ଗୀତସଂହିତା 71 : 1 (IRVOR)
ଜଣେ ବୃଦ୍ଧର ପ୍ରାର୍ଥନା ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ।
ଗୀତସଂହିତା 71 : 2 (IRVOR)
ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କରି ରକ୍ଷା କର; ମୋ’ ପ୍ରତି ଆପଣା କର୍ଣ୍ଣ ଡେରି ମୋତେ ତ୍ରାଣ କର।
ଗୀତସଂହିତା 71 : 3 (IRVOR)
ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋ’ ପ୍ରତି ସେରୂପ ବସତିର ଶୈଳ ସ୍ୱରୂପ ହୁଅ; ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ; କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ।
ଗୀତସଂହିତା 71 : 4 (IRVOR)
ହେ ମୋହର ପରମେଶ୍ୱର, ଦୁଷ୍ଟଲୋକ ହସ୍ତରୁ, ଅନ୍ୟାୟକାରୀ ଓ ନିର୍ଦ୍ଦୟ ଲୋକ ହସ୍ତରୁ ମୋତେ ରକ୍ଷା କର।
ଗୀତସଂହିତା 71 : 5 (IRVOR)
କାରଣ ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ହିଁ ମୋହର ଭରସା; ମୋ’ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ୱାସଭୂମି।
ଗୀତସଂହିତା 71 : 6 (IRVOR)
ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି; ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ; ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ।
ଗୀତସଂହିତା 71 : 7 (IRVOR)
ମୁଁ ଅନେକଙ୍କ ପ୍ରତି ଆଶ୍ଚର୍ଯ୍ୟ ବିଷୟ ସ୍ୱରୂପ; ମାତ୍ର ତୁମ୍ଭେ ମୋହର ଦୃଢ଼ ଆଶ୍ରୟ।
ଗୀତସଂହିତା 71 : 8 (IRVOR)
ମୋହର ମୁଖ ତୁମ୍ଭ ପ୍ରଶଂସାରେ ଓ ସାରାଦିନ ତୁମ୍ଭ ଗୌରବ ବର୍ଣ୍ଣନାରେ ପରିପୂର୍ଣ୍ଣ ହେବ।
ଗୀତସଂହିତା 71 : 9 (IRVOR)
ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ; ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ।
ଗୀତସଂହିତା 71 : 10 (IRVOR)
କାରଣ ମୋହର ଶତ୍ରୁଗଣ ମୋ’ ବିଷୟରେ କଥା କହନ୍ତି ଓ ମୋ’ ପ୍ରାଣ ପାଇଁ ଜଗିବା ଲୋକମାନେ ଏକତ୍ର ମନ୍ତ୍ରଣା କରି କହନ୍ତି ଯେ,
ଗୀତସଂହିତା 71 : 11 (IRVOR)
“ପରମେଶ୍ୱର ତାହାକୁ ପରିତ୍ୟାଗ କରିଅଛନ୍ତି, ପଛେ ପଛେ ଗୋଡ଼ାଇ ତାହାକୁ ଧର; କାରଣ ଉଦ୍ଧାର କରିବାକୁ କେହି ନାହିଁ।”
ଗୀତସଂହିତା 71 : 12 (IRVOR)
ହେ ପରମେଶ୍ୱର, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ପରମେଶ୍ୱର, ମୋହର ସାହାଯ୍ୟ କରିବାକୁ ସତ୍ୱର ହୁଅ।
ଗୀତସଂହିତା 71 : 13 (IRVOR)
ମୋ’ ପ୍ରାଣର ବିପକ୍ଷମାନେ ଲଜ୍ଜିତ ଓ ଉଚ୍ଛିନ୍ନ ହେଉନ୍ତୁ; ଯେଉଁମାନେ ମୋହର କ୍ଷତି ଚେଷ୍ଟା କରନ୍ତି, ସେମାନେ ନିନ୍ଦା ଓ ଅପମାନରେ ଆଚ୍ଛନ୍ନ ହେଉନ୍ତୁ।
ଗୀତସଂହିତା 71 : 14 (IRVOR)
ମାତ୍ର ମୁଁ ନିରନ୍ତର ଭରସା କରିବି, ପୁଣି, ଆହୁରି ଆହୁରି ତୁମ୍ଭର ପ୍ରଶଂସା କରିବି।
ଗୀତସଂହିତା 71 : 15 (IRVOR)
ମୋହର ମୁଖ ସାରାଦିନ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ।
ଗୀତସଂହିତା 71 : 16 (IRVOR)
ମୁଁ ପ୍ରଭୁ, ସଦାପ୍ରଭୁଙ୍କ ପରାକ୍ରମର ସକଳ କ୍ରିୟା ସହିତ ଉପସ୍ଥିତ ହେବି। ମୁଁ ତୁମ୍ଭର, କେବଳ ତୁମ୍ଭର ଧର୍ମ ବିଷୟ ବର୍ଣ୍ଣନା କରିବି।
ଗୀତସଂହିତା 71 : 17 (IRVOR)
ହେ ପରମେଶ୍ୱର, ତୁମ୍ଭେ ମୋତେ ବାଲ୍ୟକାଳଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ପ୍ରଚାର କରିଅଛି।
ଗୀତସଂହିତା 71 : 18 (IRVOR)
ହେ ପରମେଶ୍ୱର, ମୁଁ ଆସନ୍ତା ପିଢ଼ି ନିକଟରେ ତୁମ୍ଭର ବାହୁବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ୱକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ।
ଗୀତସଂହିତା 71 : 19 (IRVOR)
ହେ ପରମେଶ୍ୱର, ମହତ କାର୍ଯ୍ୟମାନ ସାଧନ କରିଅଛ ଯେ ତୁମ୍ଭେ, ତୁମ୍ଭର ଧର୍ମ ଅତି ଉଚ୍ଚ; ହେ ପରମେଶ୍ୱର, ତୁମ୍ଭ ତୁଲ୍ୟ କିଏ ଅଛି ?
ଗୀତସଂହିତା 71 : 20 (IRVOR)
ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ, ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବ ଓ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ।
ଗୀତସଂହିତା 71 : 21 (IRVOR)
ତୁମ୍ଭେ ମୋହର ମହତ୍ତ୍ୱ ବଢ଼ାଅ ଓ ଫେରି ମୋତେ ସାନ୍ତ୍ୱନା ଦିଅ।
ଗୀତସଂହିତା 71 : 22 (IRVOR)
ହେ ମୋହର ପରମେଶ୍ୱର, ମୁଁ ନେବଲ ଯନ୍ତ୍ରରେ, ମଧ୍ୟ ତୁମ୍ଭର, ଅର୍ଥାତ୍, ତୁମ୍ଭ ସତ୍ୟତାର ପ୍ରଶଂସା କରିବି; ହେ ଇସ୍ରାଏଲର ଧର୍ମସ୍ୱରୂପ, ମୁଁ ବୀଣା ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
ଗୀତସଂହିତା 71 : 23 (IRVOR)
ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ବେଳେ ମୋହର ଓଷ୍ଠାଧର ଓ ତୁମ୍ଭ ଦ୍ୱାରା ମୁକ୍ତ ମୋହର ପ୍ରାଣ ଅତିଶୟ ଆହ୍ଲାଦ କରିବ।
ଗୀତସଂହିତା 71 : 24 (IRVOR)
ମୋହର ଜିହ୍ୱା ମଧ୍ୟ ସାରାଦିନ ତୁମ୍ଭ ଧର୍ମ ବିଷୟ କହିବ; କାରଣ ମୋହର ଅନିଷ୍ଟ ଚେଷ୍ଟାକାରୀମାନେ ଲଜ୍ଜିତ ଓ ହତାଶ ହୋଇଅଛନ୍ତି।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24