ଗୀତସଂହିତା 65 : 1 (IRVOR)
ପ୍ରଶଂସା ଓ ଧନ୍ୟବାଦ
ଗୀତସଂହିତା 65 : 2 (IRVOR)
*ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ, ଦାଉଦଙ୍କର ଗୀତ। *ହେ ପରମେଶ୍ୱର, ସିୟୋନରେ ପ୍ରଶଂସା ତୁମ୍ଭର ଅପେକ୍ଷା କରେ *ଓ ତୁମ୍ଭ ଉଦ୍ଦେଶ୍ୟରେ ମାନତ ପୂର୍ଣ୍ଣ କରାଯିବ। *ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ, ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ।
ଗୀତସଂହିତା 65 : 3 (IRVOR)
ଅପରାଧ ମୋ’ ଉପରେ ପ୍ରବଳ ହୁଏ; ତୁମ୍ଭେ ଆମ୍ଭମାନଙ୍କ ଅଧର୍ମ ମାର୍ଜନା କରିବ।
ଗୀତସଂହିତା 65 : 4 (IRVOR)
ତୁମ୍ଭେ ଯାହାକୁ ତୁମ୍ଭ ପ୍ରାଙ୍ଗଣରେ ବାସ କରିବା ପାଇଁ ମନୋନୀତ କର ଓ ଆପଣା ନିକଟକୁ ଆସିବାକୁ ଦିଅ, ସେ ଲୋକ ଧନ୍ୟ; ଆମ୍ଭେମାନେ ତୁମ୍ଭ ଗୃହର, ଅର୍ଥାତ୍‍, ତୁମ୍ଭ ମନ୍ଦିରର ପବିତ୍ର ସ୍ଥାନର ଉତ୍ତମ ଦ୍ରବ୍ୟରେ ପରିତୃପ୍ତ ହେବା।
ଗୀତସଂହିତା 65 : 5 (IRVOR)
ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭେ ଭୟାନକ କ୍ରିୟା ଦ୍ୱାରା ଧର୍ମରେ ଆମ୍ଭମାନଙ୍କୁ ଉତ୍ତର ଦେବ; ତୁମ୍ଭେ ପୃଥିବୀର ପ୍ରାନ୍ତନିବାସୀ ଓ ଦୂରବର୍ତ୍ତୀ ସମୁଦ୍ରବାସୀ ସମସ୍ତଙ୍କର ବିଶ୍ୱାସଭୂମି ଅଟ।
ଗୀତସଂହିତା 65 : 6 (IRVOR)
ତୁମ୍ଭେ ପରାକ୍ରମରେ କଟି ବାନ୍ଧି ସ୍ୱଶକ୍ତିରେ ପର୍ବତଗଣକୁ ଦୃଢ଼ ରୂପେ ସ୍ଥାପନ କରିଥାଅ;
ଗୀତସଂହିତା 65 : 7 (IRVOR)
ତୁମ୍ଭେ ସମୁଦ୍ରସମୂହର ଗର୍ଜ୍ଜନ, ତହିଁର ତରଙ୍ଗମାଳାର ଗର୍ଜ୍ଜନ ଓ ଗୋଷ୍ଠୀୟମାନଙ୍କର କଳହ ଶାନ୍ତ କରିଥାଅ।
ଗୀତସଂହିତା 65 : 8 (IRVOR)
ଆହୁରି, ପ୍ରାନ୍ତଭାଗ-ନିବାସୀଗଣ ତୁମ୍ଭ ଚିହ୍ନ ଦେଖି ଭୀତ ହୁଅନ୍ତି; ତୁମ୍ଭେ ସନ୍ଧ୍ୟାକାଳ ଓ ପ୍ରାତଃକାଳର ଉଦ୍‍ଗମକୁ ଆନନ୍ଦମୟ କରିଥାଅ।
ଗୀତସଂହିତା 65 : 9 (IRVOR)
ତୁମ୍ଭେ ପୃଥିବୀର ତତ୍ତ୍ୱାବଧାନ କରି ତହିଁରେ ଜଳ ସେଚନ କରିଥାଅ, ତୁମ୍ଭେ ତାହାକୁ ଅତିଶୟ ଧନାଢ଼୍ୟ କରିଥାଅ; ପରମେଶ୍ୱରଙ୍କ ନଦୀ ଜଳରେ ପରିପୂର୍ଣ୍ଣ; ତୁମ୍ଭେ ପୃଥିବୀକୁ ପ୍ରସ୍ତୁତ କଲା ଉତ୍ତାରେ ସେମାନଙ୍କୁ ଶସ୍ୟ ଯୋଗାଇ ଦେଇଥାଅ।
ଗୀତସଂହିତା 65 : 10 (IRVOR)
ତୁମ୍ଭେ ବହୁଳ ରୂପେ ତାହାର ଶିଆରରେ ଜଳ ସେଚନ କରିଥାଅ; ତୁମ୍ଭେ ତହିଁର ହିଡ଼ସବୁ ସ୍ଥିର କରିଥାଅ; ତୁମ୍ଭେ ବୃଷ୍ଟିରେ ତାହାକୁ କୋମଳ କରିଥାଅ; ତୁମ୍ଭେ ତହିଁର ଅଙ୍କୁରକୁ ଆଶୀର୍ବାଦ କରିଥାଅ;
ଗୀତସଂହିତା 65 : 11 (IRVOR)
ତୁମ୍ଭେ ଆପଣା ମଙ୍ଗଳ ଭାବରେ ବର୍ଷକୁ ମୁକୁଟ ପିନ୍ଧାଇ ଥାଅ ଓ ତୁମ୍ଭ ପଥସବୁ ପୁଷ୍ଟତା କ୍ଷରଣ କରେ।
ଗୀତସଂହିତା 65 : 12 (IRVOR)
ତାହା ପ୍ରାନ୍ତରସ୍ଥ ଚରାସ୍ଥାନ ଉପରେ କ୍ଷରେ ଓ ଗିରିଗଣ ଆନନ୍ଦରୂପ କଟିବନ୍ଧନ ପାଆନ୍ତି।
ଗୀତସଂହିତା 65 : 13 (IRVOR)
ଚରାସ୍ଥାନସବୁ ମେଷପଲରେ ଭୂଷିତ ହୁଅନ୍ତି; ମଧ୍ୟ ଉପତ୍ୟକାସକଳ ଶସ୍ୟରେ ଆଚ୍ଛନ୍ନ ହୁଅନ୍ତି; ସେମାନେ ଜୟଧ୍ୱନି କରନ୍ତି, ମଧ୍ୟ ସେମାନେ ଗାନ କରନ୍ତି।

1 2 3 4 5 6 7 8 9 10 11 12 13