ଗୀତସଂହିତା 68 : 2 (IRVOR)
*ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗାନାର୍ଥକ ଗୀତ। *ପରମେଶ୍ୱର ଉଠନ୍ତୁ, ତାହାଙ୍କ ଶତ୍ରୁଗଣ ଛିନ୍ନଭିନ୍ନ ହେଉନ୍ତୁ; *ତାହାଙ୍କ ଘୃଣାକାରୀମାନେ ମଧ୍ୟ ତାହାଙ୍କ ସାକ୍ଷାତରୁ ପଳାଉନ୍ତୁ। *ଯେପରି ଧୂମ ଚାଳିତ ହୁଏ, ସେହିପରି ସେମାନଙ୍କୁ ଚଳାଅ; ଯେପରି ଅଗ୍ନି ସମ୍ମୁଖରେ ମହମ ତରଳି ଯାଏ, ସେହିପରି ପରମେଶ୍ୱରଙ୍କ ସାକ୍ଷାତରେ ଦୁଷ୍ଟମାନେ ବିନଷ୍ଟ ହେଉନ୍ତୁ।
ଗୀତସଂହିତା 68 : 3 (IRVOR)
ମାତ୍ର ଧାର୍ମିକମାନେ ଆନନ୍ଦିତ ହେଉନ୍ତୁ; ସେମାନେ ପରମେଶ୍ୱରଙ୍କ ସମ୍ମୁଖରେ ଉଲ୍ଲାସ କରନ୍ତୁ; ହଁ, ସେମାନେ ଆନନ୍ଦରେ ପ୍ରଫୁଲ୍ଲ ହେଉନ୍ତୁ।
ଗୀତସଂହିତା 68 : 4 (IRVOR)
ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ନାମରେ ପ୍ରଶଂସା ଗାନ କର; ଯେ ବାହନରେ ମରୁଭୂମି ଦେଇ ଆସୁଅଛନ୍ତି, ତାହାଙ୍କ ପାଇଁ ରାଜପଥ ପ୍ରସ୍ତୁତ କର; ତାହାଙ୍କ ନାମ ସଦାପ୍ରଭୁ; ତୁମ୍ଭେମାନେ ତାହାଙ୍କ ସାକ୍ଷାତରେ ଉଲ୍ଲାସ କର।
ଗୀତସଂହିତା 68 : 5 (IRVOR)
ପରମେଶ୍ୱର ଆପଣା ପବିତ୍ର ବାସସ୍ଥାନରେ ପିତୃହୀନମାନଙ୍କର ପିତା ଓ ବିଧବାମାନଙ୍କର ସୁରକ୍ଷାକର୍ତ୍ତା* ସୁରକ୍ଷାକର୍ତ୍ତା ବିଚାରକର୍ତ୍ତା ଅଟନ୍ତି।
ଗୀତସଂହିତା 68 : 6 (IRVOR)
ପରମେଶ୍ୱର ସଙ୍ଗୀହୀନମାନଙ୍କୁ ପରିବାର ମଧ୍ୟରେ ସ୍ଥାପନ କରନ୍ତି; ସେ ବନ୍ଦୀଗଣକୁ ବାହାର କରି କୁଶଳରେ ରଖନ୍ତି; ମାତ୍ର ବିଦ୍ରୋହୀମାନେ ଶୁଷ୍କଭୂମିରେ ବାସ କରନ୍ତି।
ଗୀତସଂହିତା 68 : 7 (IRVOR)
ହେ ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ଆଗରେ ଯିବା ବେଳେ, ତୁମ୍ଭେ ପ୍ରାନ୍ତର ଦେଇ ଯାତ୍ରା କରିବା ବେଳେ, *ସେଲା
ଗୀତସଂହିତା 68 : 8 (IRVOR)
ପୃଥିବୀ କମ୍ପିଲା, ପରମେଶ୍ୱରଙ୍କ ସାକ୍ଷାତରେ ଆକାଶମଣ୍ଡଳ ମଧ୍ୟ ବୃଷ୍ଟିପାତ କଲା; ସେହି ସୀନୟ ପରମେଶ୍ୱରଙ୍କର, ଇସ୍ରାଏଲର ପରମେଶ୍ୱରଙ୍କ ସାକ୍ଷାତରେ କମ୍ପିଲା।
ଗୀତସଂହିତା 68 : 9 (IRVOR)
ହେ ପରମେଶ୍ୱର, ତୁମ୍ଭେ ପ୍ରଚୁର ବୃଷ୍ଟି ପଠାଇଲ, ତୁମ୍ଭ ଅଧିକାର କ୍ଳାନ୍ତ ଥିବା ସମୟରେ ତୁମ୍ଭେ ତାହା ସୁସ୍ଥିର କଲ।
ଗୀତସଂହିତା 68 : 10 (IRVOR)
ତୁମ୍ଭ ସମାଜ ତହିଁ ମଧ୍ୟରେ ବାସ କଲେ; ହେ ପରମେଶ୍ୱର, ତୁମ୍ଭେ ଆପଣା ମଙ୍ଗଳ ଭାବରେ ଦୁଃଖୀମାନଙ୍କ ପାଇଁ ଆୟୋଜନ କଲ।
ଗୀତସଂହିତା 68 : 11 (IRVOR)
ପ୍ରଭୁ ବାକ୍ୟ ପ୍ରଦାନ କରନ୍ତି; ଶୁଭବାର୍ତ୍ତା ପ୍ରଚାରିକା ସ୍ତ୍ରୀଗଣ ମହାବାହିନୀ ଅଟନ୍ତି।
ଗୀତସଂହିତା 68 : 12 (IRVOR)
ସୈନ୍ୟଶ୍ରେଣୀର ରାଜାଗଣ ପଳାୟନ କରନ୍ତି, ସେମାନେ ପଳାୟନ କରନ୍ତି; ପୁଣି, ଗୃହସ୍ଥିତା ସ୍ତ୍ରୀ ଲୁଟଦ୍ରବ୍ୟ ବିଭାଗ କରେ।
ଗୀତସଂହିତା 68 : 13 (IRVOR)
ଯେଉଁ କପୋତର ହରିତ୍ ସୁବର୍ଣ୍ଣ-ମଣ୍ଡିତ ଡେଣା, ତାହାର ରୌପ୍ୟ-ମଣ୍ଡିତ ପରସବୁ ପରି ତୁମ୍ଭେମାନେ କି ମେଷଶାଳା ମଧ୍ୟରେ ଶୟନ କରିବ ?
ଗୀତସଂହିତା 68 : 14 (IRVOR)
ସଲମୋନ୍ରେ ହିମପାତ ବେଳେ ଯେପରି, ସର୍ବଶକ୍ତିମାନ ଦେଶରେ ରାଜାମାନଙ୍କୁ ଛିନ୍ନଭିନ୍ନ କଲା ବେଳେ ସେପରି ହେଲା।
ଗୀତସଂହିତା 68 : 15 (IRVOR)
ବାଶନର ପର୍ବତ ପରମେଶ୍ୱରଙ୍କ ପର୍ବତ; ବାଶନର ପର୍ବତ ଏକ ଉଚ୍ଚ ପର୍ବତ।
ଗୀତସଂହିତା 68 : 16 (IRVOR)
ହେ ଉଚ୍ଚ ପର୍ବତଗଣ, ପରମେଶ୍ୱର ଆପଣା ନିବାସ ନିମନ୍ତେ ଯେଉଁ ପର୍ବତ ବାଞ୍ଛା କରିଅଛନ୍ତି, ତହିଁ ପ୍ରତି ତୁମ୍ଭେମାନେ କାହିଁକି କୁଟିଳ ଦୃଷ୍ଟି କରୁଅଛ ? ଅବଶ୍ୟ ସଦାପ୍ରଭୁ ତହିଁରେ ସଦାକାଳ ବାସ କରିବେ।
ଗୀତସଂହିତା 68 : 17 (IRVOR)
ପରମେଶ୍ୱରଙ୍କର ରଥ ଅୟୁତ ଅୟୁତ ଓ ଲକ୍ଷ ଲକ୍ଷ; ଯେପରି ପ୍ରଭୁ ଆପଣା ପବିତ୍ର ସ୍ଥାନ ସୀନୟରେ, ସେପରି ସେସବୁର ମଧ୍ୟରେ ଅଛନ୍ତି।
ଗୀତସଂହିତା 68 : 18 (IRVOR)
ତୁମ୍ଭେ ଊର୍ଦ୍ଧ୍ୱରେ ଆରୋହଣ କରିଅଛ, ତୁମ୍ଭେ ଆପଣା ବନ୍ଦୀମାନଙ୍କୁ ବନ୍ଦୀସ୍ଥାନକୁ ନେଇଅଛ; ତୁମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ଦାନପ୍ରାପ୍ତ ହୋଇଅଛ, ହଁ, ଯେପରି ସଦାପ୍ରଭୁ ପରମେଶ୍ୱର ସେମାନଙ୍କ ମଧ୍ୟରେ ବାସ କରିବେ, ଏଥିପାଇଁ ବିଦ୍ରୋହୀମାନଙ୍କ ମଧ୍ୟରେ ହିଁ ଦାନପ୍ରାପ୍ତ ହୋଇଅଛ।
ଗୀତସଂହିତା 68 : 19 (IRVOR)
ଯେଉଁ ପ୍ରଭୁ ଦିନକୁ ଦିନ ଆମ୍ଭମାନଙ୍କ ଭାର ବହନ୍ତି, ସେ ଧନ୍ୟ ହେଉନ୍ତୁ; ସେହି ପରମେଶ୍ୱର ଆମ୍ଭମାନଙ୍କର ପରିତ୍ରାଣ। *ସେଲା
ଗୀତସଂହିତା 68 : 20 (IRVOR)
ପରମେଶ୍ୱର ଆମ୍ଭମାନଙ୍କ ପକ୍ଷରେ ଉଦ୍ଧାରସାଧକ ପରମେଶ୍ୱର ଅଟନ୍ତି; ଓ ମୃତ୍ୟୁୁରୁ ରକ୍ଷା ଯିହୋବାଃ ପ୍ରଭୁଙ୍କର ଅଧୀନ।
ଗୀତସଂହିତା 68 : 21 (IRVOR)
ମାତ୍ର ପରମେଶ୍ୱର ଆପଣା ଶତ୍ରୁମାନଙ୍କ ମସ୍ତକ ଓ ଯେଉଁ ଜନ ନିଜ ଅପରାଧରେ ଅଗ୍ରସର, ତାହାର କେଶଯୁକ୍ତ କପାଳ ବିନ୍ଧି ପକାଇବେ।
ଗୀତସଂହିତା 68 : 22 (IRVOR)
ପ୍ରଭୁ କହିଲେ, “ଆମ୍ଭେ ବାଶନରୁ ପୁନର୍ବାର ଆଣିବା, ଆମ୍ଭେ ସମୁଦ୍ରର ଗଭୀର ସ୍ଥଳରୁ ପୁନର୍ବାର ସେମାନଙ୍କୁ ଆଣିବା;
ଗୀତସଂହିତା 68 : 23 (IRVOR)
ତହିଁରେ ତୁମ୍ଭେ ରକ୍ତରେ ଆପଣା ଚରଣ ବୁଡ଼ାଇବ, ତୁମ୍ଭ କୁକ୍କୁରଗଣର ଜିହ୍ୱା ତୁମ୍ଭ ଶତ୍ରୁମାନଙ୍କଠାରୁ ଅଂଶ ପାଇବ।”
ଗୀତସଂହିତା 68 : 24 (IRVOR)
ହେ ପରମେଶ୍ୱର, ଲୋକମାନେ ତୁମ୍ଭର ଗତି, ଅର୍ଥାତ୍, ପବିତ୍ର ସ୍ଥାନକୁ ଆମ୍ଭ ପରମେଶ୍ୱର ଆମ୍ଭ ରାଜାଙ୍କ ଗତି ଦେଖିଅଛନ୍ତି।
ଗୀତସଂହିତା 68 : 25 (IRVOR)
ଦାରାବାଦ୍ୟବାଦିନୀ କୁମାରୀମାନଙ୍କ ମଧ୍ୟରେ ଗାୟକମାନେ ଆଗେ ଆଗେ, ବାଦ୍ୟକରମାନେ ପଛେ ପଛେ ଗମନ କଲେ।
ଗୀତସଂହିତା 68 : 26 (IRVOR)
ତୁମ୍ଭେମାନେ ଜନ-ସମାଗମ ମଧ୍ୟରେ ପରମେଶ୍ୱରଙ୍କର ଧନ୍ୟବାଦ କର, ହେ ଇସ୍ରାଏଲର ନିର୍ଝରରୁ ଜାତ ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
ଗୀତସଂହିତା 68 : 27 (IRVOR)
କନିଷ୍ଠ ବିନ୍ୟାମୀନ୍ ସେମାନଙ୍କର ଶାସନକର୍ତ୍ତା, ଯିହୁଦାର ଅଧିପତିମାନେ ଓ ସେମାନଙ୍କ ଲୋକଦଳ, ସବୂଲୂନର ଅଧିପତିମାନେ, ନପ୍ତାଲିର ଅଧିପତିମାନେ ସେଠାରେ ଅଛନ୍ତି।
ଗୀତସଂହିତା 68 : 28 (IRVOR)
ତୁମ୍ଭ ପରମେଶ୍ୱର ତୁମ୍ଭ ବଳର ଆଜ୍ଞା କରିଅଛନ୍ତି; ହେ ପରମେଶ୍ୱର, ତୁମ୍ଭ ପରାକ୍ରମ ଆମ୍ଭମାନଙ୍କୁ ପ୍ରକାଶ କର, ଯେପରି ତୁମ୍ଭେ ଅତୀତରେ ପ୍ରକାଶ କରିଅଛ।
ଗୀତସଂହିତା 68 : 29 (IRVOR)
ଯିରୂଶାଲମସ୍ଥ ତୁମ୍ଭ ମନ୍ଦିର ସକାଶୁ ରାଜାଗଣ ତୁମ୍ଭ ନିକଟକୁ ଦର୍ଶନୀ ଆଣିବେ।
ଗୀତସଂହିତା 68 : 30 (IRVOR)
ନଳବନସ୍ଥ ବନ୍ୟ ପଶୁକୁ, ଗୋଷ୍ଠୀବର୍ଗରୂପ ଗୋବତ୍ସଗଣ ସହିତ ବୃଷସମୂହକୁ ଭର୍ତ୍ସନା କରି ରୌପ୍ୟଖଣ୍ଡସବୁ ପଦ ତଳେ ଦଳି ପକାଅ; ସେ ଯୁଦ୍ଧପ୍ରିୟ ଗୋଷ୍ଠୀବର୍ଗକୁ ଛିନ୍ନଭିନ୍ନ କରିଅଛନ୍ତି।
ଗୀତସଂହିତା 68 : 31 (IRVOR)
ମିସର ଦେଶରୁ ଅଧିପତିମାନେ ଆସିବେ; କୂଶ ପରମେଶ୍ୱରଙ୍କ ପ୍ରତି ହସ୍ତ ପ୍ରସାରିବାକୁ ଚଞ୍ଚଳ ହେବ।
ଗୀତସଂହିତା 68 : 32 (IRVOR)
ହେ ପୃଥିବୀସ୍ଥ ରାଜ୍ୟସମୂହ, ତୁମ୍ଭେମାନେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ କର; ପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; *ସେଲା
ଗୀତସଂହିତା 68 : 33 (IRVOR)
ଯେ ଆଦିକାଳୀନ ଉଚ୍ଚତମ ସ୍ୱର୍ଗରେ ଆରୋହଣ କରନ୍ତି, ତାହାଙ୍କ ଉଦ୍ଦେଶ୍ୟରେ ଗାନ କର; ଦେଖ, ସେ ଆପଣା ରବ, ବିକ୍ରମପୂର୍ଣ୍ଣ ରବ ଉଚ୍ଚାରଣ କରନ୍ତି।
ଗୀତସଂହିତା 68 : 34 (IRVOR)
ତୁମ୍ଭେମାନେ ପରମେଶ୍ୱରଙ୍କ ପରାକ୍ରମ କୀର୍ତ୍ତନ କର; ତାହାଙ୍କ ମହିମା ଇସ୍ରାଏଲ ଉପରେ ଓ ତାହାଙ୍କ ପରାକ୍ରମ ଆକାଶମଣ୍ଡଳରେ ରହିଅଛି।
ଗୀତସଂହିତା 68 : 35 (IRVOR)
ହେ ପରମେଶ୍ୱର, ତୁମ୍ଭେ ଆପଣା ପବିତ୍ର ଧାମରେ ଭୟଙ୍କର ଅଟ; ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କୁ ବଳ ଓ ପରାକ୍ରମ ଦିଅନ୍ତି। ପରମେଶ୍ୱର ଧନ୍ୟ ହେଉନ୍ତୁ।
❮
❯