ଗୀତସଂହିତା 8 : 1 (IRVOR)
ସଦାପ୍ରଭୁଙ୍କ ମହିମା, ମନୁଷ୍ୟର ମର୍ଯ୍ୟାଦା
ଗୀତସଂହିତା 8 : 2 (IRVOR)
*ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ ଦାଉଦଙ୍କର ଗୀତ। *ହେ ସଦାପ୍ରଭୁ, ଆମ୍ଭମାନଙ୍କର ପ୍ରଭୁ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ ! *ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ। *ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶୁ ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ।
ଗୀତସଂହିତା 8 : 3 (IRVOR)
ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,)
ଗୀତସଂହିତା 8 : 4 (IRVOR)
ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ ? ଓ ମାନବଜାତି* ମାନବଜାତି ଏବ୍ରୀରେ ମନୁଷ୍ୟ ପୁତ୍ର କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ ?
ଗୀତସଂହିତା 8 : 5 (IRVOR)
ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ† ଦୂତଗଣଙ୍କ କିମ୍ବା ପରମେଶ୍ୱର ଅପେକ୍ଷା ଅଳ୍ପମାତ୍ର ନ୍ୟୁନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ।
ଗୀତସଂହିତା 8 : 6 (IRVOR)
ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;
ଗୀତସଂହିତା 8 : 7 (IRVOR)
ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ;
ଗୀତସଂହିତା 8 : 8 (IRVOR)
ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ।
ଗୀତସଂହିତା 8 : 9 (IRVOR)
ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରଭୁ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ।
❮
❯
1
2
3
4
5
6
7
8
9