ଗୀତସଂହିତା 70 : 2 (IRVOR)
*ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ; ସ୍ମରଣୋପାୟ। *ହେ ପରମେଶ୍ୱର, ମୋତେ ଉଦ୍ଧାର କରିବା ପାଇଁ ସତ୍ୱର ହୁଅ; *ହେ ସଦାପ୍ରଭୁ, ମୋହର ସାହାଯ୍ୟ କରିବା ପାଇଁ ସତ୍ୱର ହୁଅ। *ମୋହର ପ୍ରାଣ ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ହତାଶ ହେଉନ୍ତୁ; ମୋ’ କ୍ଷତିରେ ସନ୍ତୁଷ୍ଟ ଲୋକମାନେ ପଛକୁ ଫେରି ଯାଇ ଅପମାନିତ ହେଉନ୍ତୁ।
ଗୀତସଂହିତା 70 : 3 (IRVOR)
ଯେଉଁମାନେ “ହଁ, ହଁ” ବୋଲି କହନ୍ତି, ସେମାନେ ଆପଣା ଆପଣା ଲଜ୍ଜା ସକାଶୁ ଫେରି ଯାଉନ୍ତୁ।
ଗୀତସଂହିତା 70 : 4 (IRVOR)
ଯେଉଁମାନେ ତୁମ୍ଭର ଅନ୍ୱେଷଣ କରନ୍ତି, ସେସମସ୍ତେ ତୁମ୍ଭଠାରେ ଉଲ୍ଲସିତ ଓ ଆନନ୍ଦିତ ହେଉନ୍ତୁ; ପୁଣି, ଯେଉଁମାନେ ତୁମ୍ଭ ପରିତ୍ରାଣକୁ ସ୍ନେହ କରନ୍ତି, “ସେମାନେ ପରମେଶ୍ୱର ମହିମାନ୍ୱିତ ହେଉନ୍ତୁ” ବୋଲି ନିରନ୍ତର କହୁନ୍ତୁ,
ଗୀତସଂହିତା 70 : 5 (IRVOR)
ମାତ୍ର ମୁଁ ଦରିଦ୍ର ଓ ଦୀନହୀନ; ହେ ପରମେଶ୍ୱର, ମୋ’ ପକ୍ଷରେ ସତ୍ୱର ହୁଅ; ତୁମ୍ଭେ ମୋହର ସହାୟ ଓ ଉଦ୍ଧାରକର୍ତ୍ତା ଅଟ; ହେ ସଦାପ୍ରଭୁ, ବିଳମ୍ବ କର ନାହିଁ।
❮
❯
1
2
3
4
5