ଗୀତସଂହିତା 82 : 1 (IRVOR)
ପରମେଶ୍ୱର ସର୍ବୋପରିସ୍ଥ ରାଜା
ଗୀତସଂହିତା 82 : 2 (IRVOR)
*ଆସଫର ଗୀତ। *ପରମେଶ୍ୱର ପରମେଶ୍ୱରଙ୍କ ମଣ୍ଡଳୀ ମଧ୍ୟରେ ବସଅଛିନ୍ତି; *ସେ ଦେବତାମାନଙ୍କ* ଦେବତାମାନଙ୍କ ଦୂତଗଣ କିଅବା ସ୍ବର୍ଗର ଆରାଧକମାନଙ୍କୁ ବିଚାର କରନ୍ତି। *ତୁମ୍ଭେମାନେ କେତେ କାଳ ଅନ୍ୟାୟ ବିଚାର କରିବ ? ଓ ଦୁଷ୍ଟମାନଙ୍କର ମୁଖାପେକ୍ଷା କରିବ ? *ସେଲା
ଗୀତସଂହିତା 82 : 3 (IRVOR)
ତୁମ୍ଭେମାନେ ଦରିଦ୍ର ଓ ପିତୃହୀନମାନଙ୍କର ବିଚାର କର; ଦୁଃଖୀ ଓ ଅକିଞ୍ଚନମାନଙ୍କ ପ୍ରତି ନ୍ୟାୟ ବ୍ୟବହାର କର।
ଗୀତସଂହିତା 82 : 4 (IRVOR)
ଦରିଦ୍ର ଓ ଦୀନହୀନମାନଙ୍କୁ ରକ୍ଷା କର; ଦୁଷ୍ଟଗଣର ହସ୍ତରୁ ସେମାନଙ୍କୁ ଉଦ୍ଧାର କର।
ଗୀତସଂହିତା 82 : 5 (IRVOR)
ସେମାନେ ଜାଣନ୍ତି ନାହିଁ କିଅବା ବୁଝନ୍ତି ନାହିଁ; ସେମାନେ ଅନ୍ଧକାରରେ ଏଣେତେଣେ ଭ୍ରମଣ କରନ୍ତି; ପୃଥିବୀର ସକଳ ଭିତ୍ତିମୂଳ ବିଚଳିତ ହୁଏ।
ଗୀତସଂହିତା 82 : 6 (IRVOR)
ମୁଁ କହିଲି, “ତୁମ୍ଭେମାନେ ଈଶ୍ୱରଗଣ ଓ ତୁମ୍ଭେ ସମସ୍ତେ ସର୍ବୋପରିସ୍ଥଙ୍କ ସନ୍ତାନ।
ଗୀତସଂହିତା 82 : 7 (IRVOR)
ତଥାପି ତୁମ୍ଭେମାନେ ମନୁଷ୍ୟ ପରି ମରିବ ଓ ଜଣେ ଅଧିପତି ତୁଲ୍ୟ ପତିତ ହେବ।”
ଗୀତସଂହିତା 82 : 8 (IRVOR)
ହେ ପରମେଶ୍ୱର, ଉଠ, ପୃଥିବୀର ବିଚାର କର; କାରଣ ତୁମ୍ଭେ ସବୁ ଗୋଷ୍ଠୀମାନଙ୍କୁ ଅଧିକାର କରିବ।

1 2 3 4 5 6 7 8