ ସୁରକ୍ଷାରେ ଦୃଢ଼ ବିଶ୍ୱାସ *ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଦାଉଦଙ୍କର ଗୀତ। *ମୋହର ପ୍ରାଣ କେବଳ ପରମେଶ୍ୱରଙ୍କର ଅପେକ୍ଷା କରେ; ତାହାଙ୍କଠାରୁ ମୋହର ପରିତ୍ରାଣ ଆସେ।
ଗୀତସଂହିତା 62 : 2 (IRVOR)
କେବଳ ସେ ମୋହର ଶୈଳ ଓ ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ଅତିଶୟ ବିଚଳିତ ନୋହିବି।
ଗୀତସଂହିତା 62 : 3 (IRVOR)
ନଇଁ ପଡ଼ିଥିବା କାନ୍ଥ ଓ ଟଳଟଳ ପ୍ରାଚୀର ତୁଲ୍ୟ ଜଣେ ମନୁଷ୍ୟକୁ ବଧ କରିବା ପାଇଁ ତୁମ୍ଭେ ସମସ୍ତେ କେତେ କାଳ ଲାଗିଥିବ ?
ଗୀତସଂହିତା 62 : 4 (IRVOR)
ସେମାନେ କେବଳ ତାହାର ଉଚ୍ଚ ପଦରୁ ତାହାକୁ ନିପାତ କରିବାକୁ ମନ୍ତ୍ରଣା କରନ୍ତି; ସେମାନେ ମିଥ୍ୟା କଥାରେ ସନ୍ତୁଷ୍ଟ; ସେମାନେ ମୁଖରେ ଆଶୀର୍ବାଦ କରନ୍ତି, ମାତ୍ର ଅନ୍ତରରେ ଅଭିଶାପ ଦିଅନ୍ତି। *ସେଲା
ଗୀତସଂହିତା 62 : 5 (IRVOR)
ହେ ମୋହର ପ୍ରାଣ, କେବଳ ପରମେଶ୍ୱରଙ୍କର ଅପେକ୍ଷା କର; କାରଣ ତାହାଙ୍କଠାରୁ ମୋହର ପ୍ରତ୍ୟାଶା ଜନ୍ମେ।
ଗୀତସଂହିତା 62 : 6 (IRVOR)
କେବଳ ସେ ମୋହର ଶୈଳ ଓ ମୋହର ପରିତ୍ରାଣ; ସେ ମୋହର ଉଚ୍ଚ ଦୁର୍ଗ; ମୁଁ ବିଚଳିତ ନୋହିବି।
ଗୀତସଂହିତା 62 : 7 (IRVOR)
ମୋହର ପରିତ୍ରାଣ ଓ ମୋହର ଗୌରବ ପରମେଶ୍ୱରଙ୍କଠାରେ ଅଛି; ମୋ’ ବଳର ଶୈଳ ଓ ମୋହର ଆଶ୍ରୟ ପରମେଶ୍ୱରଙ୍କଠାରେ ଅଛି।
ଗୀତସଂହିତା 62 : 8 (IRVOR)
ହେ ଲୋକମାନେ, ସବୁବେଳେ ତାହାଙ୍କଠାରେ ନିର୍ଭର କର; ତାହାଙ୍କ ଛାମୁରେ ମନର ସବୁ କଥା ଭାଙ୍ଗି କୁହ; ପରମେଶ୍ୱର ଆମ୍ଭମାନଙ୍କ ନିମନ୍ତେ ଆଶ୍ରୟ। *ସେଲା
ଗୀତସଂହିତା 62 : 9 (IRVOR)
ନିଶ୍ଚୟ ସାମାନ୍ୟ ଲୋକେ ଅସାର ଓ ମାନ୍ୟ ଲୋକେ ମିଥ୍ୟା; ତୌଲରେ ସେମାନେ ଉପରକୁ ଉଠିବେ; ସେମାନେ ସମସ୍ତେ ଅସାରରୁ ଲଘୁ।
ଗୀତସଂହିତା 62 : 10 (IRVOR)
ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ।
ଗୀତସଂହିତା 62 : 11 (IRVOR)
ପରମେଶ୍ୱର ଥରେ କହିଅଛନ୍ତି, ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, ପରାକ୍ରମ ପରମେଶ୍ୱରଙ୍କର ଅଟଇ।
ଗୀତସଂହିତା 62 : 12 (IRVOR)
ଆହୁରି, ହେ ପ୍ରଭୁ; ତୁମ୍ଭଠାରେ ଦୟା ଥାଏ; କାରଣ ତୁମ୍ଭେ ପ୍ରତ୍ୟେକ ମନୁଷ୍ୟକୁ ତାହାର କର୍ମାନୁସାରେ ଫଳ ଦେଉଅଛ।

1 2 3 4 5 6 7 8 9 10 11 12