ଗୀତସଂହିତା 7 : 1 (IRVOR)
{ନ୍ୟାୟ ପାଇଁ ପ୍ରାର୍ଥନା} [PS] ହେ ସଦାପ୍ରଭୁ ମୋ’ ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନେଉଅଛି; [QBR] ମୋ’ ପଛେ ଗୋଡ଼ାଇବା ସମସ୍ତ ଲୋକଠାରୁ ମୋତେ ରକ୍ଷା କର ଓ ଉଦ୍ଧାର କର, [QBR]
ଗୀତସଂହିତା 7 : 2 (IRVOR)
ନୋହିଲେ ସେ ସିଂହ ପରି ମୋର ପ୍ରାଣ ବିଦୀର୍ଣ୍ଣ କରି [QBR] ଖଣ୍ଡ ଖଣ୍ଡ କରିବ, ଉଦ୍ଧାର କରିବାକୁ କେହି ନ ଥିବ। [QBR]
ଗୀତସଂହିତା 7 : 3 (IRVOR)
ହେ ସଦାପ୍ରଭୁ ମୋହର ପରମେଶ୍ୱର, ଯଦି ମୁଁ [QBR] ଏହା କରିଥାଏ, ଯଦି ମୋ’ ହସ୍ତରେ ଅଧର୍ମ ଥାଏ; [QBR]
ଗୀତସଂହିତା 7 : 4 (IRVOR)
ଯଦି ମୁଁ ଆପଣା ସଙ୍ଗେ ମିଳନରେ ଥିବା ଲୋକର ମନ୍ଦ କରିଥାଏ; [QBR] (ମାତ୍ର ଯେ ଅକାରଣରେ ମୋହର ବିପକ୍ଷ, ମୁଁ ତାହାକୁ ଉଦ୍ଧାର କରିଅଛି;) [QBR]
ଗୀତସଂହିତା 7 : 5 (IRVOR)
ତେବେ ଶତ୍ରୁ ମୋହର ପ୍ରାଣ ପଛେ ଦୌଡ଼ି ତାହାକୁ ଧରୁ; [QBR] ଆହୁରି, ସେ ମୋ’ ଜୀବନକୁ ଭୂମିରେ ଦଳି ପକାଉ, [QBR] ପୁଣି, ମୋ’ ଗୌରବକୁ ଧୂଳିସାତ୍‍ କରୁ। [QBR] [ସେଲା] [QBR]
ଗୀତସଂହିତା 7 : 6 (IRVOR)
ହେ ସଦାପ୍ରଭୁ, ଆପଣା କ୍ରୋଧରେ ଉଠ, [QBR] ମୋ’ ବିପକ୍ଷଗଣର କୋପ ପ୍ରତିକୂଳରେ ଆପଣାକୁ ଉଠାଅ ଓ [QBR] ମୋ’ ପକ୍ଷରେ ଜାଗ୍ରତ ହୁଅ; ତୁମ୍ଭେ ନ୍ୟାୟ ବିଚାର କର। [QBR]
ଗୀତସଂହିତା 7 : 7 (IRVOR)
ଗୋଷ୍ଠୀୟମାନଙ୍କ ମଣ୍ଡଳୀ ତୁମ୍ଭଙ୍କୁ ବେଷ୍ଟନ କରନ୍ତୁ; [QBR] ଆଉ, ତୁମ୍ଭେ ସେମାନଙ୍କ ଉପରେ ଊର୍ଦ୍ଧ୍ୱକୁ ପ୍ରତ୍ୟାଗମନ କର। [QBR]
ଗୀତସଂହିତା 7 : 8 (IRVOR)
ସଦାପ୍ରଭୁ ଗୋଷ୍ଠୀୟମାନଙ୍କ ପ୍ରତି ବିଚାର ସାଧନ କରନ୍ତି; [QBR] ହେ ସଦାପ୍ରଭୁ, ମୋହର ଧର୍ମ ଓ ମୋହର ଆନ୍ତରିକ ସରଳତାନୁସାରେ ମୋହର ବିଚାର କର। [QBR]
ଗୀତସଂହିତା 7 : 9 (IRVOR)
ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; [QBR] କାରଣ ଧର୍ମମୟ ପରମେଶ୍ୱର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି। [QBR]
ଗୀତସଂହିତା 7 : 10 (IRVOR)
ପରମେଶ୍ୱରଙ୍କଠାରେ ମୋହର ଢାଲ ଅଛି, [QBR] ସେ ସରଳମାନଙ୍କୁ ପରିତ୍ରାଣ କରନ୍ତି। [QBR]
ଗୀତସଂହିତା 7 : 11 (IRVOR)
ପରମେଶ୍ୱର ଧର୍ମମୟ ବିଚାରକର୍ତ୍ତା, ହଁ, [QBR] ସେ ପ୍ରତିଦିନ ଦୁଷ୍ଟଙ୍କ ପାଇଁ କ୍ରୋଧକାରୀ ପରମେଶ୍ୱର। [QBR]
ଗୀତସଂହିତା 7 : 12 (IRVOR)
ଯଦି କୌଣସି ମନୁଷ୍ୟ ନ ଫେରିବ, ତେବେ [QBR] ସେ ଆପଣା ଖଡ୍ଗ ଶାଣିତ କରିବେ; [QBR] ସେ ଆପଣା ଧନୁ ନୁଆଁଇ ପ୍ରସ୍ତୁତ କରିଅଛନ୍ତି। [QBR]
ଗୀତସଂହିତା 7 : 13 (IRVOR)
ସେ ମଧ୍ୟ ତାହା ପାଇଁ ମୃତ୍ୟୁୁର ଅସ୍ତ୍ରଶସ୍ତ୍ର ପ୍ରସ୍ତୁତ କରିଅଛନ୍ତି; [QBR] ସେ ଆପଣା ତୀରସବୁ ଅଗ୍ନିର ତୀର କରିଅଛନ୍ତି। [QBR]
ଗୀତସଂହିତା 7 : 14 (IRVOR)
ଦେଖ, ସେ ଅଧର୍ମରୂପ ପ୍ରସବ-ବେଦନାରେ ଆକ୍ରାନ୍ତ ହେଉଅଛି; [QBR] ହଁ, ସେ ଅନିଷ୍ଟ ଗର୍ଭରେ ଧାରଣ କରି ମିଥ୍ୟା ପ୍ରସବ କଲା। [QBR]
ଗୀତସଂହିତା 7 : 15 (IRVOR)
ସେ କୂପ ଖୋଳି ଗଭୀର କରିଅଛି, ପୁଣି, [QBR] ସେ ଆପଣା ଚୋରାଗର୍ତ୍ତରେ ପଡ଼ିଅଛି। [QBR]
ଗୀତସଂହିତା 7 : 16 (IRVOR)
ତାହାର ଉପଦ୍ରବ ତାହାର ନିଜ ମସ୍ତକରେ ବର୍ତ୍ତିବ [QBR] ଓ ତାହାର ଦୌରାତ୍ମ୍ୟ ତାହାର ନିଜ ମୁଣ୍ଡରେ ପଡ଼ିବ। [QBR]
ଗୀତସଂହିତା 7 : 17 (IRVOR)
ମୁଁ ସଦାପ୍ରଭୁଙ୍କର ଧାର୍ମିକତାନୁସାରେ ତାହାଙ୍କର ଧନ୍ୟବାଦ କରିବି [QBR] ଓ ସର୍ବୋପରିସ୍ଥ ସଦାପ୍ରଭୁଙ୍କ ନାମରେ ପ୍ରଶଂସା ଗାନ କରିବି। [PE]

1 2 3 4 5 6 7 8 9 10 11 12 13 14 15 16 17

BG:

Opacity:

Color:


Size:


Font: