ଗୀତସଂହିତା 63 : 1 (IRVOR)
ପରମେଶ୍ୱରଙ୍କ ସାନ୍ନିଧ୍ୟ ପାଇଁ ବ୍ୟାକୁଳତା
ଗୀତସଂହିତା 63 : 2 (IRVOR)
*ଦାଉଦଙ୍କର ଗୀତ, ସେ ଯିହୁଦା-ପ୍ରାନ୍ତରରେ ଥିବା ବେଳେ ରଚିତ। *ହେ ପରମେଶ୍ୱର, ତୁମ୍ଭେ ମୋହର ପରମେଶ୍ୱର; *ବ୍ୟାକୁଳରେ ମୁଁ ତୁମ୍ଭର ଅନ୍ୱେଷଣ କରିବି; ଜଳଶୂନ୍ୟ ଶୁଷ୍କ ଓ ଶ୍ରାନ୍ତିକର ଦେଶରେ ମୋ’ ପ୍ରାଣ ତୁମ୍ଭ ନିମନ୍ତେ ତୃଷିତ ହୁଏ ଓ ମୋ’ ଶରୀର ତୁମ୍ଭ ପାଇଁ ଲାଳସା କରେ। *ତେଣୁ ତୁମ୍ଭ ପରାକ୍ରମ ଓ ଗୌରବ ଦେଖିବା ପାଇଁ ମୁଁ ପବିତ୍ର ସ୍ଥାନରେ ତୁମ୍ଭ ପ୍ରତି ଚାହିଁ ରହିଅଛି।
ଗୀତସଂହିତା 63 : 3 (IRVOR)
କାରଣ ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଜୀବନ ଅପେକ୍ଷା ଉତ୍ତମ; ମୋହର ଓଷ୍ଠାଧର ତୁମ୍ଭର ପ୍ରଶଂସା କରିବ।
ଗୀତସଂହିତା 63 : 4 (IRVOR)
ଏହିରୂପେ ମୁଁ ଯାବଜ୍ଜୀବନ ତୁମ୍ଭର ଧନ୍ୟବାଦ କରିବି; ମୁଁ ତୁମ୍ଭ ନାମରେ ଆପଣା ହସ୍ତ ଉଠାଇବି;
ଗୀତସଂହିତା 63 : 5 (IRVOR)
ଯେପରି ମେଦ ଓ ମଜ୍ଜାରେ, ସେପରି ମୋହର ପ୍ରାଣ ପରିତୃପ୍ତ ହେବ ଓ ମୋ’ ମୁଖ ଆନନ୍ଦିତ ଓଷ୍ଠାଧରରେ ତୁମ୍ଭର ପ୍ରଶଂସା କରିବ।
ଗୀତସଂହିତା 63 : 6 (IRVOR)
ମୁଁ ଶଯ୍ୟା ଉପରେ ତୁମ୍ଭଙ୍କୁ ସ୍ମରଣ କରିବା ବେଳେ ରାତ୍ରିର ପ୍ରହରକୁ ପ୍ରହର ତୁମ୍ଭ ବିଷୟ ଧ୍ୟାନ କରେ।
ଗୀତସଂହିତା 63 : 7 (IRVOR)
କାରଣ ତୁମ୍ଭେ ମୋହର ସହାୟ ହୋଇଅଛ, ଆଉ ତୁମ୍ଭ ପକ୍ଷର ଛାୟାରେ ମୁଁ ଉଲ୍ଲାସ କରିବି।
ଗୀତସଂହିତା 63 : 8 (IRVOR)
ମୋହର ପ୍ରାଣ ତୁମ୍ଭ ପଛେ ପଛେ ଲାଗିଥାଏ; ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରି ରଖେ।
ଗୀତସଂହିତା 63 : 9 (IRVOR)
ମାତ୍ର ଯେଉଁମାନେ ମୋ’ ପ୍ରାଣନାଶର ଚେଷ୍ଟା କରନ୍ତି, ସେମାନେ ପୃଥିବୀର ଅଧଃସ୍ଥାନକୁ ଯିବେ।
ଗୀତସଂହିତା 63 : 10 (IRVOR)
ସେମାନେ ଖଡ୍ଗର ପରାକ୍ରମରେ ସମର୍ପିତ ହେବେ; ସେମାନେ ଶୃଗାଳର ଖାଦ୍ୟ ହେବେ।
ଗୀତସଂହିତା 63 : 11 (IRVOR)
ମାତ୍ର ରାଜା ପରମେଶ୍ୱରଙ୍କଠାରେ ଆନନ୍ଦ କରିବେ; ତାହାଙ୍କ ନାମରେ ଶପଥକାରୀ ପ୍ରତ୍ୟେକ ଲୋକ ଦର୍ପ କରିବେ; କାରଣ ମିଥ୍ୟାବାଦୀମାନଙ୍କ ମୁଖ ରୁଦ୍ଧ ହେବ।

1 2 3 4 5 6 7 8 9 10 11