ଗୀତସଂହିତା 77 : 1 (IRVOR)
ଦୁର୍ଦ୍ଦଶା ସମୟରେ ଆଶ୍ୱାସନା
ଗୀତସଂହିତା 77 : 2 (IRVOR)
*ପ୍ରଧାନ ବାଦ୍ୟକର ନିମନ୍ତେ ଯିଦୂଥୂନର ରୀତି ଅନୁସାରେ ଆସଫର ଗୀତ। *ମୁଁ ପରମେଶ୍ୱରଙ୍କ ନିକଟରେ ସ୍ୱରବରେ କାକୂକ୍ତି କରିବି; *ପରମେଶ୍ୱରଙ୍କ ନିକଟରେ ହିଁ ସ୍ୱରବରେ କାକୂକ୍ତି କରିବି, ତହିଁରେ ସେ ମୋ’ ପ୍ରତି କର୍ଣ୍ଣପାତ କରିବେ। *ମୁଁ ଆପଣା ସଙ୍କଟ ଦିନରେ ପ୍ରଭୁଙ୍କୁ ଅନ୍ୱେଷଣ କଲି; ରାତ୍ରିକାଳରେ ମୋହର ହସ୍ତ ବିସ୍ତାରିତ ରହିଲା ଓ ସଙ୍କୁଚିତ ନୋହିଲା; ମୋହର ପ୍ରାଣ ପ୍ରବୋଧ ମାନିବାକୁ ଅସମ୍ମତ ହେଲା।
ଗୀତସଂହିତା 77 : 3 (IRVOR)
ମୁଁ ପରମେଶ୍ୱରଙ୍କୁ ସ୍ମରଣ କରି ଅସ୍ଥିର ହେଉଅଛି; ଭାବନା କରି କରି ମୋହର ଆତ୍ମା ମୂର୍ଚ୍ଛିତ ହୁଏ। *ସେଲା
ଗୀତସଂହିତା 77 : 4 (IRVOR)
ତୁମ୍ଭେ ମୋ’ ଚକ୍ଷୁକୁ ଉଜାଗର କରି ରଖୁଅଛ; ମୁଁ ଏପରି ବ୍ୟାକୁଳ ଯେ, କଥା କହି ପାରୁ ନାହିଁ।
ଗୀତସଂହିତା 77 : 5 (IRVOR)
ମୁଁ ପୂର୍ବକାଳର ଦିନସବୁ, ପୁରାତନ କାଳର ବର୍ଷସବୁ ଭାବନା କରିଅଛି।
ଗୀତସଂହିତା 77 : 6 (IRVOR)
ମୁଁ ଆପଣା ରାତ୍ରିକାଳୀନ ଗୀତ ସ୍ମରଣ କରୁଅଛି; ମୁଁ ଆପଣା ମନେ ମନେ ଧ୍ୟାନ କରୁଅଛି; ପୁଣି, ମୋହର ଆତ୍ମା ଯତ୍ନରେ ଅନୁସନ୍ଧାନ କଲା।
ଗୀତସଂହିତା 77 : 7 (IRVOR)
ପ୍ରଭୁ କ’ଣ ସଦାକାଳ ପରିତ୍ୟାଗ କରିବେ ? ସେ କ’ଣ ଆଉ ସୁପ୍ରସନ୍ନ ହେବେ ନାହିଁ ?
ଗୀତସଂହିତା 77 : 8 (IRVOR)
ତାହାଙ୍କ ଦୟା କ’ଣ ଚିରକାଳ ଲୁପ୍ତ ହେଲା ? ତାହାଙ୍କ ପ୍ରତିଜ୍ଞା କ’ଣ ଚିରକାଳ ବିଫଳ ହୁଏ ?
ଗୀତସଂହିତା 77 : 9 (IRVOR)
ପରମେଶ୍ୱର କ’ଣ କୃପାମୟ ହେବାକୁ ପାସୋରି ଅଛନ୍ତି ? ସେ କ’ଣ କ୍ରୋଧରେ ଆପଣା କରୁଣା ରୁଦ୍ଧ କରିଅଛନ୍ତି ? *ସେଲା
ଗୀତସଂହିତା 77 : 10 (IRVOR)
ତହୁଁ ମୁଁ କହିଲି, “ଏହା ହିଁ ମୋହର ଦୁର୍ବଳତା; ମାତ୍ର ମୁଁ ସର୍ବୋପରିସ୍ଥଙ୍କ ଦକ୍ଷିଣ ହସ୍ତର ବର୍ଷସକଳ ସ୍ମରଣ କରିବି।”
ଗୀତସଂହିତା 77 : 11 (IRVOR)
ମୁଁ ସଦାପ୍ରଭୁଙ୍କ କର୍ମସବୁ ଉଲ୍ଲେଖ କରିବି; ମୁଁ ପୂର୍ବକାଳର ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାସବୁ ସ୍ମରଣ କରିବି।
ଗୀତସଂହିତା 77 : 12 (IRVOR)
ମୁଁ ତୁମ୍ଭର ସମସ୍ତ କର୍ମ ଚିନ୍ତା କରିବି ଓ ତୁମ୍ଭର କ୍ରିୟାସକଳ ଧ୍ୟାନ କରିବି।
ଗୀତସଂହିତା 77 : 13 (IRVOR)
ହେ ପରମେଶ୍ୱର, ତୁମ୍ଭର ପଥ ପବିତ୍ର ଅଟେ;* ତୁମ୍ଭର ପଥ ପବିତ୍ର ଅଟେ; ଅର୍ଥାତ୍ ପବିତ୍ରତାରେ ତୁମ୍ଭର ପଥ ଥାଏ; ପରମେଶ୍ୱରଙ୍କ ତୁଲ୍ୟ ମହାନ ପରମେଶ୍ୱର କିଏ ?
ଗୀତସଂହିତା 77 : 14 (IRVOR)
ତୁମ୍ଭେ ଆଶ୍ଚର୍ଯ୍ୟ-କର୍ମକର୍ତ୍ତା ପରମେଶ୍ୱର; ତୁମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରେ ଆପଣା ପରାକ୍ରମ ଜ୍ଞାତ କରିଅଛ।
ଗୀତସଂହିତା 77 : 15 (IRVOR)
ତୁମ୍ଭେ ନିଜ ବାହୁରେ ଆପଣା ଲୋକଙ୍କୁ, ଯାକୁବ ଓ ଯୋଷେଫର ସନ୍ତାନଗଣକୁ ମୁକ୍ତ କରିଅଛ।
ଗୀତସଂହିତା 77 : 16 (IRVOR)
ହେ ପରମେଶ୍ୱର, ସମୁଦ୍ର ତୁମ୍ଭଙ୍କୁ ଦେଖିଲା, ସମୁଦ୍ର ତୁମ୍ଭଙ୍କୁ ଦେଖି ଭୀତ ହେଲା; ମଧ୍ୟ ବାରିଧି କମ୍ପିତ ହେଲା।
ଗୀତସଂହିତା 77 : 17 (IRVOR)
ମେଘମାଳ ଜଳବୃଷ୍ଟି କଲେ, ଆକାଶ ଗର୍ଜ୍ଜନ କଲା; ମଧ୍ୟ ତୁମ୍ଭର ତୀରସବୁ ବ୍ୟାପ୍ତ ହେଲା।
ଗୀତସଂହିତା 77 : 18 (IRVOR)
ଘୂର୍ଣ୍ଣିବାୟୁରେ ତୁମ୍ଭର ବଜ୍ରଧ୍ୱନି ହେଲା; ବିଜୁଳି ଜଗତକୁ ଆଲୁଅମୟ କଲା; ପୃଥିବୀ କମ୍ପିତ ଓ ଥରହର ହେଲା।
ଗୀତସଂହିତା 77 : 19 (IRVOR)
ସମୁଦ୍ରରେ ତୁମ୍ଭର ପଥ ଓ ମହାଜଳରାଶିରେ ତୁମ୍ଭର ମାର୍ଗ ଥିଲା, ପୁଣି, ତୁମ୍ଭର ପଦଚିହ୍ନ ଜଣା ନୋହିଲା।
ଗୀତସଂହିତା 77 : 20 (IRVOR)
ତୁମ୍ଭେ ମୋଶା ଓ ହାରୋଣର ହସ୍ତ ଦ୍ୱାରା ଆପଣା ଲୋକମାନଙ୍କୁ ମେଷପଲ ପରି ଚଳାଇଲ।

1 2 3 4 5 6 7 8 9 10 11 12 13 14 15 16 17 18 19 20