ଗୀତସଂହିତା 66 : 1 (IRVOR)
ପ୍ରଶଂସା ଓ ଧନ୍ୟବାଦର ଗୀତ
ଗୀତସଂହିତା 66 : 2 (IRVOR)
*ପ୍ରଧାନ ବାଦ୍ୟକର ନିମନ୍ତେ ଗାନାର୍ଥକ ଗୀତ। *ହେ ସମୁଦାୟ ପୃଥିବୀ, ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର। *ତାହାଙ୍କ ନାମର ମହିମା କୀର୍ତ୍ତନ କର; ତାହାଙ୍କ ପ୍ରଶଂସାକୁ ଗୌରବାନ୍ୱିତ କର।
ଗୀତସଂହିତା 66 : 3 (IRVOR)
ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର ! ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ।”
ଗୀତସଂହିତା 66 : 4 (IRVOR)
ସମୁଦାୟ ପୃଥିବୀ ତୁମ୍ଭଙ୍କୁ ପ୍ରଣାମ କରିବେ ଓ ତୁମ୍ଭ ଉଦ୍ଦେଶ୍ୟରେ ଗାନ କରିବେ; ସେମାନେ ତୁମ୍ଭ ନାମ କୀର୍ତ୍ତନ କରିବେ।
ଗୀତସଂହିତା 66 : 5 (IRVOR)
ଆସ ଓ ପରମେଶ୍ୱରଙ୍କ କ୍ରିୟାସକଳ ଦେଖ; ମନୁଷ୍ୟ-ସନ୍ତାନଗଣ ପ୍ରତି ଆପଣା କ୍ରିୟାରେ ସେ ଭୟଙ୍କର ଅଟନ୍ତି।
ଗୀତସଂହିତା 66 : 6 (IRVOR)
ସେ ସମୁଦ୍ରକୁ ଶୁଷ୍କଭୂମି କଲେ; ଲୋକମାନେ ନଦୀ ମଧ୍ୟ ଦେଇ ପାଦରେ ଗମନ କଲେ; ସେହି ସ୍ଥାନରେ ଆମ୍ଭେମାନେ ତାହାଙ୍କଠାରେ ଆନନ୍ଦ କଲୁ।
ଗୀତସଂହିତା 66 : 7 (IRVOR)
ସେ ଆପଣା ପରାକ୍ରମରେ ଅନନ୍ତକାଳ କର୍ତ୍ତୃତ୍ୱ କରନ୍ତି; ତାହାଙ୍କ ଚକ୍ଷୁ ଗୋଷ୍ଠୀସମୂହକୁ ନିରୀକ୍ଷଣ କରେ; ବିଦ୍ରୋହୀମାନେ ଆପଣାମାନଙ୍କୁ ଉନ୍ନତ ନ କରନ୍ତୁ। *ସେଲା
ଗୀତସଂହିତା 66 : 8 (IRVOR)
ହେ ଜନବୃନ୍ଦ, ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଧନ୍ୟବାଦ କର ଓ ତାହାଙ୍କ ପ୍ରଶଂସାର ଧ୍ୱନି ଶୁଣାଅ;
ଗୀତସଂହିତା 66 : 9 (IRVOR)
ସେ ଆମ୍ଭମାନଙ୍କ ପ୍ରାଣକୁ ଜୀବଦ୍ଦଶାରେ ରଖନ୍ତି ଓ ଆମ୍ଭମାନଙ୍କ ଚରଣକୁ ବିଚଳିତ ହେବାକୁ ଦିଅନ୍ତି ନାହିଁ।
ଗୀତସଂହିତା 66 : 10 (IRVOR)
କାରଣ ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କୁ ପରୀକ୍ଷା କରିଅଛ; ରୂପା ପରଖିଲା ପରି ତୁମ୍ଭେ ଆମ୍ଭମାନଙ୍କୁ ପରଖିଅଛ।
ଗୀତସଂହିତା 66 : 11 (IRVOR)
ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ, ତୁମ୍ଭେ ଆମ୍ଭମାନଙ୍କ କଟିଦେଶରେ ଭାରୀ ବୋଝ ଥୋଇଅଛ।
ଗୀତସଂହିତା 66 : 12 (IRVOR)
ତୁମ୍ଭେ ଆମ୍ଭମାନଙ୍କ ମସ୍ତକ ଉପରେ ଲୋକମାନଙ୍କୁ ଚଢ଼ିବାକୁ ଦେଇଅଛ; ଆମ୍ଭେମାନେ ଅଗ୍ନି ଓ ଜଳ ମଧ୍ୟଦେଇ ଗମନ କଲୁ; ମାତ୍ର ତୁମ୍ଭେ ଆମ୍ଭମାନଙ୍କୁ ଧନାଢ଼୍ୟ ସ୍ଥାନକୁ ଆଣିଅଛ।
ଗୀତସଂହିତା 66 : 13 (IRVOR)
ମୁଁ ହୋମବଳି ନେଇ ତୁମ୍ଭ ଗୃହକୁ ଆସିବି, ମୁଁ ସଙ୍କଟରେ ଥିଲା ବେଳେ
ଗୀତସଂହିତା 66 : 14 (IRVOR)
ମୋ’ ଓଷ୍ଠାଧର ଯାହା ଉଚ୍ଚାରଣ କରିଅଛି ଓ ମୋ’ ମୁଖ ଯାହା କହିଅଛି, ମୋହର ସେହିସବୁ ମାନତ ତୁମ୍ଭ ଉଦ୍ଦେଶ୍ୟରେ ପୂର୍ଣ୍ଣ କରିବି।
ଗୀତସଂହିତା 66 : 15 (IRVOR)
ମୁଁ ତୁମ୍ଭ ଉଦ୍ଦେଶ୍ୟରେ ମେଷରୂପ ଧୂପ ସହିତ ହୃଷ୍ଟପୁଷ୍ଟ ହୋମବଳି ଉତ୍ସର୍ଗ କରିବି; ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି। *ସେଲା
ଗୀତସଂହିତା 66 : 16 (IRVOR)
ହେ ପରମେଶ୍ୱରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି।
ଗୀତସଂହିତା 66 : 17 (IRVOR)
ମୁଁ ଆପଣା ମୁଖରେ ତାହାଙ୍କୁ ଡାକିଲି ଓ ମୋ’ ଜିହ୍ୱା ଦ୍ୱାରା ସେ ପ୍ରତିଷ୍ଠିତ ହେଲେ।
ଗୀତସଂହିତା 66 : 18 (IRVOR)
ଯଦି ମୁଁ ମନ ମଧ୍ୟରେ ଅଧର୍ମକୁ ଆଦର କରେ, ତେବେ ପ୍ରଭୁ ମୋ’ କଥା ଶୁଣିବେ ନାହିଁ;
ଗୀତସଂହିତା 66 : 19 (IRVOR)
ମାତ୍ର ନିଶ୍ଚୟ ପରମେଶ୍ୱର ମୋ’ କଥା ଶୁଣିଅଛନ୍ତି, ସେ ମୋ’ ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି।
ଗୀତସଂହିତା 66 : 20 (IRVOR)
ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ମୋହର ପ୍ରାର୍ଥନା କିଅବା ମୋ’ଠାରୁ ଆପଣା ଦୟା ଦୂର କରି ନାହାନ୍ତି।

1 2 3 4 5 6 7 8 9 10 11 12 13 14 15 16 17 18 19 20