ଗୀତସଂହିତା 74 : 1 (IRVOR)
ଜାତିର ମୁକ୍ତି ପାଇଁ ପ୍ରାର୍ଥନା *ଆସଫର ମସ୍କୀଲ୍। *ହେ ପରମେଶ୍ୱର, ତୁମ୍ଭେ କାହିଁକି ଆମ୍ଭମାନଙ୍କୁ ସଦାକାଳ ପରିତ୍ୟାଗ କରିଅଛ ? *ତୁମ୍ଭ ଚରାସ୍ଥାନର ମେଷଗଣ ବିରୁଦ୍ଧରେ କାହିଁକି ତୁମ୍ଭ କ୍ରୋଧାନଳର ଧୂମ ଉଠୁଅଛି ?
ଗୀତସଂହିତା 74 : 2 (IRVOR)
ପୂର୍ବକାଳରେ ଯାହାକୁ ତୁମ୍ଭେ କିଣିଅଛ, ତୁମ୍ଭେ ଯାହାକୁ ଆପଣା ଅଧିକାରର ବଂଶ ହେବା ପାଇଁ ମୁକ୍ତ କରିଅଛ, ତୁମ୍ଭର ସେହି ମଣ୍ଡଳୀକୁ ଓ ତୁମ୍ଭର ବାସସ୍ଥାନ ସିୟୋନ ପର୍ବତକୁ ସ୍ମରଣ କର।
ଗୀତସଂହିତା 74 : 3 (IRVOR)
ଏହି ଚିରକାଳୀନ କାନ୍ଥଡ଼ା ଆଡ଼େ ଆପଣା ଚରଣ ପକାଅ, ଶତ୍ରୁ ଧର୍ମଧାମରେ ସବୁ ନାଶ କରିଅଛି।
ଗୀତସଂହିତା 74 : 4 (IRVOR)
ତୁମ୍ଭର ବିପକ୍ଷଗଣ ତୁମ୍ଭ ସମାଗମ-ସ୍ଥାନ ମଧ୍ୟରେ ଗର୍ଜ୍ଜନ କରିଅଛନ୍ତି; ସେମାନେ ଚିହ୍ନ ନିମନ୍ତେ ଆପଣାମାନଙ୍କ ଧ୍ୱଜା ସ୍ଥାପନ କରିଅଛନ୍ତି।
ଗୀତସଂହିତା 74 : 5 (IRVOR)
ନିବିଡ଼ ଅରଣ୍ୟରେ କୁହ୍ରାଡ଼ି ଉଠାଇବା ଲୋକମାନଙ୍କ ପରି ସେମାନେ ଦେଖା ଗଲେ।
ଗୀତସଂହିତା 74 : 6 (IRVOR)
ପୁଣି, ଏବେ ସେମାନେ ଟାଙ୍ଗିଆ ଓ ହାତୁଡ଼ି ଦ୍ୱାରା ଏକାବେଳେ ତହିଁର ଖୋଦିତ କର୍ମସବୁ ଭାଙ୍ଗି ପକାନ୍ତି।
ଗୀତସଂହିତା 74 : 7 (IRVOR)
ସେମାନେ ତୁମ୍ଭ ଧର୍ମଧାମରେ ଅଗ୍ନି ଲଗାଇ ଅଛନ୍ତି; ସେମାନେ ତୁମ୍ଭ ନାମର ବାସସ୍ଥାନକୁ ଅଶୁଚି କରି ଭୂମିସାତ୍ କରିଅଛନ୍ତି।
ଗୀତସଂହିତା 74 : 8 (IRVOR)
ସେମାନେ ମନେ ମନେ କହିଲେ, ଆମ୍ଭେମାନେ ଏକାବେଳେ ସେମାନଙ୍କୁ ଉଚ୍ଛିନ୍ନ କରୁ; ସେମାନେ ଦେଶ ମଧ୍ୟରେ ପରମେଶ୍ୱରଙ୍କର ସକଳ ସମାଗମ-ସ୍ଥାନ ଦଗ୍ଧ କରିଅଛନ୍ତି।
ଗୀତସଂହିତା 74 : 9 (IRVOR)
ଆମ୍ଭେମାନେ ନିଜ ଚିହ୍ନସବୁ ଦେଖୁ ନାହୁଁ; କୌଣସି ଭବିଷ୍ୟଦ୍ବକ୍ତା ଆଉ ନାହିଁ; କିଅବା ଏପରି କେତେ କାଳ ହେବ, ଏହା ଜାଣିବା ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।
ଗୀତସଂହିତା 74 : 10 (IRVOR)
ହେ ପରମେଶ୍ୱର, ବିପକ୍ଷ କେତେ କାଳ ନିନ୍ଦା କରିବ ? ଶତ୍ରୁ କି ସଦାକାଳ ତୁମ୍ଭ ନାମ ନିନ୍ଦା କରିବ ?
ଗୀତସଂହିତା 74 : 11 (IRVOR)
ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ ? ଆପଣା ବକ୍ଷଃସ୍ଥଳରୁ ତାହା ବାହାର କରି ସେମାନଙ୍କୁ ସଂହାର କର।
ଗୀତସଂହିତା 74 : 12 (IRVOR)
ତଥାପି ପୃଥିବୀ ମଧ୍ୟରେ ପରିତ୍ରାଣ ସାଧନକାରୀ ପରମେଶ୍ୱର ପୂର୍ବରୁ ଆମ୍ଭର ରାଜା ଅଟନ୍ତି।
ଗୀତସଂହିତା 74 : 13 (IRVOR)
ତୁମ୍ଭେ ଆପଣା ପରାକ୍ରମରେ ସମୁଦ୍ରକୁ ଦୁଇ ଭାଗ କଲ; ତୁମ୍ଭେ ଜଳରେ ନାଗଗଣର ମସ୍ତକ ଭାଙ୍ଗି ପକାଇଲ;
ଗୀତସଂହିତା 74 : 14 (IRVOR)
ତୁମ୍ଭେ ଲିବିୟାଥନର* ଲିବିୟାଥନର ଅର୍ଥାତ୍ ବୃହତ ଏକ ସର୍ପ ମସ୍ତକ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲ, ତୁମ୍ଭେ ମରୁଭୂମିର ପଶୁମାନଙ୍କ † ପଶୁମାନଙ୍କ ନିବାସୀମାନଙ୍କ ଖାଦ୍ୟ ନିମନ୍ତେ ତାହାକୁ ଦେଲ।
ଗୀତସଂହିତା 74 : 15 (IRVOR)
ତୁମ୍ଭେ ନିର୍ଝର ଓ ପ୍ଲାବନକୁ ବିଭକ୍ତ କଲ; ତୁମ୍ଭେ ମହାନଦୀସବୁ ଶୁଷ୍କ କଲ।
ଗୀତସଂହିତା 74 : 16 (IRVOR)
ଦିବସ ତୁମ୍ଭର, ରାତ୍ରି ହିଁ ତୁମ୍ଭର; ତୁମ୍ଭେ ଦୀପ୍ତି ଓ ସୂର୍ଯ୍ୟ ପ୍ରସ୍ତୁତ କରିଅଛ।
ଗୀତସଂହିତା 74 : 17 (IRVOR)
ତୁମ୍ଭେ ପୃଥିବୀର ସମସ୍ତ ସୀମା ସ୍ଥାପନ କରିଅଛ; ତୁମ୍ଭେ ଗ୍ରୀଷ୍ମକାଳ ଓ ଶୀତକାଳ ସୃଷ୍ଟି କରିଅଛ।
ଗୀତସଂହିତା 74 : 18 (IRVOR)
ହେ ସଦାପ୍ରଭୁ, ଶତ୍ରୁ ଧିକ୍କାର କରିଅଛି ଓ ମୂଢ଼ ଗୋଷ୍ଠୀୟମାନେ ତୁମ୍ଭ ନାମର ନିନ୍ଦା କରିଅଛନ୍ତି, ଏହା ସ୍ମରଣ କର।
ଗୀତସଂହିତା 74 : 19 (IRVOR)
ତୁମ୍ଭ ଘୁଘୁର ପ୍ରାଣ ବନ୍ୟ ପଶୁକୁ ସମର୍ପଣ କର ନାହିଁ, ଆପଣା ଦୁଃଖୀ ଲୋକର ପ୍ରାଣ ଚିରକାଳ ବିସ୍ମୃତ ହୁଅ ନାହିଁ।
ଗୀତସଂହିତା 74 : 20 (IRVOR)
ନିୟମ ପ୍ରତି ଦୃଷ୍ଟି ରଖ; କାରଣ ପୃଥିବୀର ଅନ୍ଧକାର ସ୍ଥାନସବୁ ଦୌରାତ୍ମ୍ୟର ବସତିରେ ପରିପୂର୍ଣ୍ଣ।
ଗୀତସଂହିତା 74 : 21 (IRVOR)
ଉପଦ୍ରବଗ୍ରସ୍ତ ଲୋକ ଲଜ୍ଜିତ ହୋଇ ଫେରି ନ ଯାଉ ! ଦରିଦ୍ର ଓ ଦୀନହୀନ ତୁମ୍ଭ ନାମର ପ୍ରଶଂସା କରନ୍ତୁ।
ଗୀତସଂହିତା 74 : 22 (IRVOR)
ହେ ପରମେଶ୍ୱର, ଉଠ, ଆପଣାର ବିବାଦ ନିଷ୍ପନ୍ନ କର; ମୂଢ଼ ଲୋକ କିପରି ସାରାଦିନ ତୁମ୍ଭଙ୍କୁ ଧିକ୍କାର କରୁଅଛି, ସ୍ମରଣ କର।
ଗୀତସଂହିତା 74 : 23 (IRVOR)
ତୁମ୍ଭ ବିପକ୍ଷଗଣର ରବ ବିସ୍ମୃତ ହୁଅ ନାହିଁ; ତୁମ୍ଭ ବିରୁଦ୍ଧରେ ଉତ୍ଥିତ ଲୋକମାନଙ୍କର କଳହ ନିରନ୍ତର ଉଠୁଅଛି।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23