ଗୀତସଂହିତା 80 : 1 (IRVOR)
ଜାତିର ପୁନରୁଦ୍ଧାର ପାଇଁ ପ୍ରାର୍ଥନା
ଗୀତସଂହିତା 80 : 2 (IRVOR)
*ପ୍ରଧାନ ବାଦ୍ୟକର ନିମନ୍ତେ ଶୋଶନ୍ନୀମ୍‍-ଏଦୂତ୍‍ ସ୍ୱରରେ ଆସଫର ଗୀତ। *ହେ ଇସ୍ରାଏଲର ପାଳକ, *ମେଷପଲ ତୁଲ୍ୟ ଯୋଷେଫକୁ ଚଳାଅ ଯେ ତୁମ୍ଭେ, ତୁମ୍ଭେ କର୍ଣ୍ଣପାତ କର; କିରୂବମାନଙ୍କ ଉପରେ ଉପବିଷ୍ଟ ଯେ ତୁମ୍ଭେ, ତୁମ୍ଭେ ପ୍ରକାଶମାନ ହୁଅ। *ଇଫ୍ରୟିମ, ବିନ୍ୟାମୀନ୍ ଓ ମନଃଶିର ସାକ୍ଷାତରେ ଆପଣା ପରାକ୍ରମ ଉତ୍ତେଜିତ କର ଓ ଆମ୍ଭମାନଙ୍କ ପରିତ୍ରାଣାର୍ଥେ ଆଗମନ କର।
ଗୀତସଂହିତା 80 : 3 (IRVOR)
ହେ ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।
ଗୀତସଂହିତା 80 : 4 (IRVOR)
ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ତୁମ୍ଭ ଲୋକମାନଙ୍କ ପ୍ରାର୍ଥନା ପ୍ରତିକୂଳରେ ତୁମ୍ଭେ କେତେ କାଳ କ୍ରୁଦ୍ଧ ହୋଇଥିବ ?
ଗୀତସଂହିତା 80 : 5 (IRVOR)
ତୁମ୍ଭେ ସେମାନଙ୍କୁ ଲୋତକରୂପ ଭକ୍ଷ୍ୟ ଖୁଆଇଅଛ ଓ ସେମାନଙ୍କୁ ବହୁ ପରିମାଣରେ ଲୋତକ ପାନ କରିବାକୁ ଦେଇଅଛ।
ଗୀତସଂହିତା 80 : 6 (IRVOR)
ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ବିରୋଧର କାରଣ କରୁଅଛ; ପୁଣି, ଆମ୍ଭମାନଙ୍କ ଶତ୍ରୁମାନେ ଆପଣାମାନଙ୍କ ମଧ୍ୟରେ ଉପହାସ କରନ୍ତି।
ଗୀତସଂହିତା 80 : 7 (IRVOR)
ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।
ଗୀତସଂହିତା 80 : 8 (IRVOR)
ତୁମ୍ଭେ ମିସରରୁ ଗୋଟିଏ ଦ୍ରାକ୍ଷାଲତା ଆଣିଲ; ତୁମ୍ଭେ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇ ତାହା ରୋପଣ କଲ।
ଗୀତସଂହିତା 80 : 9 (IRVOR)
ତୁମ୍ଭେ ତାହା ସମ୍ମୁଖରେ ସ୍ଥାନ ପ୍ରସ୍ତୁତ କଲ, ତହିଁରେ ତାହା ବଦ୍ଧମୂଳ ହୋଇ ଦେଶସାରା ବ୍ୟାପିଗଲା।
ଗୀତସଂହିତା 80 : 10 (IRVOR)
ତାହାର ଛାୟାରେ ପର୍ବତଗଣ ଆବୃତ ହେଲେ ଓ ତାହାର ଶାଖାସବୁ ପରମେଶ୍ୱରଙ୍କ ଏରସବୃକ୍ଷ ତୁଲ୍ୟ ହେଲେ।
ଗୀତସଂହିତା 80 : 11 (IRVOR)
ତାହା ସମୁଦ୍ର ପର୍ଯ୍ୟନ୍ତ ଆପଣା ଶାଖା ଓ ନଦୀ ପର୍ଯ୍ୟନ୍ତ ଆପଣା ପଲ୍ଲବ ବିସ୍ତାର କଲା।
ଗୀତସଂହିତା 80 : 12 (IRVOR)
କାହିଁକି ତୁମ୍ଭେ ତାହାର ବେଢ଼ା ଭାଙ୍ଗି ପକାଇଅଛ ଯେ, ପଥିକସବୁ ତାହା ଛିଣ୍ଡାଇ ପକାଉ ଅଛନ୍ତି ?
ଗୀତସଂହିତା 80 : 13 (IRVOR)
ବନରୁ ବରାହ ଆସି ତାହା ଉଜାଡ଼ି ପକାଏ ଓ ବିଲର ପଶୁଗଣ ତାହା ଖାଇଯା’ନ୍ତି।
ଗୀତସଂହିତା 80 : 14 (IRVOR)
ହେ ସୈନ୍ୟାଧିପତି ପରମେଶ୍ୱର, ଆମ୍ଭେମାନେ ବିନୟ କରୁଅଛୁ, ଫେର; ସ୍ୱର୍ଗରୁ ନିରୀକ୍ଷଣ କର ଓ ଦୃଷ୍ଟିପାତ କରି ଏହି ଦ୍ରାକ୍ଷାଲତାର
ଗୀତସଂହିତା 80 : 15 (IRVOR)
ଓ ତୁମ୍ଭ ଦକ୍ଷିଣ ହସ୍ତ ଦ୍ୱାରା ସ୍ଥାପିତ ଗଣ୍ଡିର ଓ ଆପଣା ନିମନ୍ତେ ତୁମ୍ଭ ସବଳୀକୃତ ଶାଖାର ତତ୍ତ୍ୱ ନିଅ।
ଗୀତସଂହିତା 80 : 16 (IRVOR)
ତାହା ଅଗ୍ନିରେ ଦଗ୍ଧ, ତାହା ଛେଦିତ ହୋଇଅଛି; ତୁମ୍ଭ ମୁଖର ତର୍ଜ୍ଜନରେ ଲୋକମାନେ ବିନଷ୍ଟ ହେଉଅଛନ୍ତି।
ଗୀତସଂହିତା 80 : 17 (IRVOR)
ତୁମ୍ଭ ଦକ୍ଷିଣ ହସ୍ତର ମନୁଷ୍ୟ ଉପରେ, ଆପଣା ନିମନ୍ତେ ସବଳୀକୃତ ମନୁଷ୍ୟପୁତ୍ର ଉପରେ ତୁମ୍ଭର ହସ୍ତ ଥାଉ।
ଗୀତସଂହିତା 80 : 18 (IRVOR)
ତହିଁରେ ଆମ୍ଭେମାନେ ତୁମ୍ଭଠାରୁ ଫେରି ଯିବା ନାହିଁ; ତୁମ୍ଭେ ଆମ୍ଭମାନଙ୍କୁ ସଜୀବ କର, ତହୁଁ ଆମ୍ଭେମାନେ ତୁମ୍ଭ ନାମରେ ପ୍ରାର୍ଥନା କରିବା।
ଗୀତସଂହିତା 80 : 19 (IRVOR)
ହେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ; ଆପଣା ମୁଖର ତେଜ ପ୍ରକାଶ କର, ତହିଁରେ ଆମ୍ଭେମାନେ ପରିତ୍ରାଣ ପାଇବୁ।

1 2 3 4 5 6 7 8 9 10 11 12 13 14 15 16 17 18 19