ଗୀତସଂହିତା 78 : 1 (IRVOR)
{ପରମେଶ୍ୱର ଓ ତାହାଙ୍କ ଲୋକମାନେ} [PS] ହେ ମୋହର ଲୋକମାନେ, ମୋହର ବ୍ୟବସ୍ଥା ଶୁଣ; [QBR] ମୋ’ ମୁଖର ବାକ୍ୟରେ କର୍ଣ୍ଣପାତ କର। [QBR]
ଗୀତସଂହିତା 78 : 2 (IRVOR)
ମୁଁ ଦୃଷ୍ଟାନ୍ତ-କଥାରେ ଆପଣା ମୁଖ ଫିଟାଇବି; [QBR] ମୁଁ ପୂର୍ବକାଳର ଗୂଢ଼ ବାକ୍ୟସବୁ ପ୍ରକାଶ କରିବି; [QBR]
ଗୀତସଂହିତା 78 : 3 (IRVOR)
ଆମ୍ଭେମାନେ ତାହାସବୁ ଶୁଣି ଜାଣିଅଛୁ ଓ [QBR] ଆମ୍ଭମାନଙ୍କ ପିତୃଗଣ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି। [QBR]
ଗୀତସଂହିତା 78 : 4 (IRVOR)
ଆମ୍ଭେମାନେ ତାହାସବୁ ସେମାନଙ୍କ ସନ୍ତାନଗଣଠାରୁ ଗୁପ୍ତ ରଖିବା ନାହିଁ, [QBR] ଆସନ୍ତା ପିଢ଼ି ନିକଟରେ ସଦାପ୍ରଭୁଙ୍କର ପ୍ରଶଂସା ଓ [QBR] ତାହାଙ୍କର ପରାକ୍ରମ ଓ ତାହାଙ୍କ କୃତ ଆଶ୍ଚର୍ଯ୍ୟ କର୍ମସକଳ ବର୍ଣ୍ଣନା କରିବା। [QBR]
ଗୀତସଂହିତା 78 : 5 (IRVOR)
କାରଣ ସେ ଯାକୁବ ମଧ୍ୟରେ ଏକ ସାକ୍ଷ୍ୟ ସ୍ଥାପନ କଲେ [QBR] ଓ ଇସ୍ରାଏଲର ମଧ୍ୟରେ ଏକ ବ୍ୟବସ୍ଥା ନିରୂପଣ କଲେ, [QBR] ଆପଣା ସନ୍ତାନଗଣକୁ ତାହା ଜଣାଇବା ନିମନ୍ତେ [QBR] ଆମ୍ଭମାନଙ୍କ ପିତୃଗଣକୁ ଆଜ୍ଞା କଲେ; [QBR]
ଗୀତସଂହିତା 78 : 6 (IRVOR)
ଯେପରି ଆସନ୍ତା ପୁରୁଷ, ଅର୍ଥାତ୍‍, ଯେଉଁ ସନ୍ତାନଗଣ ଜାତ ହେବେ, [QBR] ସେମାନେ ଜାଣିବେ ଓ ଉଠି ଆପଣା ଆପଣା ସନ୍ତାନଗଣକୁ ତାହା ଜଣାଇବେ; [QBR]
ଗୀତସଂହିତା 78 : 7 (IRVOR)
ତହିଁରେ ସେମାନେ ଯେପରି ପରମେଶ୍ୱରଙ୍କଠାରେ ଭରସା ରଖି ପାରିବେ [QBR] ଓ ପରମେଶ୍ୱରଙ୍କ କ୍ରିୟାସକଳ ପାସୋରି ନ ଯିବେ, [QBR] ମାତ୍ର ତାହାଙ୍କ ଆଜ୍ଞାସବୁ ପାଳନ କରିବେ; [QBR]
ଗୀତସଂହିତା 78 : 8 (IRVOR)
ପୁଣି, ଆପଣା ପିତୃଗଣ ତୁଲ୍ୟ [QBR] ଅବାଧ୍ୟ ଓ ବିଦ୍ରୋହୀ ବଂଶ ହେବେ ନାହିଁ; [QBR] ସେହି ବଂଶ ଆପଣା ଆପଣା ଅନ୍ତଃକରଣ ଯଥାର୍ଥ ରୂପେ ସୁସ୍ଥିର କଲେ ନାହିଁ; [QBR] ଓ ସେମାନଙ୍କ ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା। [QBR]
ଗୀତସଂହିତା 78 : 9 (IRVOR)
ଇଫ୍ରୟିମର ସନ୍ତାନଗଣ ସସଜ୍ଜ ଓ ଧନୁର୍ଦ୍ଧର ହୋଇ [QBR] ସଂଗ୍ରାମ ଦିନରେ ହଟିଗଲେ। [QBR]
ଗୀତସଂହିତା 78 : 10 (IRVOR)
ସେମାନେ ପରମେଶ୍ୱରଙ୍କ ନିୟମ ପାଳନ କଲେ ନାହିଁ [QBR] ଓ ତାହାଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଅସ୍ୱୀକାର କଲେ; [QBR]
ଗୀତସଂହିତା 78 : 11 (IRVOR)
ସେମାନେ ତାହାଙ୍କ କାର୍ଯ୍ୟସକଳ, [QBR] ସେମାନଙ୍କ ପ୍ରତି ପ୍ରକାଶିତ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାସକଳ ଭୁଲି ଗଲେ। [QBR]
ଗୀତସଂହିତା 78 : 12 (IRVOR)
ସେ ସେମାନଙ୍କ ପିତୃଗଣ ସାକ୍ଷାତରେ [QBR] ମିସର ଦେଶରେ, ସୋୟନ-ପଦାରେ ନାନା ଆଶ୍ଚର୍ଯ୍ୟ କର୍ମ କଲେ। [QBR]
ଗୀତସଂହିତା 78 : 13 (IRVOR)
ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; [QBR] ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ। [QBR]
ଗୀତସଂହିତା 78 : 14 (IRVOR)
ଦିବସରେ ସେ ମେଘ ଦ୍ୱାରା ଓ [QBR] ରାତ୍ରିରେ ଅଗ୍ନିତେଜ ଦ୍ୱାରା ସେମାନଙ୍କୁ ପଥ କଢ଼ାଇ ନେଲେ। [QBR]
ଗୀତସଂହିତା 78 : 15 (IRVOR)
ପ୍ରାନ୍ତରରେ ସେ ଶୈଳମାନଙ୍କୁ ବିଦୀର୍ଣ୍ଣ କଲେ, [QBR] ପୁଣି, ଯେପରି ଅଗାଧସ୍ଥଳରୁ, ସେପରି ସେମାନଙ୍କୁ ପ୍ରଚୁର ଜଳ ପାନ କରାଇଲେ। [QBR]
ଗୀତସଂହିତା 78 : 16 (IRVOR)
ସେ ଶୈଳରୁ ସ୍ରୋତ ବାହାର କଲେ [QBR] ଓ ନଦୀ ତୁଲ୍ୟ ଜଳ ବହାଇଲେ। [QBR]
ଗୀତସଂହିତା 78 : 17 (IRVOR)
ତଥାପି ସେମାନେ ତାହାଙ୍କ ବିରୁଦ୍ଧରେ ପାପ କରିବାକୁ [QBR] ଓ ମରୁଭୂମିରେ ସର୍ବୋପରିସ୍ଥଙ୍କ ପ୍ରତିକୂଳରେ ବିଦ୍ରୋହାଚରଣ କରିବାକୁ ନିରସ୍ତ ନୋହିଲେ। [QBR]
ଗୀତସଂହିତା 78 : 18 (IRVOR)
ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ [QBR] ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ୱରଙ୍କର ପରୀକ୍ଷା କଲେ। [QBR]
ଗୀତସଂହିତା 78 : 19 (IRVOR)
ହଁ, ସେମାନେ ପରମେଶ୍ୱରଙ୍କ ପ୍ରତିକୂଳରେ କଥା କହିଲେ; [QBR] ସେମାନେ କହିଲେ, “ପରମେଶ୍ୱର କି ପ୍ରାନ୍ତରରେ ମେଜ ସଜାଇ ପାରିବେ ? [QBR]
ଗୀତସଂହିତା 78 : 20 (IRVOR)
ଦେଖ, ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା [QBR] ଓ ସ୍ରୋତ ପ୍ରବାହିତ ହେଲା; [QBR] ସେ କି ଅନ୍ନ ମଧ୍ୟ ଦେଇ ପାରନ୍ତି ? [QBR] ସେ କି ଆପଣା ଲୋକମାନଙ୍କ ନିମନ୍ତେ ମାଂସ ଯୋଗାଇବେ ?” [QBR]
ଗୀତସଂହିତା 78 : 21 (IRVOR)
ଏହେତୁ ସଦାପ୍ରଭୁ ଶୁଣି କୋପାନ୍ୱିତ ହେଲେ [QBR] ଓ ଯାକୁବ ବିରୁଦ୍ଧରେ ଅଗ୍ନି ପ୍ରଜ୍ୱଳିତ ହେଲା ଓ [QBR] ଇସ୍ରାଏଲ ବିରୁଦ୍ଧରେ ମଧ୍ୟ କ୍ରୋଧ ଉଠିଲା; [QBR]
ଗୀତସଂହିତା 78 : 22 (IRVOR)
କାରଣ ସେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ [QBR] ଓ ତାହାଙ୍କ ପରିତ୍ରାଣରେ ନିର୍ଭର ରଖିଲେ ନାହିଁ। [QBR]
ଗୀତସଂହିତା 78 : 23 (IRVOR)
ତଥାପି ସେ ଉପରିସ୍ଥ ମେଘମାଳକୁ ଆଜ୍ଞା କଲେ [QBR] ଓ ଆକାଶର ଦ୍ୱାର ମୁକ୍ତ କଲେ। [QBR]
ଗୀତସଂହିତା 78 : 24 (IRVOR)
ଆଉ, ସେ ଭୋଜନାର୍ଥେ ସେମାନଙ୍କ ଉପରେ ମାନ୍ନା ବର୍ଷାଇଲେ [QBR] ଓ ସେମାନଙ୍କୁ ସ୍ୱର୍ଗର ଶସ୍ୟ ପ୍ରଦାନ କଲେ। [QBR]
ଗୀତସଂହିତା 78 : 25 (IRVOR)
ପରାକ୍ରମୀଗଣର ଆହାର ମନୁଷ୍ୟ ଭୋଜନ କଲା; [QBR] ସେ ସେମାନଙ୍କ ତୃପ୍ତି ପର୍ଯ୍ୟନ୍ତ ଭକ୍ଷ୍ୟ ପଠାଇଲେ। [QBR]
ଗୀତସଂହିତା 78 : 26 (IRVOR)
ସେ ଆକାଶରେ ପୂର୍ବୀୟ ବାୟୁ ବହାଇଲେ ଓ [QBR] ନିଜ ପରାକ୍ରମ ଦ୍ୱାରା ଦକ୍ଷିଣ ବାୟୁ ଚଳାଇଲେ। [QBR]
ଗୀତସଂହିତା 78 : 27 (IRVOR)
ମଧ୍ୟ ସେ ଧୂଳି ପରି ସେମାନଙ୍କ ଉପରେ ମାଂସ ବର୍ଷାଇଲେ, [QBR] ପୁଣି, ସମୁଦ୍ରର ବାଲି ପରି ପକ୍ଷୀମାନଙ୍କୁ ବର୍ଷାଇଲେ; [QBR]
ଗୀତସଂହିତା 78 : 28 (IRVOR)
ସେ ସେମାନଙ୍କ ଛାଉଣି ମଧ୍ୟରେ, [QBR] ସେମାନଙ୍କ ଆବାସର ଚତୁର୍ଦ୍ଦିଗରେ ତାହା ବର୍ଷାଇଲେ। [QBR]
ଗୀତସଂହିତା 78 : 29 (IRVOR)
ତହିଁରେ ସେମାନେ ଭୋଜନ କରି ପରିତୃପ୍ତ ହେଲେ [QBR] ଓ ସେ ସେମାନଙ୍କ ଅଭିଳାଷିତ ବିଷୟ ସେମାନଙ୍କୁ ପ୍ରଦାନ କଲେ। [QBR]
ଗୀତସଂହିତା 78 : 30 (IRVOR)
ଅଭିଳାଷିତ ବିଷୟରୁ ସେମାନଙ୍କ ସ୍ନେହ ଭଙ୍ଗ ନୋହୁଣୁ, [QBR] ଖାଦ୍ୟ ସେମାନଙ୍କ ମୁଖରେ ଥାଉ ଥାଉ [QBR]
ଗୀତସଂହିତା 78 : 31 (IRVOR)
ପରମେଶ୍ୱରଙ୍କ କ୍ରୋଧ ସେମାନଙ୍କ ପ୍ରତିକୂଳରେ ଉଠିଲା [QBR] ଓ ସେମାନଙ୍କ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରୁ ବଧ କଲା, [QBR] ପୁଣି, ଇସ୍ରାଏଲର ଯୁବାଗଣକୁ ସଂହାର କଲା। [QBR]
ଗୀତସଂହିତା 78 : 32 (IRVOR)
ଏସବୁ ହେଲେ ହେଁ ସେମାନେ ପୁନର୍ବାର ପାପ କଲେ [QBR] ଓ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାରେ ବିଶ୍ୱାସ କଲେ ନାହିଁ। [QBR]
ଗୀତସଂହିତା 78 : 33 (IRVOR)
ଏହେତୁ ସେ ଅସାରତାରେ ସେମାନଙ୍କ ଦିନ [QBR] ଓ ଆତଙ୍କରେ ସେମାନଙ୍କ ବର୍ଷସବୁ କ୍ଷେପଣ କରାଇଲେ, [QBR]
ଗୀତସଂହିତା 78 : 34 (IRVOR)
ସେ ସେମାନଙ୍କୁ ବଧ କଲା ବେଳେ, ସେମାନେ ତାହାଙ୍କୁ ଖୋଜିଲେ; [QBR] ଆଉ, ଫେରି ଶୀଘ୍ର ପରମେଶ୍ୱରଙ୍କ ଅନ୍ୱେଷଣ କଲେ। [QBR]
ଗୀତସଂହିତା 78 : 35 (IRVOR)
ପରମେଶ୍ୱର ଯେ ସେମାନଙ୍କର ଶୈଳ [QBR] ଓ ସର୍ବୋପରିସ୍ଥ ପରମେଶ୍ୱର ଯେ ସେମାନଙ୍କର ମୁକ୍ତିକର୍ତ୍ତା, ଏହା ସ୍ମରଣ କଲେ। [QBR]
ଗୀତସଂହିତା 78 : 36 (IRVOR)
ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ [QBR] ଓ ଜିହ୍ୱାରେ ତାହାଙ୍କ ନିକଟରେ ମିଥ୍ୟା କହିଲେ। [QBR]
ଗୀତସଂହିତା 78 : 37 (IRVOR)
କାରଣ ସେମାନଙ୍କ ଅନ୍ତଃକରଣ ତାହାଙ୍କ ପ୍ରତି ସ୍ଥିର ନ ଥିଲା, [QBR] କିଅବା ସେମାନେ ତାହାଙ୍କ ନିୟମରେ ବିଶ୍ୱସ୍ତ ନ ଥିଲେ। [QBR]
ଗୀତସଂହିତା 78 : 38 (IRVOR)
ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ [QBR] କ୍ଷମା କରି ସେମାନଙ୍କୁ ଧ୍ୱଂସ କଲେ ନାହିଁ; [QBR] ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ବରଣ କରି [QBR] ଆପଣା କୋପ ଉତ୍ତେଜ କଲେ ନାହିଁ। [QBR]
ଗୀତସଂହିତା 78 : 39 (IRVOR)
ଆଉ, ସେମାନେ ଯେ ମାଂସମାତ୍ର ଓ [QBR] ବହିଯାଇ ଫେରି ନ ଆସିବା ବାୟୁ ସ୍ୱରୂପ, ଏହା ସେ ସ୍ମରଣ କଲେ। [QBR]
ଗୀତସଂହିତା 78 : 40 (IRVOR)
ସେମାନେ ପ୍ରାନ୍ତର ମଧ୍ୟରେ କେତେ ଥର ତାହାଙ୍କର ବିଦ୍ରୋହୀ ହେଲେ [QBR] ଓ ମରୁଭୂମିରେ ତାହାଙ୍କୁ ଅସନ୍ତୁଷ୍ଟ କଲେ। [QBR]
ଗୀତସଂହିତା 78 : 41 (IRVOR)
ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ୱରଙ୍କୁ ପରୀକ୍ଷା କଲେ [QBR] ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ବିରକ୍ତ କଲେ। [QBR]
ଗୀତସଂହିତା 78 : 42 (IRVOR)
ସେମାନେ ତାହାଙ୍କର ହସ୍ତ ଓ [QBR] ଯେଉଁ ଦିନ ସେ ବିପକ୍ଷଠାରୁ ସେମାନଙ୍କୁ ମୁକ୍ତ କଲେ, ସେହି ଦିନ [QBR]
ଗୀତସଂହିତା 78 : 43 (IRVOR)
ଆଉ, ସେ କିରୂପେ ମିସରରେ ଆପଣା ଚିହ୍ନ ଓ [QBR] ସୋୟନ-ପଦାରେ ଆପଣାର ଅଦ୍ଭୁତ ଲକ୍ଷଣ ସ୍ଥାପନ କଲେ; [QBR]
ଗୀତସଂହିତା 78 : 44 (IRVOR)
ପୁଣି, ସେମାନଙ୍କର ନଦୀ ଓ ସ୍ରୋତସବୁ ରକ୍ତମୟ କରିବାରୁ [QBR] ସେମାନେ ପାନ କରି ପାରିଲେ ନାହିଁ, ଏହାସବୁ ସ୍ମରଣ କଲେ ନାହିଁ। [QBR]
ଗୀତସଂହିତା 78 : 45 (IRVOR)
ସେ ସେମାନଙ୍କ ମଧ୍ୟକୁ ଦଂଶକ ଝିଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ [QBR] ଓ ବେଙ୍ଗ ପଠାଇଲେ, ସେସବୁ ସେମାନଙ୍କୁ ବିନାଶ କଲେ। [QBR]
ଗୀତସଂହିତା 78 : 46 (IRVOR)
ମଧ୍ୟ ସେ କୀଟକୁ ସେମାନଙ୍କ ଭୂମିର ଫଳ ଓ [QBR] ପଙ୍ଗପାଳକୁ ସେମାନଙ୍କ ପରିଶ୍ରମର ଫଳ ଦେଲେ। [QBR]
ଗୀତସଂହିତା 78 : 47 (IRVOR)
ସେ ଶିଳା ଦ୍ୱାରା ସେମାନଙ୍କ ଦ୍ରାକ୍ଷାଲତା ଓ [QBR] ହିମ ଦ୍ୱାରା ସେମାନଙ୍କ ଡିମ୍ବିରି ବୃକ୍ଷ ନଷ୍ଟ କଲେ। [QBR]
ଗୀତସଂହିତା 78 : 48 (IRVOR)
ଆହୁରି, ସେ ସେମାନଙ୍କ ପଶୁଗଣକୁ ଶିଳାରେ ଓ [QBR] ସେମାନଙ୍କ ପଲସବୁକୁ ପ୍ରଜ୍ୱଳିତ ବଜ୍ରାଘାତରେ ସମର୍ପଣ କଲେ। [QBR]
ଗୀତସଂହିତା 78 : 49 (IRVOR)
ସେ ଆପଣା କ୍ରୋଧର ପ୍ରଚଣ୍ଡତା, କୋପ ଓ ରୋଷ [QBR] ଓ ସଙ୍କଟରୂପ ଅନିଷ୍ଟର ଦୂତଦଳ ସେମାନଙ୍କ ବିରୁଦ୍ଧରେ ପଠାଇଲେ। [QBR]
ଗୀତସଂହିତା 78 : 50 (IRVOR)
ସେ ନିଜ କ୍ରୋଧ ପାଇଁ ପଥ ପ୍ରସ୍ତୁତ କଲେ, [QBR] ସେ ମୃତ୍ୟୁୁରୁ ସେମାନଙ୍କ ପ୍ରାଣ ରକ୍ଷା କଲେ ନାହିଁ, ମାତ୍ର [QBR] ମହାମାରୀରେ ସେମାନଙ୍କ ଜୀବନ ସମର୍ପଣ କଲେ; [QBR]
ଗୀତସଂହିତା 78 : 51 (IRVOR)
ସେ ମିସରରେ ପ୍ରଥମଜାତ ସମସ୍ତଙ୍କୁ, [QBR] ହାମ୍‍ର ତମ୍ବୁରେ ସେମାନଙ୍କ ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ; [QBR]
ଗୀତସଂହିତା 78 : 52 (IRVOR)
ମାତ୍ର ସେ ଆପଣା ଲୋକମାନଙ୍କୁ ମେଷଗଣ ତୁଲ୍ୟ ଚଳାଇଲେ [QBR] ଓ ପ୍ରାନ୍ତରରେ ସେମାନଙ୍କୁ ପଲ ପରି କଢ଼ାଇ ନେଲେ। [QBR]
ଗୀତସଂହିତା 78 : 53 (IRVOR)
ପୁଣି, ସେ ସେମାନଙ୍କୁ ନିରାପଦରେ ଚଳାଇଲେ, [QBR] ତେଣୁ ସେମାନେ ଉଦ୍‍ବିଗ୍ନ ନୋହିଲେ, [QBR] ମାତ୍ର ସମୁଦ୍ର ସେମାନଙ୍କ ଶତ୍ରୁଗଣକୁ ମଗ୍ନ କଲା। [QBR]
ଗୀତସଂହିତା 78 : 54 (IRVOR)
ଆଉ, ସେ ସେମାନଙ୍କୁ ଆପଣା ପବିତ୍ର ସୀମାକୁ [QBR] ଓ ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଲବ୍ଧ ଏହି ପର୍ବତକୁ ଆଣିଲେ। [QBR]
ଗୀତସଂହିତା 78 : 55 (IRVOR)
ଆହୁରି, ସେ ସେମାନଙ୍କ ଆଗରୁ ଗୋଷ୍ଠୀୟବର୍ଗଙ୍କୁ ତଡ଼ି ଦେଲେ [QBR] ଓ ଅଧିକାରାର୍ଥେ ପରିମାପକ ରଜ୍ଜୁ ଦ୍ୱାରା ସେମାନଙ୍କୁ ବିଭାଗ କରି ଦେଲେ [QBR] ଓ ଇସ୍ରାଏଲ ଗୋଷ୍ଠୀବର୍ଗକୁ ସେମାନଙ୍କ ତମ୍ବୁରେ ବାସ କରାଇଲେ। [QBR]
ଗୀତସଂହିତା 78 : 56 (IRVOR)
ତଥାପି ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କୁ ପରୀକ୍ଷା କରି ତାହାଙ୍କର ବିଦ୍ରୋହୀ ହେଲେ [QBR] ଓ ତାହାଙ୍କର ପ୍ରମାଣ-ବାକ୍ୟସବୁ ପାଳନ କଲେ ନାହିଁ; [QBR]
ଗୀତସଂହିତା 78 : 57 (IRVOR)
ମାତ୍ର ବିମୁଖ ହୋଇ ଆପଣା ପୂର୍ବପୁରୁଷଗଣ ତୁଲ୍ୟ ବିଶ୍ୱାସଘାତକତା କଲେ; [QBR] ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ ଲକ୍ଷ୍ୟ ହୁଡ଼ିଲେ। [QBR]
ଗୀତସଂହିତା 78 : 58 (IRVOR)
କାରଣ ସେମାନେ ଆପଣାମାନଙ୍କ ଉଚ୍ଚସ୍ଥଳୀ ଦ୍ୱାରା ତାହାଙ୍କୁ ବିରକ୍ତ କଲେ। [QBR] ଓ ଆପଣାମାନଙ୍କ ଖୋଦିତ ପ୍ରତିମା ଦ୍ୱାରା ତାହାଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇଲେ। [QBR]
ଗୀତସଂହିତା 78 : 59 (IRVOR)
ପରମେଶ୍ୱର ଏହା ଶୁଣି କୋପାନ୍ୱିତ ହେଲେ ଓ [QBR] ଇସ୍ରାଏଲକୁ ଅତିଶୟ ଘୃଣା କଲେ; [QBR]
ଗୀତସଂହିତା 78 : 60 (IRVOR)
ଏପରିକି, ସେ ଶୀଲୋସ୍ଥିତ ଆବାସ ଓ [QBR] ମନୁଷ୍ୟମାନଙ୍କ ମଧ୍ୟରେ ଆପଣାର ସ୍ଥାପିତ ତମ୍ବୁ ପରିତ୍ୟାଗ କଲେ। [QBR]
ଗୀତସଂହିତା 78 : 61 (IRVOR)
ପୁଣି, ସେ ବନ୍ଦୀତ୍ୱରେ ଆପଣା ପରାକ୍ରମ ଓ [QBR] ବିପକ୍ଷ ହସ୍ତରେ ଆପଣା ଗୌରବ ସମର୍ପଣ କଲେ। [QBR]
ଗୀତସଂହିତା 78 : 62 (IRVOR)
ସେ ଆପଣା ଲୋକମାନଙ୍କୁ ମଧ୍ୟ ଖଡ୍ଗରେ ସମର୍ପି ଦେଲେ [QBR] ଓ ଆପଣା ଅଧିକାର ପ୍ରତି କ୍ରୋଧ ହେଲେ। [QBR]
ଗୀତସଂହିତା 78 : 63 (IRVOR)
ଅଗ୍ନି ସେମାନଙ୍କ ଯୁବାଗଣକୁ ଗ୍ରାସ କଲା [QBR] ଓ ସେମାନଙ୍କ କନ୍ୟାଗଣର ବିବାହ-ଗୀତ [* ବିବାହ-ଗୀତ ଅର୍ଥାତ୍ ବିବାହ] ହେଲା ନାହିଁ। [QBR]
ଗୀତସଂହିତା 78 : 64 (IRVOR)
ସେମାନଙ୍କ ଯାଜକଗଣ ଖଡ୍ଗରେ ପତିତ ହେଲେ [QBR] ଓ ସେମାନଙ୍କ ବିଧବାଗଣ କିଛି ବିଳାପ କଲେ ନାହିଁ। [QBR]
ଗୀତସଂହିତା 78 : 65 (IRVOR)
ସେତେବେଳେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକ ପରି, [QBR] ମଦିରା ହେତୁ ହର୍ଷନାଦକାରୀ ବୀର ପରି ଉଠିଲେ। [QBR]
ଗୀତସଂହିତା 78 : 66 (IRVOR)
ଆଉ, ସେ ଆପଣା ବିପକ୍ଷଗଣକୁ ପ୍ରହାର କରି ହଟାଇ ଦେଲେ; [QBR] ସେ ସେମାନଙ୍କୁ ଚିରକାଳ ନିନ୍ଦାପାତ୍ର କଲେ। [QBR]
ଗୀତସଂହିତା 78 : 67 (IRVOR)
ଆହୁରି, ସେ ଯୋଷେଫର ବଂଶକୁ [† ବଂଶକୁ ତମ୍ବୁକୁ] ଅଗ୍ରାହ୍ୟ କଲେ ଓ [QBR] ଇଫ୍ରୟିମ ଗୋଷ୍ଠୀକୁ ମନୋନୀତ କଲେ ନାହିଁ। [QBR]
ଗୀତସଂହିତା 78 : 68 (IRVOR)
ମାତ୍ର ଯିହୁଦା ଗୋଷ୍ଠୀକୁ, [QBR] ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ। [QBR]
ଗୀତସଂହିତା 78 : 69 (IRVOR)
ଆଉ, ସେ ଉଚ୍ଚ ଗଗନ ତୁଲ୍ୟ ଓ [QBR] ଅନନ୍ତକାଳ ନିମନ୍ତେ ଆପଣା ସ୍ଥାପିତ ପୃଥିବୀ ତୁଲ୍ୟ ଆପଣା ଧର୍ମଧାମ ନିର୍ମାଣ କଲେ। [QBR]
ଗୀତସଂହିତା 78 : 70 (IRVOR)
ଆହୁରି, ସେ ଆପଣା ଦାସ ଦାଉଦଙ୍କୁ ମନୋନୀତ କଲେ [QBR] ଓ ମେଷଖୁଆଡ଼ରୁ ତାଙ୍କୁ ଗ୍ରହଣ କଲେ। [QBR]
ଗୀତସଂହିତା 78 : 71 (IRVOR)
ସେ ଆପଣା ଲୋକ ଯାକୁବକୁ ଓ [QBR] ଆପଣା ଅଧିକାର ଇସ୍ରାଏଲକୁ ପ୍ରତିପାଳନ କରିବା ନିମନ୍ତେ ସ୍ତନ୍ୟଦାୟିନୀ ମେଷୀଗଣ ପଛରୁ ତାଙ୍କୁ ଆଣିଲେ। [QBR]
ଗୀତସଂହିତା 78 : 72 (IRVOR)
ତହିଁରେ ସେ ଆପଣା ଅନ୍ତଃକରଣର ସରଳତାନୁସାରେ ସେମାନଙ୍କୁ ପ୍ରତିପାଳନ କଲେ [QBR] ଓ ଆପଣା ହସ୍ତର ନିପୁଣତାରେ ସେମାନଙ୍କୁ ଚଳାଇଲେ। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54 55 56 57 58 59 60 61 62 63 64 65 66 67 68 69 70 71 72

BG:

Opacity:

Color:


Size:


Font: