ଗୀତସଂହିତା 83 : 1 (IRVOR)
ଇସ୍ରାଏଲର ଶତ୍ରୁମାନଙ୍କର ପରାଜୟ ପାଇଁ ପ୍ରାର୍ଥନା
ଗୀତସଂହିତା 83 : 2 (IRVOR)
*ଗୀତ, ଆସଫର ଗୀତ। *ହେ ପରମେଶ୍ୱର, ତୁମ୍ଭେ ମୌନୀ ହୋଇ ରୁହ ନାହିଁ; *ହେ ପରମେଶ୍ୱର, ନୀରବ ଓ ନିରସ୍ତ ହୁଅ ନାହିଁ। *କାରଣ ଦେଖ, ତୁମ୍ଭ ଶତ୍ରୁଗଣ ଗଣ୍ଡଗୋଳ କରନ୍ତି ଓ ତୁମ୍ଭଙ୍କୁ ଘୃଣା କରିବା ଲୋକମାନେ ମସ୍ତକ ଉଠାଇ ଅଛନ୍ତି।
ଗୀତସଂହିତା 83 : 3 (IRVOR)
ସେମାନେ ତୁମ୍ଭ ଲୋକମାନଙ୍କ ବିରୁଦ୍ଧରେ କୁଟିଳ ମନ୍ତ୍ରଣା କରନ୍ତି ଓ ତୁମ୍ଭର ଗୁପ୍ତ ଲୋକମାନଙ୍କ ପ୍ରତିକୂଳରେ ପରସ୍ପର ପରାମର୍ଶ କରନ୍ତି।
ଗୀତସଂହିତା 83 : 4 (IRVOR)
ସେମାନେ କହିଅଛନ୍ତି, “ଇସ୍ରାଏଲର ନାମ ଯେପରି ଆଉ ସ୍ମରଣରେ ନ ରହିବ, ଏଥିପାଇଁ ଆସ, ଆମ୍ଭେମାନେ ସେମାନଙ୍କୁ ଉଚ୍ଛିନ୍ନ କରି ଆଉ ଗୋଷ୍ଠୀ ହୋଇ ଥିବାକୁ ନ ଦେଉ।”
ଗୀତସଂହିତା 83 : 5 (IRVOR)
କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି;
ଗୀତସଂହିତା 83 : 6 (IRVOR)
ଇଦୋମର ତମ୍ବୁ-ନିବାସୀମାନେ, ଇଶ୍ମାୟେଲୀୟମାନେ, ମୋୟାବ, ହାଗରୀୟମାନେ,
ଗୀତସଂହିତା 83 : 7 (IRVOR)
ଗବାଲ, ଅମ୍ମୋନ, ଅମାଲେକ୍‍ ଓ ସୋରନି ବାସୀମାନଙ୍କ ସହିତ ପଲେଷ୍ଟୀୟା, ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।
ଗୀତସଂହିତା 83 : 8 (IRVOR)
ଅଶୂରୀୟ ମଧ୍ୟ ସେମାନଙ୍କ ସଙ୍ଗେ ଯୋଗ ଦେଇଅଛି; ସେମାନେ ଲୋଟର ବଂଶକୁ ସାହାଯ୍ୟ କରିଅଛନ୍ତି। *ସେଲା
ଗୀତସଂହିତା 83 : 9 (IRVOR)
ମିଦୀୟନ ଦେଶ ପ୍ରତି, କୀଶୋନ୍‍ ନଦୀ ନିକଟରେ ସୀଷରା ପ୍ରତି, ଯାବୀନ୍‍ ପ୍ରତି ଯେରୂପ, ସେରୂପ ସେମାନଙ୍କ ପ୍ରତି କର।
ଗୀତସଂହିତା 83 : 10 (IRVOR)
ସେମାନେ ଐନ୍‍-ଦୋର ନିକଟରେ ବିନଷ୍ଟ ହେଲେ; ସେମାନେ ଭୂମି ପାଇଁ ଖତ ସ୍ୱରୂପ ହେଲେ।
ଗୀତସଂହିତା 83 : 11 (IRVOR)
ତୁମ୍ଭେ ସେମାନଙ୍କ ପ୍ରଧାନବର୍ଗକୁ ଓରେବ୍‍ ଓ ସେବ୍‍ର ସମାନ, ସେମାନଙ୍କ ଅଧିପତି ସମସ୍ତଙ୍କୁ ହିଁ ସେବହ ଓ ସଲମୁନ୍ନର ସମାନ କର;
ଗୀତସଂହିତା 83 : 12 (IRVOR)
ସେମାନେ କହିଲେ, “ଆସ, ଆମ୍ଭେମାନେ ପରମେଶ୍ୱରଙ୍କ ନିବାସ-ସ୍ଥାନସବୁ ଆପଣା ଆପଣା ଅଧିକାରରେ ନେଉ।”
ଗୀତସଂହିତା 83 : 13 (IRVOR)
ହେ ମୋହର ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଘୂର୍ଣ୍ଣାୟମାନ ଧୂଳି ପରି, ବାୟୁ ସମ୍ମୁଖରେ କୁଟା ପରି କର।
ଗୀତସଂହିତା 83 : 14 (IRVOR)
ଯେଉଁ ଅଗ୍ନି ବନକୁ ଦଗ୍ଧ କରେ ଓ ଯେଉଁ ଅଗ୍ନିଶିଖା ପର୍ବତଗଣକୁ ପ୍ରଜ୍ୱଳିତ କରେ;
ଗୀତସଂହିତା 83 : 15 (IRVOR)
ତାହା ପରି ତୁମ୍ଭେ ଆପଣା ଝଡ଼ ଦ୍ୱାରା ସେମାନଙ୍କ ପଛେ ପଛେ ଗୋଡ଼ାଅ ଓ ଆପଣା ପ୍ରଚଣ୍ଡ ବତାସ ଦ୍ୱାରା ସେମାନଙ୍କୁ ଭୟଗ୍ରସ୍ତ କର।
ଗୀତସଂହିତା 83 : 16 (IRVOR)
ହେ ସଦାପ୍ରଭୁ, ସେମାନେ ଯେପରି ତୁମ୍ଭ ନାମ ଅନ୍ୱେଷଣ କରିବେ, ଏଥିପାଇଁ ସେମାନଙ୍କ ମୁଖକୁ ଲଜ୍ଜାରେ ପୂର୍ଣ୍ଣ କର;
ଗୀତସଂହିତା 83 : 17 (IRVOR)
ସେମାନେ ସଦାକାଳ ଲଜ୍ଜିତ ଓ ବିହ୍ୱଳ ହେଉନ୍ତୁ; ସେମାନେ ହତାଶ ଓ ବିନଷ୍ଟ ହେଉନ୍ତୁ;
ଗୀତସଂହିତା 83 : 18 (IRVOR)
ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ।

1 2 3 4 5 6 7 8 9 10 11 12 13 14 15 16 17 18