ଗୀତସଂହିତା 78 : 1 (IRVOR)
ପରମେଶ୍ୱର ଓ ତାହାଙ୍କ ଲୋକମାନେ
ଗୀତସଂହିତା 78 : 2 (IRVOR)
*ଆସଫର ମସ୍କୀଲ୍‍। *ହେ ମୋହର ଲୋକମାନେ, ମୋହର ବ୍ୟବସ୍ଥା ଶୁଣ; *ମୋ’ ମୁଖର ବାକ୍ୟରେ କର୍ଣ୍ଣପାତ କର। *ମୁଁ ଦୃଷ୍ଟାନ୍ତ-କଥାରେ ଆପଣା ମୁଖ ଫିଟାଇବି; ମୁଁ ପୂର୍ବକାଳର ଗୂଢ଼ ବାକ୍ୟସବୁ ପ୍ରକାଶ କରିବି;
ଗୀତସଂହିତା 78 : 3 (IRVOR)
ଆମ୍ଭେମାନେ ତାହାସବୁ ଶୁଣି ଜାଣିଅଛୁ ଓ ଆମ୍ଭମାନଙ୍କ ପିତୃଗଣ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି।
ଗୀତସଂହିତା 78 : 4 (IRVOR)
ଆମ୍ଭେମାନେ ତାହାସବୁ ସେମାନଙ୍କ ସନ୍ତାନଗଣଠାରୁ ଗୁପ୍ତ ରଖିବା ନାହିଁ, ଆସନ୍ତା ପିଢ଼ି ନିକଟରେ ସଦାପ୍ରଭୁଙ୍କର ପ୍ରଶଂସା ଓ ତାହାଙ୍କର ପରାକ୍ରମ ଓ ତାହାଙ୍କ କୃତ ଆଶ୍ଚର୍ଯ୍ୟ କର୍ମସକଳ ବର୍ଣ୍ଣନା କରିବା।
ଗୀତସଂହିତା 78 : 5 (IRVOR)
କାରଣ ସେ ଯାକୁବ ମଧ୍ୟରେ ଏକ ସାକ୍ଷ୍ୟ ସ୍ଥାପନ କଲେ ଓ ଇସ୍ରାଏଲର ମଧ୍ୟରେ ଏକ ବ୍ୟବସ୍ଥା ନିରୂପଣ କଲେ, ଆପଣା ସନ୍ତାନଗଣକୁ ତାହା ଜଣାଇବା ନିମନ୍ତେ ଆମ୍ଭମାନଙ୍କ ପିତୃଗଣକୁ ଆଜ୍ଞା କଲେ;
ଗୀତସଂହିତା 78 : 6 (IRVOR)
ଯେପରି ଆସନ୍ତା ପୁରୁଷ, ଅର୍ଥାତ୍‍, ଯେଉଁ ସନ୍ତାନଗଣ ଜାତ ହେବେ, ସେମାନେ ଜାଣିବେ ଓ ଉଠି ଆପଣା ଆପଣା ସନ୍ତାନଗଣକୁ ତାହା ଜଣାଇବେ;
ଗୀତସଂହିତା 78 : 7 (IRVOR)
ତହିଁରେ ସେମାନେ ଯେପରି ପରମେଶ୍ୱରଙ୍କଠାରେ ଭରସା ରଖି ପାରିବେ ଓ ପରମେଶ୍ୱରଙ୍କ କ୍ରିୟାସକଳ ପାସୋରି ନ ଯିବେ, ମାତ୍ର ତାହାଙ୍କ ଆଜ୍ଞାସବୁ ପାଳନ କରିବେ;
ଗୀତସଂହିତା 78 : 8 (IRVOR)
ପୁଣି, ଆପଣା ପିତୃଗଣ ତୁଲ୍ୟ ଅବାଧ୍ୟ ଓ ବିଦ୍ରୋହୀ ବଂଶ ହେବେ ନାହିଁ; ସେହି ବଂଶ ଆପଣା ଆପଣା ଅନ୍ତଃକରଣ ଯଥାର୍ଥ ରୂପେ ସୁସ୍ଥିର କଲେ ନାହିଁ; ଓ ସେମାନଙ୍କ ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା।
ଗୀତସଂହିତା 78 : 9 (IRVOR)
ଇଫ୍ରୟିମର ସନ୍ତାନଗଣ ସସଜ୍ଜ ଓ ଧନୁର୍ଦ୍ଧର ହୋଇ ସଂଗ୍ରାମ ଦିନରେ ହଟିଗଲେ।
ଗୀତସଂହିତା 78 : 10 (IRVOR)
ସେମାନେ ପରମେଶ୍ୱରଙ୍କ ନିୟମ ପାଳନ କଲେ ନାହିଁ ଓ ତାହାଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଅସ୍ୱୀକାର କଲେ;
ଗୀତସଂହିତା 78 : 11 (IRVOR)
ସେମାନେ ତାହାଙ୍କ କାର୍ଯ୍ୟସକଳ, ସେମାନଙ୍କ ପ୍ରତି ପ୍ରକାଶିତ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାସକଳ ଭୁଲି ଗଲେ।
ଗୀତସଂହିତା 78 : 12 (IRVOR)
ସେ ସେମାନଙ୍କ ପିତୃଗଣ ସାକ୍ଷାତରେ ମିସର ଦେଶରେ, ସୋୟନ-ପଦାରେ ନାନା ଆଶ୍ଚର୍ଯ୍ୟ କର୍ମ କଲେ।
ଗୀତସଂହିତା 78 : 13 (IRVOR)
ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ।
ଗୀତସଂହିତା 78 : 14 (IRVOR)
ଦିବସରେ ସେ ମେଘ ଦ୍ୱାରା ଓ ରାତ୍ରିରେ ଅଗ୍ନିତେଜ ଦ୍ୱାରା ସେମାନଙ୍କୁ ପଥ କଢ଼ାଇ ନେଲେ।
ଗୀତସଂହିତା 78 : 15 (IRVOR)
ପ୍ରାନ୍ତରରେ ସେ ଶୈଳମାନଙ୍କୁ ବିଦୀର୍ଣ୍ଣ କଲେ, ପୁଣି, ଯେପରି ଅଗାଧସ୍ଥଳରୁ, ସେପରି ସେମାନଙ୍କୁ ପ୍ରଚୁର ଜଳ ପାନ କରାଇଲେ।
ଗୀତସଂହିତା 78 : 16 (IRVOR)
ସେ ଶୈଳରୁ ସ୍ରୋତ ବାହାର କଲେ ଓ ନଦୀ ତୁଲ୍ୟ ଜଳ ବହାଇଲେ।
ଗୀତସଂହିତା 78 : 17 (IRVOR)
ତଥାପି ସେମାନେ ତାହାଙ୍କ ବିରୁଦ୍ଧରେ ପାପ କରିବାକୁ ଓ ମରୁଭୂମିରେ ସର୍ବୋପରିସ୍ଥଙ୍କ ପ୍ରତିକୂଳରେ ବିଦ୍ରୋହାଚରଣ କରିବାକୁ ନିରସ୍ତ ନୋହିଲେ।
ଗୀତସଂହିତା 78 : 18 (IRVOR)
ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ୱରଙ୍କର ପରୀକ୍ଷା କଲେ।
ଗୀତସଂହିତା 78 : 19 (IRVOR)
ହଁ, ସେମାନେ ପରମେଶ୍ୱରଙ୍କ ପ୍ରତିକୂଳରେ କଥା କହିଲେ; ସେମାନେ କହିଲେ, “ପରମେଶ୍ୱର କି ପ୍ରାନ୍ତରରେ ମେଜ ସଜାଇ ପାରିବେ ?
ଗୀତସଂହିତା 78 : 20 (IRVOR)
ଦେଖ, ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା ଓ ସ୍ରୋତ ପ୍ରବାହିତ ହେଲା; ସେ କି ଅନ୍ନ ମଧ୍ୟ ଦେଇ ପାରନ୍ତି ? ସେ କି ଆପଣା ଲୋକମାନଙ୍କ ନିମନ୍ତେ ମାଂସ ଯୋଗାଇବେ ?”
ଗୀତସଂହିତା 78 : 21 (IRVOR)
ଏହେତୁ ସଦାପ୍ରଭୁ ଶୁଣି କୋପାନ୍ୱିତ ହେଲେ ଓ ଯାକୁବ ବିରୁଦ୍ଧରେ ଅଗ୍ନି ପ୍ରଜ୍ୱଳିତ ହେଲା ଓ ଇସ୍ରାଏଲ ବିରୁଦ୍ଧରେ ମଧ୍ୟ କ୍ରୋଧ ଉଠିଲା;
ଗୀତସଂହିତା 78 : 22 (IRVOR)
କାରଣ ସେମାନେ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ ଓ ତାହାଙ୍କ ପରିତ୍ରାଣରେ ନିର୍ଭର ରଖିଲେ ନାହିଁ।
ଗୀତସଂହିତା 78 : 23 (IRVOR)
ତଥାପି ସେ ଉପରିସ୍ଥ ମେଘମାଳକୁ ଆଜ୍ଞା କଲେ ଓ ଆକାଶର ଦ୍ୱାର ମୁକ୍ତ କଲେ।
ଗୀତସଂହିତା 78 : 24 (IRVOR)
ଆଉ, ସେ ଭୋଜନାର୍ଥେ ସେମାନଙ୍କ ଉପରେ ମାନ୍ନା ବର୍ଷାଇଲେ ଓ ସେମାନଙ୍କୁ ସ୍ୱର୍ଗର ଶସ୍ୟ ପ୍ରଦାନ କଲେ।
ଗୀତସଂହିତା 78 : 25 (IRVOR)
ପରାକ୍ରମୀଗଣର ଆହାର ମନୁଷ୍ୟ ଭୋଜନ କଲା; ସେ ସେମାନଙ୍କ ତୃପ୍ତି ପର୍ଯ୍ୟନ୍ତ ଭକ୍ଷ୍ୟ ପଠାଇଲେ।
ଗୀତସଂହିତା 78 : 26 (IRVOR)
ସେ ଆକାଶରେ ପୂର୍ବୀୟ ବାୟୁ ବହାଇଲେ ଓ ନିଜ ପରାକ୍ରମ ଦ୍ୱାରା ଦକ୍ଷିଣ ବାୟୁ ଚଳାଇଲେ।
ଗୀତସଂହିତା 78 : 27 (IRVOR)
ମଧ୍ୟ ସେ ଧୂଳି ପରି ସେମାନଙ୍କ ଉପରେ ମାଂସ ବର୍ଷାଇଲେ, ପୁଣି, ସମୁଦ୍ରର ବାଲି ପରି ପକ୍ଷୀମାନଙ୍କୁ ବର୍ଷାଇଲେ;
ଗୀତସଂହିତା 78 : 28 (IRVOR)
ସେ ସେମାନଙ୍କ ଛାଉଣି ମଧ୍ୟରେ, ସେମାନଙ୍କ ଆବାସର ଚତୁର୍ଦ୍ଦିଗରେ ତାହା ବର୍ଷାଇଲେ।
ଗୀତସଂହିତା 78 : 29 (IRVOR)
ତହିଁରେ ସେମାନେ ଭୋଜନ କରି ପରିତୃପ୍ତ ହେଲେ ଓ ସେ ସେମାନଙ୍କ ଅଭିଳାଷିତ ବିଷୟ ସେମାନଙ୍କୁ ପ୍ରଦାନ କଲେ।
ଗୀତସଂହିତା 78 : 30 (IRVOR)
ଅଭିଳାଷିତ ବିଷୟରୁ ସେମାନଙ୍କ ସ୍ନେହ ଭଙ୍ଗ ନୋହୁଣୁ, ଖାଦ୍ୟ ସେମାନଙ୍କ ମୁଖରେ ଥାଉ ଥାଉ
ଗୀତସଂହିତା 78 : 31 (IRVOR)
ପରମେଶ୍ୱରଙ୍କ କ୍ରୋଧ ସେମାନଙ୍କ ପ୍ରତିକୂଳରେ ଉଠିଲା ଓ ସେମାନଙ୍କ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରୁ ବଧ କଲା, ପୁଣି, ଇସ୍ରାଏଲର ଯୁବାଗଣକୁ ସଂହାର କଲା।
ଗୀତସଂହିତା 78 : 32 (IRVOR)
ଏସବୁ ହେଲେ ହେଁ ସେମାନେ ପୁନର୍ବାର ପାପ କଲେ ଓ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାରେ ବିଶ୍ୱାସ କଲେ ନାହିଁ।
ଗୀତସଂହିତା 78 : 33 (IRVOR)
ଏହେତୁ ସେ ଅସାରତାରେ ସେମାନଙ୍କ ଦିନ ଓ ଆତଙ୍କରେ ସେମାନଙ୍କ ବର୍ଷସବୁ କ୍ଷେପଣ କରାଇଲେ,
ଗୀତସଂହିତା 78 : 34 (IRVOR)
ସେ ସେମାନଙ୍କୁ ବଧ କଲା ବେଳେ, ସେମାନେ ତାହାଙ୍କୁ ଖୋଜିଲେ; ଆଉ, ଫେରି ଶୀଘ୍ର ପରମେଶ୍ୱରଙ୍କ ଅନ୍ୱେଷଣ କଲେ।
ଗୀତସଂହିତା 78 : 35 (IRVOR)
ପରମେଶ୍ୱର ଯେ ସେମାନଙ୍କର ଶୈଳ ଓ ସର୍ବୋପରିସ୍ଥ ପରମେଶ୍ୱର ଯେ ସେମାନଙ୍କର ମୁକ୍ତିକର୍ତ୍ତା, ଏହା ସ୍ମରଣ କଲେ।
ଗୀତସଂହିତା 78 : 36 (IRVOR)
ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ ଓ ଜିହ୍ୱାରେ ତାହାଙ୍କ ନିକଟରେ ମିଥ୍ୟା କହିଲେ।
ଗୀତସଂହିତା 78 : 37 (IRVOR)
କାରଣ ସେମାନଙ୍କ ଅନ୍ତଃକରଣ ତାହାଙ୍କ ପ୍ରତି ସ୍ଥିର ନ ଥିଲା, କିଅବା ସେମାନେ ତାହାଙ୍କ ନିୟମରେ ବିଶ୍ୱସ୍ତ ନ ଥିଲେ।
ଗୀତସଂହିତା 78 : 38 (IRVOR)
ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ କ୍ଷମା କରି ସେମାନଙ୍କୁ ଧ୍ୱଂସ କଲେ ନାହିଁ; ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ବରଣ କରି ଆପଣା କୋପ ଉତ୍ତେଜ କଲେ ନାହିଁ।
ଗୀତସଂହିତା 78 : 39 (IRVOR)
ଆଉ, ସେମାନେ ଯେ ମାଂସମାତ୍ର ଓ ବହିଯାଇ ଫେରି ନ ଆସିବା ବାୟୁ ସ୍ୱରୂପ, ଏହା ସେ ସ୍ମରଣ କଲେ।
ଗୀତସଂହିତା 78 : 40 (IRVOR)
ସେମାନେ ପ୍ରାନ୍ତର ମଧ୍ୟରେ କେତେ ଥର ତାହାଙ୍କର ବିଦ୍ରୋହୀ ହେଲେ ଓ ମରୁଭୂମିରେ ତାହାଙ୍କୁ ଅସନ୍ତୁଷ୍ଟ କଲେ।
ଗୀତସଂହିତା 78 : 41 (IRVOR)
ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ୱରଙ୍କୁ ପରୀକ୍ଷା କଲେ ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ବିରକ୍ତ କଲେ।
ଗୀତସଂହିତା 78 : 42 (IRVOR)
ସେମାନେ ତାହାଙ୍କର ହସ୍ତ ଓ ଯେଉଁ ଦିନ ସେ ବିପକ୍ଷଠାରୁ ସେମାନଙ୍କୁ ମୁକ୍ତ କଲେ, ସେହି ଦିନ
ଗୀତସଂହିତା 78 : 43 (IRVOR)
ଆଉ, ସେ କିରୂପେ ମିସରରେ ଆପଣା ଚିହ୍ନ ଓ ସୋୟନ-ପଦାରେ ଆପଣାର ଅଦ୍ଭୁତ ଲକ୍ଷଣ ସ୍ଥାପନ କଲେ;
ଗୀତସଂହିତା 78 : 44 (IRVOR)
ପୁଣି, ସେମାନଙ୍କର ନଦୀ ଓ ସ୍ରୋତସବୁ ରକ୍ତମୟ କରିବାରୁ ସେମାନେ ପାନ କରି ପାରିଲେ ନାହିଁ, ଏହାସବୁ ସ୍ମରଣ କଲେ ନାହିଁ।
ଗୀତସଂହିତା 78 : 45 (IRVOR)
ସେ ସେମାନଙ୍କ ମଧ୍ୟକୁ ଦଂଶକ ଝିଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ବେଙ୍ଗ ପଠାଇଲେ, ସେସବୁ ସେମାନଙ୍କୁ ବିନାଶ କଲେ।
ଗୀତସଂହିତା 78 : 46 (IRVOR)
ମଧ୍ୟ ସେ କୀଟକୁ ସେମାନଙ୍କ ଭୂମିର ଫଳ ଓ ପଙ୍ଗପାଳକୁ ସେମାନଙ୍କ ପରିଶ୍ରମର ଫଳ ଦେଲେ।
ଗୀତସଂହିତା 78 : 47 (IRVOR)
ସେ ଶିଳା ଦ୍ୱାରା ସେମାନଙ୍କ ଦ୍ରାକ୍ଷାଲତା ଓ ହିମ ଦ୍ୱାରା ସେମାନଙ୍କ ଡିମ୍ବିରି ବୃକ୍ଷ ନଷ୍ଟ କଲେ।
ଗୀତସଂହିତା 78 : 48 (IRVOR)
ଆହୁରି, ସେ ସେମାନଙ୍କ ପଶୁଗଣକୁ ଶିଳାରେ ଓ ସେମାନଙ୍କ ପଲସବୁକୁ ପ୍ରଜ୍ୱଳିତ ବଜ୍ରାଘାତରେ ସମର୍ପଣ କଲେ।
ଗୀତସଂହିତା 78 : 49 (IRVOR)
ସେ ଆପଣା କ୍ରୋଧର ପ୍ରଚଣ୍ଡତା, କୋପ ଓ ରୋଷ ଓ ସଙ୍କଟରୂପ ଅନିଷ୍ଟର ଦୂତଦଳ ସେମାନଙ୍କ ବିରୁଦ୍ଧରେ ପଠାଇଲେ।
ଗୀତସଂହିତା 78 : 50 (IRVOR)
ସେ ନିଜ କ୍ରୋଧ ପାଇଁ ପଥ ପ୍ରସ୍ତୁତ କଲେ, ସେ ମୃତ୍ୟୁୁରୁ ସେମାନଙ୍କ ପ୍ରାଣ ରକ୍ଷା କଲେ ନାହିଁ, ମାତ୍ର ମହାମାରୀରେ ସେମାନଙ୍କ ଜୀବନ ସମର୍ପଣ କଲେ;
ଗୀତସଂହିତା 78 : 51 (IRVOR)
ସେ ମିସରରେ ପ୍ରଥମଜାତ ସମସ୍ତଙ୍କୁ, ହାମ୍‍ର ତମ୍ବୁରେ ସେମାନଙ୍କ ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ;
ଗୀତସଂହିତା 78 : 52 (IRVOR)
ମାତ୍ର ସେ ଆପଣା ଲୋକମାନଙ୍କୁ ମେଷଗଣ ତୁଲ୍ୟ ଚଳାଇଲେ ଓ ପ୍ରାନ୍ତରରେ ସେମାନଙ୍କୁ ପଲ ପରି କଢ଼ାଇ ନେଲେ।
ଗୀତସଂହିତା 78 : 53 (IRVOR)
ପୁଣି, ସେ ସେମାନଙ୍କୁ ନିରାପଦରେ ଚଳାଇଲେ, ତେଣୁ ସେମାନେ ଉଦ୍‍ବିଗ୍ନ ନୋହିଲେ, ମାତ୍ର ସମୁଦ୍ର ସେମାନଙ୍କ ଶତ୍ରୁଗଣକୁ ମଗ୍ନ କଲା।
ଗୀତସଂହିତା 78 : 54 (IRVOR)
ଆଉ, ସେ ସେମାନଙ୍କୁ ଆପଣା ପବିତ୍ର ସୀମାକୁ ଓ ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଲବ୍ଧ ଏହି ପର୍ବତକୁ ଆଣିଲେ।
ଗୀତସଂହିତା 78 : 55 (IRVOR)
ଆହୁରି, ସେ ସେମାନଙ୍କ ଆଗରୁ ଗୋଷ୍ଠୀୟବର୍ଗଙ୍କୁ ତଡ଼ି ଦେଲେ ଓ ଅଧିକାରାର୍ଥେ ପରିମାପକ ରଜ୍ଜୁ ଦ୍ୱାରା ସେମାନଙ୍କୁ ବିଭାଗ କରି ଦେଲେ ଓ ଇସ୍ରାଏଲ ଗୋଷ୍ଠୀବର୍ଗକୁ ସେମାନଙ୍କ ତମ୍ବୁରେ ବାସ କରାଇଲେ।
ଗୀତସଂହିତା 78 : 56 (IRVOR)
ତଥାପି ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କୁ ପରୀକ୍ଷା କରି ତାହାଙ୍କର ବିଦ୍ରୋହୀ ହେଲେ ଓ ତାହାଙ୍କର ପ୍ରମାଣ-ବାକ୍ୟସବୁ ପାଳନ କଲେ ନାହିଁ;
ଗୀତସଂହିତା 78 : 57 (IRVOR)
ମାତ୍ର ବିମୁଖ ହୋଇ ଆପଣା ପୂର୍ବପୁରୁଷଗଣ ତୁଲ୍ୟ ବିଶ୍ୱାସଘାତକତା କଲେ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ ଲକ୍ଷ୍ୟ ହୁଡ଼ିଲେ।
ଗୀତସଂହିତା 78 : 58 (IRVOR)
କାରଣ ସେମାନେ ଆପଣାମାନଙ୍କ ଉଚ୍ଚସ୍ଥଳୀ ଦ୍ୱାରା ତାହାଙ୍କୁ ବିରକ୍ତ କଲେ। ଓ ଆପଣାମାନଙ୍କ ଖୋଦିତ ପ୍ରତିମା ଦ୍ୱାରା ତାହାଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇଲେ।
ଗୀତସଂହିତା 78 : 59 (IRVOR)
ପରମେଶ୍ୱର ଏହା ଶୁଣି କୋପାନ୍ୱିତ ହେଲେ ଓ ଇସ୍ରାଏଲକୁ ଅତିଶୟ ଘୃଣା କଲେ;
ଗୀତସଂହିତା 78 : 60 (IRVOR)
ଏପରିକି, ସେ ଶୀଲୋସ୍ଥିତ ଆବାସ ଓ ମନୁଷ୍ୟମାନଙ୍କ ମଧ୍ୟରେ ଆପଣାର ସ୍ଥାପିତ ତମ୍ବୁ ପରିତ୍ୟାଗ କଲେ।
ଗୀତସଂହିତା 78 : 61 (IRVOR)
ପୁଣି, ସେ ବନ୍ଦୀତ୍ୱରେ ଆପଣା ପରାକ୍ରମ ଓ ବିପକ୍ଷ ହସ୍ତରେ ଆପଣା ଗୌରବ ସମର୍ପଣ କଲେ।
ଗୀତସଂହିତା 78 : 62 (IRVOR)
ସେ ଆପଣା ଲୋକମାନଙ୍କୁ ମଧ୍ୟ ଖଡ୍ଗରେ ସମର୍ପି ଦେଲେ ଓ ଆପଣା ଅଧିକାର ପ୍ରତି କ୍ରୋଧ ହେଲେ।
ଗୀତସଂହିତା 78 : 63 (IRVOR)
ଅଗ୍ନି ସେମାନଙ୍କ ଯୁବାଗଣକୁ ଗ୍ରାସ କଲା ଓ ସେମାନଙ୍କ କନ୍ୟାଗଣର ବିବାହ-ଗୀତ* ବିବାହ-ଗୀତ ଅର୍ଥାତ୍ ବିବାହ ହେଲା ନାହିଁ।
ଗୀତସଂହିତା 78 : 64 (IRVOR)
ସେମାନଙ୍କ ଯାଜକଗଣ ଖଡ୍ଗରେ ପତିତ ହେଲେ ଓ ସେମାନଙ୍କ ବିଧବାଗଣ କିଛି ବିଳାପ କଲେ ନାହିଁ।
ଗୀତସଂହିତା 78 : 65 (IRVOR)
ସେତେବେଳେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକ ପରି, ମଦିରା ହେତୁ ହର୍ଷନାଦକାରୀ ବୀର ପରି ଉଠିଲେ।
ଗୀତସଂହିତା 78 : 66 (IRVOR)
ଆଉ, ସେ ଆପଣା ବିପକ୍ଷଗଣକୁ ପ୍ରହାର କରି ହଟାଇ ଦେଲେ; ସେ ସେମାନଙ୍କୁ ଚିରକାଳ ନିନ୍ଦାପାତ୍ର କଲେ।
ଗୀତସଂହିତା 78 : 67 (IRVOR)
ଆହୁରି, ସେ ଯୋଷେଫର ବଂଶକୁ ବଂଶକୁ ତମ୍ବୁକୁ ଅଗ୍ରାହ୍ୟ କଲେ ଓ ଇଫ୍ରୟିମ ଗୋଷ୍ଠୀକୁ ମନୋନୀତ କଲେ ନାହିଁ।
ଗୀତସଂହିତା 78 : 68 (IRVOR)
ମାତ୍ର ଯିହୁଦା ଗୋଷ୍ଠୀକୁ, ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ।
ଗୀତସଂହିତା 78 : 69 (IRVOR)
ଆଉ, ସେ ଉଚ୍ଚ ଗଗନ ତୁଲ୍ୟ ଓ ଅନନ୍ତକାଳ ନିମନ୍ତେ ଆପଣା ସ୍ଥାପିତ ପୃଥିବୀ ତୁଲ୍ୟ ଆପଣା ଧର୍ମଧାମ ନିର୍ମାଣ କଲେ।
ଗୀତସଂହିତା 78 : 70 (IRVOR)
ଆହୁରି, ସେ ଆପଣା ଦାସ ଦାଉଦଙ୍କୁ ମନୋନୀତ କଲେ ଓ ମେଷଖୁଆଡ଼ରୁ ତାଙ୍କୁ ଗ୍ରହଣ କଲେ।
ଗୀତସଂହିତା 78 : 71 (IRVOR)
ସେ ଆପଣା ଲୋକ ଯାକୁବକୁ ଓ ଆପଣା ଅଧିକାର ଇସ୍ରାଏଲକୁ ପ୍ରତିପାଳନ କରିବା ନିମନ୍ତେ ସ୍ତନ୍ୟଦାୟିନୀ ମେଷୀଗଣ ପଛରୁ ତାଙ୍କୁ ଆଣିଲେ।
ଗୀତସଂହିତା 78 : 72 (IRVOR)
ତହିଁରେ ସେ ଆପଣା ଅନ୍ତଃକରଣର ସରଳତାନୁସାରେ ସେମାନଙ୍କୁ ପ୍ରତିପାଳନ କଲେ ଓ ଆପଣା ହସ୍ତର ନିପୁଣତାରେ ସେମାନଙ୍କୁ ଚଳାଇଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54 55 56 57 58 59 60 61 62 63 64 65 66 67 68 69 70 71 72