ଗୀତସଂହିତା 76 : 1 (IRVOR)
ବିଜୟୀ ପରମେଶ୍ୱର
ଗୀତସଂହିତା 76 : 2 (IRVOR)
*ପ୍ରଧାନ ବାଦ୍ୟକର ନିମନ୍ତେ ଗୀତ; ତାରଯୁକ୍ତ ବାଦ୍ୟଯନ୍ତ୍ରରେ ଆସଫର ଗୀତ। *ପରମେଶ୍ୱର ଯିହୁଦା ମଧ୍ୟରେ ପରିଚିତ ଅଟନ୍ତି; *ଇସ୍ରାଏଲ ମଧ୍ୟରେ ତାହାଙ୍କ ନାମ ମହତ। *ମଧ୍ୟ ଶାଲେମ୍‍ରେ[* ଶାଲେମ୍‍ରେ ଯିରୂଶାଲେମରେ ] ତାହାଙ୍କର ଆବାସ ଓ ସିୟୋନରେ ତାହାଙ୍କର ବାସସ୍ଥାନ।
ଗୀତସଂହିତା 76 : 3 (IRVOR)
ସେଠାରେ ସେ ଧନୁତୀରସବୁ, ଢାଲ, ଖଡ୍ଗ ଓ ଯୁଦ୍ଧ ଭଙ୍ଗ କଲେ। *ସେଲା
ଗୀତସଂହିତା 76 : 4 (IRVOR)
ମୃଗୟାର ପର୍ବତଗଣଠାରୁ ତୁମ୍ଭେ ତେଜୋମୟ ଓ ମହିମାନ୍ୱିତ।
ଗୀତସଂହିତା 76 : 5 (IRVOR)
ସାହସିକଚିତ୍ତମାନେ ଲୁଟିତ ହୋଇଅଛନ୍ତି, ସେମାନେ ନିଦ୍ରାରେ ନିଦ୍ରିତ ନିଦ୍ରାରେ ନିଦ୍ରିତ ଅର୍ଥାତ୍ ମରିଅଛନ୍ତି ହୋଇଅଛନ୍ତି; ପୁଣି, ବୀରମାନଙ୍କ ମଧ୍ୟରୁ କେହି ଆପଣା ହସ୍ତ ପାଇ ନାହିଁ।
ଗୀତସଂହିତା 76 : 6 (IRVOR)
ହେ ଯାକୁବର ପରମେଶ୍ୱର, ତୁମ୍ଭ ତର୍ଜ୍ଜନରେ ରଥ ଓ ଅଶ୍ୱ ମହାନିଦ୍ରିତ ହୋଇଅଛନ୍ତି।
ଗୀତସଂହିତା 76 : 7 (IRVOR)
ତୁମ୍ଭେ, ତୁମ୍ଭେ ହିଁ ଭୟପାତ୍ର ଓ ତୁମ୍ଭେ ଥରେ କ୍ରୋଧ ହେଲେ କିଏ ତୁମ୍ଭ ସାକ୍ଷାତରେ ଠିଆ ହୋଇ ପାରିବ ?
ଗୀତସଂହିତା 76 : 8 (IRVOR)
ତୁମ୍ଭେ ସ୍ୱର୍ଗରୁ ବିଚାରାଜ୍ଞା ଶୁଣାଇଲ; ପରମେଶ୍ୱର ପୃଥିବୀର ନମ୍ର ଲୋକମାନଙ୍କୁ ପରିତ୍ରାଣ କରିବା ପାଇଁ
ଗୀତସଂହିତା 76 : 9 (IRVOR)
ବିଚାର କରିବାକୁ ଉଠିବା ବେଳେ ପୃଥିବୀ ଭୀତ ଓ ନୀରବ ହେଲା। *ସେଲା
ଗୀତସଂହିତା 76 : 10 (IRVOR)
ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।
ଗୀତସଂହିତା 76 : 11 (IRVOR)
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ମାନତ କରି ପୂର୍ଣ୍ଣ କର; ଯେ ଭୟପାତ୍ର, ତାହାଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତେ ତାହାଙ୍କ ନିକଟକୁ ଦର୍ଶନୀ ଆଣନ୍ତୁ।
ଗୀତସଂହିତା 76 : 12 (IRVOR)
ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି।

1 2 3 4 5 6 7 8 9 10 11 12