ଗୀତସଂହିତା 75 : 1 (IRVOR)
ପରମେଶ୍ୱର ବିଚାରକର୍ତ୍ତା
ଗୀତସଂହିତା 75 : 2 (IRVOR)
*ପ୍ରଧାନ ବାଦ୍ୟକର ନିମନ୍ତେ ଏକ ଗୀତ; ଅଲ୍‍-ତଶ୍‍ହେତ୍‍ ସ୍ୱରରେ ଆସଫର ଗୀତ। *ହେ ପରମେଶ୍ୱର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ; *ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ; ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରନ୍ତି। *ଆମ୍ଭେ ନିରୂପିତ ସମୟ ପ୍ରାପ୍ତ ହେଲେ ଯଥାର୍ଥ ରୂପେ ବିଚାର କରିବା।
ଗୀତସଂହିତା 75 : 3 (IRVOR)
ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ। *ସେଲା
ଗୀତସଂହିତା 75 : 4 (IRVOR)
ଆମ୍ଭେ ଗର୍ବୀକୁ କହିଲୁ, “ଗର୍ବାଚରଣ କର ନାହିଁ,” ଆମ୍ଭେ ଦୁଷ୍ଟକୁ କହିଲୁ, “ଶୃଙ୍ଗ ଉଠାଅ ନାହିଁ;
ଗୀତସଂହିତା 75 : 5 (IRVOR)
ତୁମ୍ଭମାନଙ୍କ ଶୃଙ୍ଗ ଊର୍ଦ୍ଧ୍ୱକୁ ଉଠାଅ ନାହିଁ; ଶକ୍ତଗ୍ରୀବ ହୋଇ କଥା କୁହ ନାହିଁ।”
ଗୀତସଂହିତା 75 : 6 (IRVOR)
କାରଣ ପୂର୍ବ ଦିଗରୁ, କିମ୍ବା ପଶ୍ଚିମ ଦିଗରୁ, କିଅବା ଦକ୍ଷିଣ ଦିଗରୁ ଉନ୍ନତି ଆସେ ନାହିଁ।
ଗୀତସଂହିତା 75 : 7 (IRVOR)
ମାତ୍ର ପରମେଶ୍ୱର ବିଚାରକର୍ତ୍ତା ଅଟନ୍ତି; ସେ ଏକକୁ ଅବନତ ଓ ଅନ୍ୟକୁ ଉନ୍ନତ କରନ୍ତି।
ଗୀତସଂହିତା 75 : 8 (IRVOR)
ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ।
ଗୀତସଂହିତା 75 : 9 (IRVOR)
ମାତ୍ର ମୁଁ ସଦାକାଳ ପ୍ରଚାର କରିବି, ମୁଁ ଯାକୁବର ପରମେଶ୍ୱରଙ୍କର ପ୍ରଶଂସା ଗାନ କରିବି।
ଗୀତସଂହିତା 75 : 10 (IRVOR)
“ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା। ମାତ୍ର ଧାର୍ମିକମାନଙ୍କ ଶୃଙ୍ଗ ଉଚ୍ଚୀକୃତ ହେବ।”

1 2 3 4 5 6 7 8 9 10